ପ୍ରମୂଖ ଖବର
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ଶାରଧାବାଲି ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀଙ୍କ କ୍ଷମା ପ୍ରାର୍ଥନା; ‘ଅବହେଳା ଅକ୍ଷମଣୀୟ, ହେବ ତଦନ୍ତ’

Published By : Prameya | June 29, 2025 11:55 AM

ପୁରୀ ୨୯/୦୬: ଶରଧାବାଲିରେ ରଥାରୂଢ଼ ଦାରୁବ୍ରହ୍ମଙ୍କୁ ଦର୍ଶନ ବେଳେ ଠେଲାପେଲା ଘଟଣା। ପୁରୀ ଅଘଟଣକୁ ନେଇ ଏକ୍ସରେ ପୋଷ୍ଟ କରି ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମହାପ୍ରଭୁଙ୍କ ଦର୍ଶନ ନିମନ୍ତେ ଭକ୍ତମାନଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ଜନିତ ଠେଲାପେଲା କାରଣରୁ ଅଘଟଣ ଘଟିଛି। ବ୍ୟକ୍ତିଗତ ଭାବେ ମୁଁ ଏବଂ ମୋ ସରକାର ସମସ୍ତ ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ। ଯେଉଁ ଭକ୍ତମାନଙ୍କର ଜୀବନଦୀପ ଶରଧାବାଲିରେ ଲିଭିଯାଇଛି ସେମାନଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଏହି ଭଳି ଏକ ଦାରୁଣ ଦୁଃଖକୁ ସହିବା ନିମନ୍ତେ ଶକ୍ତି ଦେବାପାଇଁ ମହାପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। 




ଏହି ଅବହେଳା ଅକ୍ଷମଣୀୟ । ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବ ଏବଂ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବାକୁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦେଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.