ଭୁବନେଶ୍ୱର ୩୦/୫: ଦୁର୍ନୀତି ବିରୁଦ୍ଧରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଶୂନ୍ୟସହନଶୀଳତା ନୀତି। ଭୁବନେଶ୍ୱରର ପୂର୍ବତନ ଅତିରିକ୍ତ ତହସିଲଦାର ଚିତ୍ତରଞ୍ଜନ ପିଲାଙ୍କୁ ଚାକିରିରୁ ବହିଷ୍କୃତ। ପୂର୍ବତନ ଅତିରିକ୍ତ ତହସିଲଦାରଙ୍କୁ ଚାକିରିରୁ ବରଖାସ୍ତ କଲେ ମୁଖ୍ୟମନ୍ତ୍ରୀ। ଭୁବନେଶ୍ୱରରେ ଥିବାବେଳେ ତାଙ୍କ ନାଁ ଅନିୟମିତତା ଅଭିଯୋଗ ଆସିଥିଲା। ତଦନ୍ତରେ ଅନିୟମିତତା ସ୍ପଷ୍ଟ ହେବା ପରେ ମୁଖ୍ୟମନ୍ତ୍ରୀଙ୍କ ଆକ୍ସନ।

ସୂଚନା ଅନୁଯାୟୀ, ଚିତ୍ତରଞ୍ଜନ ପିଲା ପୂର୍ବରୁ ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଭାବେ କାର୍ଯ୍ୟ କରୁଥିଲେ ଏବଂ ପରେ ଜଗତସିଂହପୁରରେ ଡେପୁଟି କଲେକ୍ଟର ଭାବେ କାର୍ଯ୍ୟରେ ଯୋଗଦେଇଥିଲେ। ଭୁବନେଶ୍ୱରରେ ଅତିରିକ୍ତ ତହସିଲଦାର ଥିବାବେଳେ ତାଙ୍କର ଅନେକ ନିଷ୍ପତ୍ତିରେ ଅନିୟମିତତାର ତଥ୍ୟ ଆସିଥିଲା। ଚିତ୍ତରଞ୍ଜନ ପିଲାଙ୍କର ଜମିଜମା ସମ୍ପର୍କିତ ଅନେକ ନିଷ୍ପତ୍ତି ସମ୍ବନ୍ଧରେ ବିଭାଗର ବରିଷ୍ଠ ଅଧିକାରୀମାନଙ୍କ ଦ୍ୱାରା ତଦନ୍ତ କରାଯାଇଛି । ଏହି ତଦନ୍ତରୁ ବିଭିନ୍ନ ଅନିୟମିତତା ସ୍ପଷ୍ଟ ଭାବେ ପ୍ରକାଶ ପାଇଥିଲା। ଏଥିପାଇଁ ମୁଖ୍ୟମନ୍ତ୍ରୀ ସମ୍ପୃକ୍ତ ଅଧିକାରୀ ଚିତ୍ତରଞ୍ଜନ ପିଲାଙ୍କୁ ସରକାରୀ ସେବାରୁ ବରଖାସ୍ତ କରିଛନ୍ତି।

ଅଧିକ ପଢ଼ନ୍ତୁ :-  Medical News : ମୃତ୍ୟୁ ମୁହଁରୁ ଫେରିଲା କୁନି ଜୀବନ, ଅସ୍ତ୍ରୋପଚାର ପରେ ୭ ମାସର ଶିଶୁ ତଣ୍ଟିରୁ ବାହାରିଲା କ୍ଲିପ୍