ପ୍ରମୂଖ ଖବର
  • କଟକ : ନିଆଁ ଲାଗି ଜଳିଗଲା ୩ ବଖରା ଘର, କାରଣ ଅସ୍ପଷ୍ଟ
  • ||
  • କାଠଯୋଡି ନଦୀରେ ଗାଧୋଇବା ବେଳେ ଅଘଟଣ, ପାଣିରେ ବୁଡ଼ି ନାବାଳକ ମୃତ
  • ||
  • ଭଞ୍ଜନଗର : ବ୍ରାହ୍ମଣପଦର ଗ୍ରାମରେ ହତ୍ୟାକାଣ୍ଡ, ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ
  • ||
  • ବେଗୁନିଆପଡ଼ା : ପୂର୍ବ ଶତ୍ରୁତାରୁ ୨ ଭାଇଙ୍କୁ ହତ୍ୟା, ପୋଲିସର ତଦନ୍ତ ଆରମ୍ଭ
  • ||
  • ଭାରସାମ୍ୟ ହରାଇ ଦଳବୋଝେଇ ଖାଲକୁ ଖସିଲା ଟ୍ୟାଙ୍କର୍‌, ଡ୍ରାଇଭର ମୃତ
  • ||
  • ତଣ୍ଡିକେରା ଛକରୁ ଦୁଇ ସନ୍ଦିଗ୍ଧଙ୍କୁ ଉଠାଇନେଲା ଚନ୍ଦନପୁର ପୁଲିସ, ଚାଲିଛି ପରିଚୟ ଖୋଜା
  • ||
  • IPL 2025: ଆଜି ସୁପରଜାଏଣ୍ଟ୍‌ସ- ଇଣ୍ଡିଆନ୍ ମଧ୍ୟ ହେବ କଡ଼ା ଟକ୍କର, ନଜରରେ ପନ୍ତ, ରୋହିତଙ୍କ ବ୍ୟାଟିଂ
  • ||
  • ବଦଳିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠିକଣା, ୟୁନିଟ୍‌-୨ କ୍ୟାପିଟାଲ ନର୍ସରୀ ପାଖକୁ ଉଠିଯିବ
  • ||
  • ଯାଜପୁରରେ ଚାଞ୍ଚଲ୍ୟ, କର୍ମଜୀବୀ ମହିଳାଙ୍କୁ ହାତ ମୁହଁ ବାନ୍ଧି ଗଣଦୁଷ୍କର୍ମ ଅଭିଯୋଗ
  • ||
  • ଦିନିକିଆ ଗଞ୍ଜାମ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବ୍ରହ୍ମପୁର ମା’ ବୁଢ଼ୀ ଠାକୁରାଣୀଙ୍କୁ ଅସ୍ଥାୟୀ ମଣ୍ଡପରେ ଦର୍ଶନ କରିବେ
  • ||
  • ମୟୂରଭଞ୍ଜ : ଦୋକାନୀଙ୍କୁ ଠେଙ୍ଗାରେ ପିଟି ସୁନା ବ୍ୟାଗ୍‌ ଲୁଟ୍‌, ଲକ୍ଷାଧିକ ଟଙ୍କାର ଅଳଙ୍କାର ଲୁଟିନେଲେ ୪ ଦୁର୍ବୃତ୍ତ
  • ||
  • ଭଦ୍ରକ : ଗୋରୁ ବୋଝେଇ ପିକଅପ୍‌ ଗାଡ଼ି ଦୁର୍ଘଟଣା ଗ୍ରସ୍ତ: ୩ ଗୋରୁ ମୃତ, ଡ୍ରାଇଭର ଗୁରୁତର
  • ||
  • ରବିବାରଠୁ ତାତିରେ ବିରତି: ୨ ତାରିଖ ଯାଏ ବର୍ଷା ସହ ଘଡ଼ଘଡ଼ି ସମ୍ଭାବନା, ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଦିଲ୍ଲୀରେ ଓଡ଼ିଶା ଦିବସ ପାଳିତ

Published By : Prameya | April 1, 2025 11:33 PM

ନୂଆଦିଲ୍ଲୀ,୧/୪ : ଦିଲ୍ଲୀରେ ପାଳନ ହେଲା ଓଡ଼ିଶା ଦିବସ । ଜବାହରଲାଲ ଷ୍ଟାଡିୟମରେ ଅନୁଷ୍ଠିତ ଓଡ଼ିଶା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ  । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ,  ଦେଶର ରାଜଧାନୀ ଦିଲ୍ଲୀରେ ଆଜି ଆମେ ୯୦ତମ ଓଡ଼ିଶା ଦିବସ ପାଳନ କରୁଛେ । ଓଡ଼ିଶା ଦିବସ ଅବସରରେ ଦିଲ୍ଲୀରେ ରହୁଥିବା ସମସ୍ତ ଓଡ଼ିଆ ଭାଇଭଉଣୀଙ୍କୁ ମୋର ଆନ୍ତରିକ ଅଭିନନ୍ଦନ । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କୁ ଏଥି ପାଇଁ ଧନ୍ୟବାଦ ଜଣାଇବା ସହ ଆଗାମୀ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବରେ ଓଡ଼ିଶା ଏବଂ ଦିଲ୍ଲୀ ବିକାଶର ଶିଖର ଛୁଇଁବ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ । 

ମୁଖ୍ୟମନ୍ତ୍ରୀ କହିଛନ୍ତି, ଆଗାମୀ ୭ ଓ ୮ ତାରିଖରେ ଦିଲ୍ଲୀରେ ରୋଡ୍ ଶୋ’ ହେବ । ଯେଉଁଥିରେ ୧ଲକ୍ଷ କୋଟି ଟଙ୍କାର ପୁଞ୍ଜି ନିବେଶ ଆସିବା ଲକ୍ଷ୍ୟ ରହିଛି। ସେହିଭଳି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖାଗୁପ୍ତା ସମସ୍ତଙ୍କୁ ଓଡ଼ିଶା ଦିବସର ଶୁଭେଚ୍ଛା ଜଣାଇବା ସହ ଦିଲ୍ଲୀର ସମୃଦ୍ଧି ପଛରେ ଓଡ଼ିଆଙ୍କ ଯୋଗଦାନକୁ ପ୍ରଶଂସା କରିଥିଲେ । ସେହିଭଳି ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓଡ଼ିଶାର ଐତିହ୍ୟକୁ ମନେ ପକାଇବା ସହ ପ୍ରଧାନମନ୍ତ୍ରୀଙ୍କ ପୂର୍ବୋଦୟ ସ୍ବପ୍ନ ସାକାର ପାଇଁ ଓଡ଼ିଶା ମହତ୍ବପୂର୍ଣ୍ଣ ଭୂମିକା ତୁଲାଇବ ବୋଲି କହିଥିଲେ ।

ସମସ୍ତେ ମିଳିମିଶି ଓଡ଼ିଶାକୁ ବିକଶିତ କରିବା ଏବଂ ଆଗମୀ ଦିନରେ ଓଡ଼ିଶାକୁ ଆଇଟି ହବ୍‌ରେ ପରିଣତ କରିବା ଆମର ଲକ୍ଷ୍ୟ ବୋଲି କହିଥିଲେ କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ । ଓଡ଼ିଶା ଦିବସ ସମାରୋହରେ ସମ୍ମାନିତ ଅତିଥି ଭାବେ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ବତ, କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ.ମିଶ୍ର, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ରେଖାଗୁପ୍ତା ପ୍ରମୁଖ ଉପସ୍ଥିତ ଥିଲେ । ଦିଲ୍ଲୀ ତଥା ଦିଲ୍ଲୀ ବାହାରୁ ଏହି କାର୍ଯ୍ୟକ୍ରମରେ ପ୍ରାୟ ୨ହଜାରରୁ ଅଧିକ ଓଡ଼ିଆ ଯୋଗଦେଇଥିବା ବେଳେ ଓଡ଼ିଶାର ହସ୍ତତନ୍ତ, ହସ୍ତଶିଳ୍ପ, ପାରମ୍ପରିକ ନୃତ୍ୟ, ସଂଗୀତ, ଓଡ଼ିଶୀ ନୃତ୍ୟ ସହ ଓଡ଼ିଆ ଖାଦ୍ୟପେୟର ପ୍ରଦର୍ଶନୀ ମୁଖ୍ୟ ଆକର୍ଷଣ ହୋଇଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.