ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌, ସକାଳ ୯ଟା ସୁଦ୍ଧା ୯.୨୫ ପ୍ରତିଶତ ମତଦାନ ରେକର୍ଡ

ଭୁବନେଶ୍ୱର,୧୩/୦୫: ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଭୋଟ୍‌ । କଳାହାଣ୍ଡି, କୋରାପୁଟ,  ନବରଙ୍ଗପୁର ଓ ବ୍ରହ୍ମପୁର ଲୋକସଭା ଓ ଏହା ଅଧୀନରେ ଥିବା ୨୮ଟି ବିଧାନସଭା ଆସନରେ  ମତଦାତା ଦେଉଛନ୍ତି ଭୋଟ।  ସକାଳ ୯ଟା ସୁଦ୍ଧା ୯.୨୫ ପ୍ରତିଶତ ମତଦାନ ରେକର୍ଡ ହୋଇଛି । କୋରାପୁଟରେ ସର୍ବାଧିକ ୧୩.୧୨ ପ୍ରତିଶତ ଭୋଟିଂ ହୋଇଥିବା ବେଳେ ଗଞ୍ଜାମରେ ସର୍ବନିମ୍ନ ୬.୮୧ ପ୍ରତିଶତ ରେକର୍ଡ ହୋଇଛି ।  ବାକି ଗଜପତିରେ ୧୦.୨ ପ୍ରତିଶତ, କଳାହାଣ୍ଡିରେ ୯.୦୬ ପ୍ରତିଶତ, ମାଲକାନଗିରିରେ ୯.୧୫ ପ୍ରତିଶତ, ନବରଙ୍ଗପୁରରେ ୮.୮୭ ପ୍ରତିଶତ, ନୂଆପଡ଼ାରେ ୯.୯୮ ପ୍ରତିଶତ, ରାୟଗଡ଼ାରେ ୭.୫୨ ପ୍ରତିଶତ ରେକର୍ଡ ହୋଇଛି ।

ସୂଚନାଯୋଗ୍ୟ ଯେ, ଓଡିଶାରେ ସକାଳ ୭ଟାରୁ କଡ଼ା ସୁରକ୍ଷା ମଧ୍ୟରେ ଆରମ୍ଭ ହୋଇଛି ମତଦାନ। ଆଜି ବ୍ରହ୍ମପୁର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଚାଲିଛି ମତଦନା। ଆଜି ବ୍ରହ୍ମପୁର ଲୋକସଭା ଆସନ ଅନ୍ତର୍ଗତ ୭ ବିଧାନସଭା ଆସନ- ଛତ୍ରପୁର, ଗୋପାଳପୁର, ବ୍ରହ୍ମପୁର, ଦିଗପହଣ୍ଡି, ଚିକିଟି, ମୋହନା, ପାରଳାଖେମୁଣ୍ଡିରେ ହେଉଛି ଭୋଟ ଗ୍ରହଣ। 

ସେହିପରି କଳାହାଣ୍ଡି ଲୋକସଭା ଆସନ ଆସନ ଅନ୍ତର୍ଗତ ୭ ବିଧାନସଭା ଆସନ- ନୂଆପଡ଼ା, ଖରିଆର, ଲାଞ୍ଜିଗଡ଼, ଜୁନାଗଡ଼, ଧର୍ମଗଡ଼, ଭବାନୀପାଟଣା, ନର୍ଲାରେ ହେଉଛି ମତଦାନ। ନବରଙ୍ଗପୁର ଲୋକସଭା ଆସନ ଅନ୍ତର୍ଗତ ୭ ବିଧାନସଭା ଆସନ- ଉମରକୋଟ, ଝରିଗାଁ, ନବରଙ୍ଗପୁର, ଡାବୁଗାଁ, କୋଟପାଡ, ମାଲକାନଗିରି, ଚତ୍ରକୋଣ୍ଡାରେ ମତଦାନ। ଏବଂ କୋରାପୁଟ ଲୋକସଭା ଆସନ ଅନ୍ତର୍ଗତ ୭ ବିଧାନସଭା ଆସନ- ଗୁଣୁପୁର, ବିଷମ କଟକ,ରାୟଗଡ଼ା, ଲକ୍ଷ୍ମୀପୁର, ଜୟପୁର, କୋରାପୁଟ, ପଟ୍ଟାଙ୍ଗୀ ହେଉଛି ମତଦାନ।

  • PrameyaOdia
  • prameya
  • Odisha election 2024
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.