ପ୍ରମୂଖ ଖବର
  • ରାୟଗଡ଼ା : ଲାଞ୍ଚ ନେବା ବେଳ ଭିଜିଲାନ୍ସ ହାତରେ ଧରାପଡିଲେ ସିଡିପିଓ, କିରାଣୀ
  • ||
  • ବାଲେଶ୍ୱର : ସାପ କାମୁଡ଼ାରେ ଅଷ୍ଟମ ଶ୍ରେଣୀ ଛାତ୍ରୀ ମୃତ
  • ||
  • ଖୋର୍ଦ୍ଧା : ବାଇକ୍‌ ପଛରେ ପିଟିହେଲା ମାଲବାହୀ ଟ୍ରକ୍‌; ମହିଳା ମୃତ, ଜଣେ ଆହତ
  • ||
  • ରଥ ଖଳା ହାଲ୍‌ଚାଲ୍... ରଥତ୍ରୟରେ ଲାଗିଲା ୧୨ ଦୁଆରଘଡ଼ା, କଳସ ଉଠି ଓଲଟ ଶୁଆ ସ୍ଥାପନ
  • ||
  • ୩ ବିଧାୟକଙ୍କୁ ବହିଷ୍କାର କଲା ସମାଜବାଦୀ ପାର୍ଟି, ଦଳ ବିରୋଧୀ କାର୍ଯ୍ୟ ପାଇଁ ଆକ୍ସନ
  • ||
  • ସୁନ୍ଦରଗଡ଼ : ବାଇକ୍‌କୁ ପଛରୁ ପିଟିଲା ଟ୍ରକ୍‌; ୨ ମୃତ, ଜଣେ ଗୁରୁତର
  • ||
  • ଅନବସର ତ୍ରୟୋଦଶୀ ତିଥି, ମହାପ୍ରଭୁଙ୍କୁ ଘଣା ଓ ଖଳି ପ୍ରସାଦ ଲାଗି ହେବ
  • ||
  • ସିରିଆର ଏକ ଚର୍ଚ୍ଚରେ ଆତ୍ମଘାତୀ ବିସ୍ଫୋରଣ, ୨୦ ମୃତ
  • ||
  • ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଯୁବ ଶକ୍ତି ସମାବେଶରେ ଦେବେ ଯୋଗ
  • ||
  • ୨୫ରେ ଆଉ ଏକ ଘୂର୍ଣ୍ଣିବଳୟ, ୨୭ଯାଏ ବର୍ଷା ସମ୍ଭାବନା: ଆଜି ୨୪ ଜିଲ୍ଲାକୁ ୟେଲୋ ଆଲର୍ଟ
  • ||

ପ୍ରମେୟ ପ୍ରଭାବ: କେନ୍ଦ୍ରାପଡା କୋର ଗାଁର ୮୦ ବର୍ଷୀୟ ବୃଦ୍ଧ ଭତ୍ତା ପାଇଁ ଘୁଷୁରି ଘୁଷୁରି ଯିବା ଘଟଣାରେ ହସ୍ତକ୍ଷେପ କଲେ ଉଚ୍ଚ ନ୍ୟାୟାଳୟ…

Published By : Ladu Kishor | May 23, 2025 7:24 PM

କେନ୍ଦ୍ରାପଡା ୨୩/୫: କେନ୍ଦ୍ରାପଡା କୋର ଗାଁର ୮୦ ବର୍ଷୀୟ ବୃଦ୍ଧ ଶ୍ରୀଧର ସାହୁ ରାସ୍ତାରେ ଘୁଷୁରି ଘୁଷୁରି ଭତ୍ତା ଆଣିବାକୁ ଯିବା ଘଟଣାକୁ ନେଇ ପ୍ରମେୟରେ ଖବର ପ୍ରସାରଣ ପରେ ଘଟଣାରେ ହସ୍ତକ୍ଷେପ କଲେ ଉଚ୍ଚନ୍ୟାୟାଳୟ l ଆଜି ଉଚ୍ଚନ୍ୟାୟାଳୟଙ୍କ ନିର୍ଦ୍ଦେଶ ପରେ ଜିଲ୍ଲା ଆଇନସେବା ପ୍ରାଧିକରଣର ସଚିବ ଶ୍ରୀଧରଙ୍କ ଘରେ ପହଞ୍ଚି ତାଙ୍କ ଅବସ୍ଥା ସମ୍ପର୍କରେ ପଚାରି ବୁଝିଥିଲେ l ଶ୍ରୀଧରଙ୍କ ସମ୍ପର୍କରେ ସଚିବ ଭିଡିଓ କନଫରେନ୍ସିଙ୍ଗ ଜରିଆରେ ଉଚ୍ଚନ୍ୟାୟାଳୟଙ୍କୁ ଅବଗତ କରିଥିଲେ l ରୋଗାକ୍ରାନ୍ତ ଅବହେଳିତ ଅବସ୍ଥାରେ ଘରେ ରହୁଥିବା ଶ୍ରୀଧରଙ୍କ ଘରେ ବିଦ୍ୟୁତ୍ ସଂଯୋଗ ସହିତ ତାଙ୍କୁ ଆବାସ ଯୋଜନାରେ ପକ୍କା ଘର ଯୋଗାଇ ଦେବା ଏବଂ ସମସ୍ତ ପ୍ରକାର ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାକୁ ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଥିଲା l ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ସହିତ କେନ୍ଦ୍ରାପଡା ବିଡିଓ ଅଭିଷେକ ସ୍ୱାଇଁ, ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରିଣୀ ରୂପାଲୀ ପ୍ରିୟଦର୍ଶିନୀ, ବିଏସସିଓ ସୁଦୀପ୍ତା ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ l କେବଳ ଶ୍ରୀଧର ନୁହଁନ୍ତି ଜିଲାର ସମସ୍ତ ହିତାଧିକାରୀଙ୍କୁ ଏହି ସୁବିଧା ଯୋଗାଇ ଦେବା ପାଇଁ ମଧ୍ଯ ଉଚ୍ଚ ନ୍ଯାୟାଳୟ ନିର୍ଦ୍ଦେଶ ଦେଇଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.