ପ୍ରମୂଖ ଖବର
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ମେ ୨ରୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା, ୧୨ ଯାଏ ୩ଟି ସିଫ୍ଟରେ ହେବ ଏକ୍ସଜାମ୍

Published By : Prameya | April 28, 2025 11:09 AM

ଭୁବନେଶ୍ୱର,୨୮/୦୪: ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ୨୦୨୫  ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଆସନ୍ତା ମେ ୨ ତାରିଖରୁ ପରୀକ୍ଷା ହେବ ।  ୧୨ ତାରିଖ ଯାଏ ୩ଟି ସିଫ୍ଟରେ ପରୀକ୍ଷା ହେବ । ସମସ୍ତ ପରୀକ୍ଷା କମ୍ପ୍ୟୁଟର ବେସ୍‌ଡ  ଟେଷ୍ଟ (ସିବିଟି) ମୋଡ୍‌ରେ କରାଯିବ । ଛାତ୍ରଛାତ୍ରୀ ୱେବ୍‌ସାଇଟ୍‌ରୁ ନିଜର ଆଡମିଟ୍‌  କାର୍ଡ ଡାଉନ୍‌ଲୋଡ୍‌ କରିପାରିବେ । ଏନେଇ ଓଜେଇଇ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।  

କାର୍ଯ୍ୟସୂଚୀ ଅନୁଯାୟୀ, ପ୍ରଥମ ସିଫ୍ଟ ପରୀକ୍ଷା ସକାଳ ସାଢ଼େ ୮ଟାରୁ ସାଢ଼େ ୧୦ଟା ।  ଦ୍ୱିତୀୟ ସିଫ୍ଟ ମଧ୍ୟାହ୍ନ ସାଢ଼େ ୧୨ଟାରୁ ଅପରାହ୍ନ ସାଢ଼େ ୨ଟା ଓ ତୃତୀୟ ସିଫ୍ଟ ଅପରାହ୍ନ  ସାଢ଼େ ୪ଟାରୁ ସନ୍ଧ୍ୟା ସାଢ଼େ ୬ଟା ଯାଏ ହେବ । ମେ ୨ ତାରିଖରେ ୩ଟି ଯାକ  ସିଫ୍ଟରେ ବି ଫାର୍ମାର ପରୀକ୍ଷା ହେବ । ୩ ତାରିଖରେ ପ୍ରଥମ ସିଫ୍ଟରେ ବି ଫାର୍ମା/ ଏଲ୍‌ଇ ଫାର୍ମା (ଏକ ଘଣ୍ଟାର ପରୀକ୍ଷା), ଦ୍ୱିତୀୟ ଓ ତୃତୀୟ ସିଫ୍ଟରେ ଏମ୍‌ବିଏ  ପରୀକ୍ଷା ରହିଛି । 

୫ ତାରିଖରେ ପ୍ରଥମ ସିଫ୍ଟରେ ଏଲ୍‌ ଟେକ୍‌ (ଡିପ୍ଲୋମା), ଦ୍ୱିତୀୟ  ସିଫ୍ଟରେ ଇଣ୍ଟିଗ୍ରେଟେଡ୍‌ ଏମ୍‌ବିଏ (ଏକ ଘଣ୍ଟା ପରୀକ୍ଷା), ତୃତୀୟ ସିଫ୍ଟରେ ବି କ୍ୟାଟ୍‌  (ସିନେମାଟୋଗ୍ରାଫି/ସାଉଣ୍ଡ ରେକର୍ଡିଂ ଆଣ୍ଡ ଡିଜାଇନ୍‌), ଏଲ୍‌ଟେକ୍‌ ବିଏସ୍‌ସି, ୬  ତାରିଖରେ ପ୍ରଥମ ଓ ଦ୍ୱିତୀୟ ସିଫ୍ଟରେ ଏମ୍‌ସିଏ ପରୀକ୍ଷା, ତୃତୀୟ ସିଫ୍ଟରେ ବି  କ୍ୟାଟ୍‌ (ଫିଲ୍ମ ଏଡିଟିଂ), ଏମ୍‌ ଆର୍କ, ଏମ୍‌ ପ୍ଲାନ୍‌ ଓ ଏମ୍‌ଟେକ୍‌ ପରୀକ୍ଷା ରହିଛି ।  

ସେହିପରି ୧୦ ତାରିଖରେ ତିନୋଟି ଯାକ ସିଫ୍ଟରେ ବେସିକ୍‌ ବିଏସ୍‌ସି ନର୍ସିଂ ପରୀକ୍ଷା  ଥିବାବେଳେ ୧୧ ତାରିଖ ପ୍ରଥମ ସିଫ୍ଟରେ ବେସିକ୍‌ ବିଏସ୍‌ସି ନର୍ସିଂ/ପୋଷ୍ଟ ବେସିକ୍‌  ଡିପ୍ଲୋମା ନର୍ସିଂ, ଦ୍ୱିତୀୟ ସିଫ୍ଟରେ ବେସିକ୍‌ ବିଏସ୍‌ସି ନର୍ସିଂ/ଏମ୍‌ଏସ୍‌ସି ନର୍ସିଂ, ତୃତୀୟ  ସିଫ୍ଟରେ ପୋଷ୍ଟ ବେସିକ୍‌ ବିଏସ୍‌ସି ନର୍ସିଂ ପରୀକ୍ଷା ରହିଛି । ୧୨ ତାରିଖରେ ଏଲ୍‌ଇ  ଟେକ୍‌ (ଡିପ୍ଲୋମା) ପରୀକ୍ଷା ତିନୋଟି ଯାକ ସିଫ୍ଟରେ ରହିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.