ପ୍ରମୂଖ ଖବର
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ଶିଳ୍ପ କ୍ଷେତ୍ରରେ ଓଡ଼ିଶାକୁ ବଡ଼ ସଫଳତା, ଘରୋଇ ପୁଞ୍ଜି ନିବେଶରେ ଦେଶରେ ୧ ନଂ ଓଡ଼ିଶା

Published By : Swapna Ray | July 9, 2025 2:27 PM

ଭୁବନେଶ୍ୱର, ୭।୯: ଘରୋଇ ପୁଞ୍ଜି ନିବେଶରେ ଦେଶରେ ଏକ ନମ୍ବର ଓଡ଼ିଶା । ଶିଳ୍ପ କ୍ଷେତ୍ରରେ ଓଡ଼ିଶାର ସଫଳତା । CMIE ରିପୋର୍ଟ ଅନୁସାରେ, ଏପ୍ରିଲରୁ ଜୁନ୍ ମଧ୍ୟରେ ୧ଲକ୍ଷ ୪୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ କରିଛି ଓଡ଼ିଶା । ଏହି ସମୟରେ ଅନ୍ୟ ସମସ୍ତ ରାଜ୍ୟରେ ୨ ଲକ୍ଷ ୧୦ ହଜାର କୋଟି ଟଙ୍କାର ନିବେଶ ହୋଇଥିବା ବେଳେ ଓଡ଼ିଶାରେ ୧ ଲକ୍ଷ ୪୦ ହଜାର କୋଟି ଟଙ୍କାର ପୁଞ୍ଜିନିବେଶ ହୋଇଛି । 

କେମିକାଲ, ପେଟ୍ରୋ କେମିକାଲ, ଟେକ୍ସଟାଇଲ, ଗ୍ରୀନ୍ ଏନର୍ଜି ଭଳି କ୍ଷେତ୍ରରେ ପୁଞ୍ଜି ନିବେଶ ଆସିଛି । ଶିଳ୍ପ ମନ୍ତ୍ରୀ କହିଛନ୍ତି, ସରକାରଙ୍କ ପ୍ରତି ନିବେଶକଙ୍କ ଭରସା ବଢ଼ିଛି । ବର୍ଷକ ମଧ୍ୟରେ ୧ ଲକ୍ଷ ୭୮ ହଜାର କୋଟି ନିବେଶ ହୋଇଥିବା ବେଳେ ତିନି ମାସରେ ୧ଲକ୍ଷ ୪୦ ହଜାର କୋଟି ଟଙ୍କାର ନିବେଶ ହୋଇଛି । ଖୋର୍ଦ୍ଧା, ଗୋପାଳପୁର ଓ ଯାଜପୁରରେ ଅନେକ ଶିଳ୍ପର ଗ୍ରାଉଣ୍ଡ ବ୍ରେକିଙ୍ଗ ହୋଇଛି । ଆଗାମୀ ଦିନରେ ଉତ୍କର୍ଷ ଓଡ଼ିଶାରେ ଆସିଥିବା ନିବେଶ ପ୍ରସ୍ତାବକୁ ସରକାର ଗ୍ରାଉଣ୍ଡିଙ୍ଗ ପାଇଁ ଯୋଜନା କରୁଛନ୍ତି । 

 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.