ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

କିଏ ହେବେ ରାଜ୍ୟ ବିଜେପି ସଭାପତି ? ଆଜିଠୁ ୩ ଦିନ ଚାଲିବ ନିର୍ବାଚନ ପ୍ରକ୍ରିୟା, ବିହାର ସାଂସଦ ସଞ୍ଜୟ ଜୟସ୍ୱାଲ ପର୍ଯ୍ୟବେକ୍ଷକ

Published By : Prameya | June 29, 2025 8:26 AM

ଭୁବନେଶ୍ୱର,୨୯/୦୬: ଆଜିଠୁ ବିଜେପି ରାଜ୍ୟ ସଭାପତି ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହେବ । ତିନିଦିନ ଧରି ନିର୍ବାଚନ ପ୍ରକ୍ରିୟା ଚାଲିବ । ଏହାପରେ ରାଜ୍ୟ ସଭାପତିଙ୍କ ନାଁ ଘୋଷଣା କରାଯିବ । ଦୀର୍ଘ ଅପେକ୍ଷା ପରେ ଶେଷରେ ଅଟକି ରହିଥିବା ରାଜ୍ୟ ସଭାପତି ଚୟନ ପାଇଁ ବିଜେପି ଆନୁଷ୍ଠାନିକ ପ୍ରକ୍ରିୟା ଆରମ୍ଭ କରିଛି । ରାଜ୍ୟ ନିର୍ବାଚନ ଅଧିକାରୀ ତଥା ବାଲେଶ୍ୱର  ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ନିର୍ବାଚନ ନେଇ ବିସ୍ତୃତ ସୂଚନା ଦେଇଛନ୍ତି । 

ସେ କହିଛନ୍ତି,  ବିଜେପିର ସ୍ଥାନୀୟ ସମିତି, ମଣ୍ଡଳ ସମିତି ଓ ଜିଲ୍ଲା ସମିତି ନିର୍ବାଚନ ପ୍ରକ୍ରିୟା ଶେଷ ହୋଇଛି । ଏବେ ରାଜ୍ୟ ସଭାପତି ନିର୍ବାଚନ  ଓ ରାଷ୍ଟ୍ରୀୟ ପରିଷଦ ସଦସ୍ୟମାନଙ୍କ ନିର୍ବାଚନ ପ୍ରକ୍ରିୟା ଚାଲିବ । ଜୁଲାଇ ୧ ସୁଦ୍ଧା ରାଜ୍ୟର ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଶେଷ ହେବ । କେନ୍ଦ୍ର ନିର୍ବାଚନ ଅଧିକାରୀଙ୍କ ତରଫରୁ ବିହାର ସାଂସଦ ସଞ୍ଜୟ ଜୟସ୍ୱାଲ୍‌ଙ୍କୁ ପର୍ଯ୍ୟବେକ୍ଷକ ଭାବେ  ନିଯୁକ୍ତି ଦିଆଯାଇଛି । ସେ ନିର୍ବାଚନ ପ୍ରକ୍ରିୟା  ପରିଚାଳନାକୁ ତଦାରଖ କରିବେ । ନିର୍ବାଚନ  ବିଜ୍ଞପ୍ତି ପ୍ରକାଶ ପାଇବା ପରେ ସେ ତତ୍କାଳ  ଓଡ଼ିଶା ଆସିବେ । 

ପ୍ରତି ୩ ବର୍ଷରେ ଥରେ ବିଜେପିର  ସାଙ୍ଗଠନିକ ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହୁଏ ।  ଏଥର ସାଙ୍ଗଠନିକ ନିର୍ବାଚନ ୨୦୨୪ ବୁଥ୍‌ରୁ  ନେଇ ରାଷ୍ଟ୍ରୀୟ ସଭାପତି ଚୟନରେ ଶେଷ  ହେବ । ରାଜ୍ୟ ସଭାପତିଙ୍କ ନାଁ ଘୋଷଣା  ପରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବ ବୋଲି  କୁହାଯାଉଛି । ରଥଯାତ୍ରା ପରେ ମନ୍ତ୍ରିମଣ୍ଡଳ  ସମ୍ପ୍ରସାରଣ ଓ ଅଦଳବଦଳ ହେବ । ଏଥିସହ  ଖାଲି ପଡ଼ିଥିବା ନିଗମ ଓ ବୋର୍ଡର ଅଧ୍ୟକ୍ଷ  ପଦବିରେ ନିଯୁକ୍ତି କରାଯିବ । ସରକାର ବର୍ଷ  ପୂର୍ତ୍ତି ପାଳନ କରୁଥିବାରୁ ସଂଗଠନକୁ ମଧ୍ୟ ସମାନ  ଗୁରୁତ୍ୱ ଦେବାକୁ କେନ୍ଦ୍ରୀୟ ନେତୃତ୍ୱ ଯୋଜନା  କରିଛନ୍ତି । ଏବେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ  ତୋମାର ଓଡ଼ିଶାରେ ଅଛନ୍ତି । ଖୁବ୍‌ଶୀଘ୍ର ନିର୍ବାଚନ  ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ୱାଲ ଆସି ପହଞ୍ଚିବେ।  ରଥ ପରେ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ଓ ନିଗମ/ ବୋର୍ଡ ଅଧ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟା ଆଗେଇବ  ବୋଲି ଦଳୀୟ ସୂତ୍ରରୁ ସୂଚନା ମିଳିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.