ଭୁବନେଶ୍ୱର ୧୪/୦୨: ଆସନ୍ତା ୧୭ରୁ ବିଧାନସଭା ବଜେଟ୍ ଅଧିବେଶନ। ୧୬ରେ ବସିବ ସର୍ବଦଳୀୟ ବୈଠକ। ଏହା ପୂର୍ବରୁ ଆଜି ସନ୍ଧ୍ୟାରେ ମନ୍ତ୍ରୀ ପରିଷଦ ଓ ରାଜ୍ୟ କ୍ୟାବିନେଟ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ।୨୦୨୬-୨୭ ଆର୍ଥିକ ବର୍ଷର ବଜେଟ ଚିଠା ପ୍ରସ୍ତାବକୁ ମୋହର ମାରିବ ମନ୍ତ୍ରୀ ପରିଷଦ । ୨୦୨୬-୨୭ ଆର୍ଥିକ ବର୍ଷ ବଜେଟ ଚିଠା ପ୍ରସ୍ତାବକୁ ବୈଠକରେ ଅନୁମୋଦନ ମିଳିପାରେ।
ସେହିପରି ଶନିବାର ସନ୍ଧ୍ୟାରେ ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ । ତେବେ ବସିବାକୁ ଥିବା କ୍ୟାବିନେଟ ବୈଠକରେ ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର ବାଜିପାରେ ।