ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଓଡ଼ିଶାରେ ଲାଗୁହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ-୨୦୨୪, ବିଧେୟକକୁ ରାଜ୍ୟପାଳଙ୍କ ସ୍ୱୀକୃତି

Published By : Prameya | April 13, 2025 8:23 AM

ଭୁବନେଶ୍ୱର,୧୩/୦୪: ଓଡ଼ିଶାରେ ଲାଗୁହେଲା  ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ-୨୦୨୪ ।  ଶନିବାର ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ନିକଟରେ ବିଧାନସଭାରେ ପାରିତ ହୋଇଥିବା ଓଡ଼ିଶା ବିଶ୍ୱବିଦ୍ୟାଳୟ  (ସଂଶୋଧନ) ବିଧେୟକ-୨୦୨୪କୁ ସ୍ୱୀକୃତି ପ୍ରଦାନ କରିବା  ପରେ ଏହା ସରକାରୀ ଭାବେ ଲାଗୁ କରାଯାଇଛି ।  

ଗତ ୨ ତାରିଖରେ ବିଧାନସଭାରେ ରାତିତମାମ  ଆଲୋଚନା ହେବା ପରେ ଓଡ଼ିଶା ବିଶ୍ୱବିଦ୍ୟାଳୟ  (ସଂଶୋଧନ) ବିଧେୟକ ବିଧାନସଭାରେ ପାରିତ ହୋଇଥିଲା । ଏହି ଅଧିନିୟମ ଲାଗୁ ହେବା  ପରେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ରାଜ୍ୟପାଳ  ଡ. କମ୍ଭମପତିଙ୍କୁ ଧନ୍ୟବାଦ ଜଣାଇବା ସହ ଉଚ୍ଚଶିକ୍ଷା  କ୍ଷେତ୍ରରେ ନୂତନ ସୂର୍ଯ୍ୟୋଦୟ ହୋଇଛି ବୋଲି କହିଛନ୍ତି ।  

ସେ କହିଛନ୍ତି, ରାଜ୍ୟରେ ଉଚ୍ଚଶିକ୍ଷା କ୍ଷେତ୍ରରେ ବିଭିନ୍ନ  ସମସ୍ୟାର ସମାଧାନ ଓ ଉଚ୍ଚଶିକ୍ଷା କ୍ଷେତ୍ରରେ ଏକ  ବୈପ୍ଳବିକ ପରିବର୍ତ୍ତନ ଆଣି ରାଜ୍ୟରେ ଶିକ୍ଷା ବ୍ୟବସ୍ଥାକୁ  ସୁଦୃଢ଼ କରିବା ନିମନ୍ତେ ଏହି ବିଧେୟକ ଗୁରୁତ୍ୱପୂର୍ଣ୍ଣ ।  ଏହି ଅଧିନିୟମ ଦ୍ୱାରା ରାଜ୍ୟରେ ଥିବା ବିଶ୍ୱବିଦ୍ୟାଳୟର ସ୍ୱାୟତ୍ତତା ସୁନିଶ୍ଚିତ ହେବା ସହିତ ଅଧ୍ୟାପକ ନିଯୁକ୍ତି  ପ୍ରକ୍ରିୟାକୁ ବିଶ୍ୱବିଦ୍ୟାଳୟର ଆବଶ୍ୟକତା ଅନୁଯାୟୀ  ସରଳୀକରଣ ଓ ତ୍ୱରାନ୍ୱିତ କରାଯାଇ ପାରିବ । ବିଶ୍ୱବିଦ୍ୟାଳୟରେ ସିନେଟ୍‌ର ପୁନଃ-ଅନ୍ତର୍ଭୁକ୍ତୀକରଣ  କରାଯିବ । ପ୍ରତି ବର୍ଷ ଦୁଇଥର ସିନେଟ୍‌ ବୈଠକ ଅନୁଷ୍ଠିତ  ହେବ। ଏଥିସହ ସିନେଟରେ ସର୍ବମୋଟ ୬୮ଜଣ  ସଦସ୍ୟ ରହିବାର ବ୍ୟବସ୍ଥା ଥିବାବେଳେ ଅତିକମ୍‌ରେ  ୩୭ଜଣ ସଦସ୍ୟ  ଶିକ୍ଷକ, ଶିକ୍ଷାବିତ୍‌ ଓ ଛାତ୍ରସମାଜ ପ୍ରତିନିଧି ବ୍ୟବସ୍ଥାକୁ ସୁନିଶ୍ଚିତ କରାଯାଇଛି ।  

ସେହିପରି ଅଧ୍ୟାପକ ଓ କୁଳପତି ଚୟନରେ  ସରକାରୀ ହସ୍ତକ୍ଷେପ ହ୍ରାସ ପାଇବ । ଗୁଣାତ୍ମକ  ଉଚ୍ଚଶିକ୍ଷାକୁ ସମସ୍ତଙ୍କ ନିକଟରେ ପହଞ୍ଚାଇବା ଓ ରାଜ୍ୟରେ  ନାମଲେଖା ଅନୁପାତ ବଢ଼ାଇବା ନିମନ୍ତେ ପ୍ରତ୍ୟେକ  ବିଶ୍ୱବିଦ୍ୟାଳୟରେ "ଦୂରଶିକ୍ଷା’ ବ୍ୟବସ୍ଥାକୁ ପ୍ରଣୟନ  କରାଯିବ ।ବିଶ୍ୱବିଦ୍ୟାଳୟର ଆର୍ଥିକ ପରିଚାଳନାର  ବ୍ୟବସ୍ଥାକୁ ସୁଦୃଢ଼ କରିବା ନିମନ୍ତେ ଅର୍ଥ କମିଟି ଗଠନ  ହେବ । ଭିତ୍ତିଭୂମି ପ୍ରକଳ୍ପ ବିକାଶର ସମୀକ୍ଷା ଓ ଯାଞ୍ଚ  ନିମନ୍ତେ କୋଠାବାଡ଼ି ଓ ନିର୍ମାଣ କମିଟି ଗଠନର ପ୍ରସ୍ତାବ  ସହ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରାପ୍ତ କିମ୍ବା ଅର୍ଜିତ ସମସ୍ତ  ଅର୍ଥରାଶି ଭାରତ ମହାଲେଖା ନିୟନ୍ତ୍ରକଙ୍କ ଦ୍ୱାରା ଅଡିଟ୍‌  କରାଯାଇ ତାହାର ବିବରଣୀ ଓଡ଼ିଶା ବିଧାନସଭାରେ  ଉପସ୍ଥାପନ କରାଯିବ । ଶିକ୍ଷାନୁଷ୍ଠାନମାନଙ୍କରେ ବିଶ୍ୱସ୍ତରୀୟ  ଗବେଷଣା ଓ ଶୈକ୍ଷିକ ଉତ୍କର୍ଷକୁ ପ୍ରୋତ୍ସାହନ ଦେବା  ସହିତ ଜ୍ଞାନଭିତ୍ତିକ ଅର୍ଥନୀତିର ଅଭିବୃଦ୍ଧିରେ ମଧ୍ୟ  ସହାୟକ ହେବ ବୋଲି ଉଚ୍ଚଶିକ୍ଷା ମନ୍ତ୍ରୀ କହିଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.