ପ୍ରମୂଖ ଖବର
  • ତେଲେଙ୍ଗାନା ରାସାୟନିକ ଫ୍ୟାକ୍ଟ୍ରିରେ ବିସ୍ଫୋରଣ; ୩୫କୁ ବଢିଲା ମୃତ୍ୟୁସଂଖ୍ୟା
  • ||
  • ବୁଧବାରଠୁ ଇଂଲଣ୍ଡ- ଭାରତ ଦ୍ୱିତୀୟ ଟେଷ୍ଟ: ଆର୍ଚରଙ୍କୁ ମିଳିଲାନି ସ୍ଥାନ, ଅପରିବର୍ତ୍ତିତ ବେନ୍‌ ସେନା
  • ||
  • ପୁରୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅପରାହ୍ନରେ ସେବାୟତଙ୍କ ସହ ଆଲୋଚନା
  • ||
  • ମଙ୍ଗଳବାର ହେରାପଞ୍ଚମୀ: ନନ୍ଦିଘୋଷ ଭାଙ୍ଗିବେ ମାଆ ଲକ୍ଷ୍ମୀ ସାଆନ୍ତାଣୀ, ରାତି ସାଢ଼େ ୯ଟାରେ ଶରଧାବାଲିକୁ ବିଜେ କରିବେ
  • ||
  • ଆସନ୍ତା ୫ ଦିନ ଯାଏ ବର୍ଷା ସମ୍ଭାବନା, ଉତ୍ତର-ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷିବ: ୧୨ ଜିଲ୍ଲାରେ ଅଧିକ, ୧୫ରେ ସ୍ୱାଭାବିକ
  • ||
  • ପାରାଦୀପ: ତେଲ ଟ୍ୟାଙ୍କର -କାର୍ ମୁହାଁମୁହିଁ ଧକ୍କା, ଘଟଣାସ୍ଥଳରେ କାର୍ ଡ୍ରାଇଭରଙ୍କ ମୃତ୍ୟୁ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟି ନିଷ୍ପତ୍ତିରୁ ଓହରିଲା ଓଏଏସ ସଂଘ
  • ||

ଭିଜିଲାନ୍ସ ପଞ୍ଝାରେ OWSSB ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର,ଏକକାଳୀନ ୭ଟି ସ୍ଥାନରେ ଚଢ଼ାଉ

Published By : Prameya | March 29, 2025 9:29 AM

ଭୁବନେଶ୍ୱର ୨୯/୦୩: ଭିଜିଲାନ୍ସ ଜାଲ‌ରେ ଛନ୍ଦି ହେଲେ OWSSB(ଓଡ଼ିଶା ଜଳ ଯୋଗାଣ ଏବଂ ସ୍ୱେରେଜ୍ ବୋର୍ଡ) ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁ। ଆୟ ବହିର୍ଭୂତ ସମ୍ପତ୍ତିି ଠୁଳ ଅଭିଯୋଗ ଆସିବା ପରେ ଭିଜିଲାନ୍ସ। ଚଢ଼ାଉ। ସକାଳୁ ଘରେ ସମେତ ୭ଟି ସ୍ଥାନରେ ଭିଜିଲାନ୍ସ ଟିମ୍ ଚଢ଼ାଉ। ଚଢାଉରେ ୭ ଡିଏସପି, ୯ ଇନ୍ସପେକ୍ଟର, ୧୦ ଏଏସଆଇ, ସାମିଲ। ଜଟଣୀ, ଖୋର୍ଦ୍ଧା, ଭୁବନେଶ୍ବର, କଟକରେ ଚଢ଼ାଉ ଚାଲିଛି।

ସୂଚନା ଅନୁଯାଇ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଓଡ଼ିଶା ଜଳ ଯୋଗାଣ ଏବଂ ସ୍ୱେରେଜ୍ ବୋର୍ଡର  ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ଚଢାଉ କରିଛି ଭିଜିଲାନ୍ସ । ଖୋର୍ଦ୍ଧା ଜଟଣୀ ସ୍ଥିତ ଘର, ଭୁବଗନେଶ୍ୱରର ଆଇଗିଣିଆ ସ୍ଥିତ ଏକ ଭଡ଼ା ଘର, ଜଟଣା ସ୍ଥିତ ଦୁଇ ମହଲା ବିଶିଷ୍ଟ ଘର, ଜଟଣୀ ସ୍ଥିତ ଆଉ ଏକ ତିନି ମହଲା ବିଶିଷ୍ଟ ନିର୍ମାଣାଧୀନ ଘର, ବନଦୁର୍ଗା ମାର୍କେଟ କମ୍ପ୍ଲେକ୍ସରେ ଥିବା ଦୁଇଟି ଦୋକାନ, କଟକ ଚୌଦ୍ୱାର ସ୍ଥିତ ସମ୍ପର୍କୀୟଙ୍କ ଘର ଏବମ ଭୁବନେଶ୍ୱର ସ୍ଥିତ ତାଙ୍କ ଅଫିସ୍‌ରେ ଏକକାଳୀନ ଚଢାଉ କରୁଛି ଭିଡିଲାନ୍ସ ଟିମ୍‌ ।  ତେବେ ବର୍ତ୍ତମାନ ଯାଏ କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି । ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଭିଜିଲାନ୍ସର ଚଢାଉ ଶେଷ ପରେ ଭିଜିଲାନ୍ସ ପକ୍ଷରୁ ସବିଶେଷ ତଥ୍ୟ ଦିଆଯିବ ବୋଲି ସୂଚନା ମିଳିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.