ଭୁବନେଶ୍ୱର,୧୫/୦୩: ଆସନ୍ତା ୧୮ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ କାଁ ଭାଁ ବର୍ଷା ହୋଇପାରେ । କାଳବୈଶାଖୀ ପ୍ରଭାବରେ ୧୫ ତାରିଖରେ ମୟୂରଭଞ୍ଜ ଓ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି ।
୧୬ ତାରିଖରେ ରାୟଗଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ ଝଡ଼ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ୩ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଆଗକୁ ବର୍ଷା ଥିବାରୁ ଆସନ୍ତା ୪ ଦିନ ରାଜ୍ୟରେ ଦିନ ତାପମାତ୍ରା ୩ରୁ ୫ ଡିଗ୍ରୀ କମିପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି ।
୧୭ ଓ ୧୮ ତାରିଖରେ ଉତ୍ତର ଓଡ଼ିଶା ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଶନିବାର ୩ଟି ସ୍ଥାନର ତାପମାତ୍ରା ୪୦ ଡିଗ୍ରୀ ରହିଥିଲା । ଝାରସୁଗୁଡ଼ାରେ ୪୦.୨, ଟିଟିଲାଗଡ଼ରେ ୪୦ ଓ ସମ୍ବଲପୁରରେ ୪୦ ଡିଗ୍ରୀ ରେକର୍ଡ ହୋଇଛି।
ଅଧିକ ପଢ଼ନ୍ତୁ :- ମାଓ ପ୍ରଭାବିତ ଅଞ୍ଚଳର ଯୁବପିଢ଼ିଙ୍କ ପାଇଁ ବଡ଼ ଘୋଷଣା : ୪୮୫ ଗ୍ରାମକୁ ମିଳିବ କ୍ରୀଡ଼ା ସାମଗ୍ରୀ