PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ସୃଷ୍ଟି ହେଲା ଅବପାତ, ଉପକୂଳ ଓଡ଼ିଶାରେ କୋହଲା ପାଗ

ଭୁବନେଶ୍ଵର, ୨୦/୧୧ : ସୃଷ୍ଟି ହେଲା ଅବପାତ। ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଦକ୍ଷିଣ ପଶ୍ଚିମ ଓ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଅବପାତରେ ପରିଣତ ହୋଇଛି l ଏହା ତୀବ୍ରତା ବଜାୟ ରଖିବା ସହ ପରବର୍ତ୍ତୀ ୪୮ ଘଣ୍ଟା ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତି କରି ତାମିଲନାଡୁ -ପୁଡ଼ୁଚେରୀ ଓ ଦକ୍ଷିଣ ଆନ୍ଧ୍ର ଉପକୂଳ ମୁହାଁ ସମ୍ଭାବନା ରହିଛି। ବଙ୍ଗୋପସାଗରରେ ସକ୍ରିୟ ଅବପାତ ପ୍ରଭାବରେ କଟକ, ଭୁବନେଶ୍ୱର ସମେତ ଉପକୂଳ ଓଡ଼ିଶାରେ କୋହଲା ପାଗ ରହିଛି। ଆଭ୍ୟନ୍ତରୀଣ ଓଡ଼ିଶାରେ ଶୁଷ୍କ ଥଣ୍ଡା ବାୟୁ ପ୍ରଭାବରେ ପାରଦ ତଳ ମୁହାଁ ରହିଛି ।

ସୂଚନାନୁଯାୟୀ, ଜି. ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୮ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ସେମିଳିଗୁଡାରେ ୮ ଡିଗ୍ରୀ, କିରେଇରେ ୯.୫ ଡିଗ୍ରୀ, ଫୁଲବାଣୀରେ ୯.୬ ଡିଗ୍ରୀ, ଦାରିଙ୍ଗବାଡିରେ ୧୦ ଡିଗ୍ରୀ, କୋରାପୁଟରେ ୧୦ ଡିଗ୍ରୀ, କେନ୍ଦୁଝରରେ ୧୦ ଡିଗ୍ରୀ, ଭବାନୀପାଟଣାରେ ୧୦.୬ ଡିଗ୍ରୀ, ଝାରସୁଗୁଡାରେ ୧୦.୮ ଡିଗ୍ରୀ, ଚିପିଲିମାରେ ୧୦.୮ ଡିଗ୍ରୀ, ସୁନ୍ଦରଗଡରେ ୧୨.୫ ଡିଗ୍ରୀ ଓ ଦେବଗଡରେ ୧୨.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

ସମ୍ବନ୍ଧିତ ଖବର