ପ୍ରମୂଖ ଖବର
  • ପାକିସ୍ତାନ ବିରୋଧରେ ବିଏଲଏଫର ‘ଅପରେସନ୍ ବାମ୍’; ଏକାଥରେ ୧୭ଟି ସ୍ଥାନରେ କଲା ଆକ୍ରମଣ
  • ||
  • ପାତ୍ରପୁର ଠଣାଗାଁ ଛକ ନିକଟରେ ୨ ବୁଲେଟ ମଧ୍ୟରେ ମୁହାଁମୁହିଁଁ ଧକ୍କା , ବାପା-ପୁଅ ସମେତ ୩ମୃତ
  • ||
  • ବୌଦ୍ଧ : ଜମଘାଟୀ ଗ୍ରାମରେ ଅଘଟଣ, କୂଅରେ ପଡ଼ି ବୃଦ୍ଧଙ୍କ ମୃତ୍ୟୁ
  • ||
  • କୋଣାର୍କରୁ ବରମୁଣ୍ଡା ଆମ ବସ୍‌ ବନ୍ଦ, ଯାତ୍ରୀ ହନ୍ତସନ୍ତ
  • ||
  • ଜଗତସିଂହପୁର : ପୁତୁରାକୁ କୋଦାଳରେ ହାଣି ହତ୍ୟା କଲା ଦାଦା, କାରଣ ଅସ୍ପଷ୍ଟ
  • ||
  • ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ସୋସିଆଲ ମିଡିଆରେ ପାଟ ଅଗଣା ଓ ଭେଟ ମଣ୍ଡପର ଫଟୋ ଛାଡିଲେ ଯୁବକ
  • ||
  • 'ଏକ୍ସ'ର ସିଇଓ ପଦରୁ ଇସ୍ତଫା ଦେଲେ ଲିଣ୍ଡା ୟାକାରିନୋ,ସାମ୍ନାକୁ ଆସିଲା ମସ୍କଙ୍କ ପ୍ରତିକ୍ରିୟା
  • ||
  • ଡେଲାଙ୍ଗ ବ୍ଲକରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିନ୍ତାରେ ଚାଷୀ
  • ||
  • ଏଆଇ-ଚାଳିତ ଉତ୍ପାଦନ ବିପ୍ଳବର ନେତୃତ୍ୱ ନେବ ଓଡ଼ିଶା, ଆସୋଚାମ-ପ୍ରାଇମସ ପାର୍ଟନର୍ସ ରିପୋର୍ଟ
  • ||
  • ରେଲୱେରେ ଏବର୍ଷ ମିଳିବ ୫୦ ହଜାର ଚାକିରି, ଏପର୍ଯ୍ୟନ୍ତ ୯ ହଜାର ନିଯୁକ୍ତିପତ୍ର ପଠାଇସାରିଲାଣି RRB
  • ||
  • ଅନୁଗୁଳ : NH ୧୪୯ ବଂରପାଳ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରାଭେଲର୍‌ ଧକ୍କାରେ ୨ ବାଇକ୍‌ ଆରୋହୀ ମୃତ
  • ||
  • ଜିଦ୍‌ରେ ଅଟଳ ଡ୍ରାଇଭର୍ ମହାସଙ୍ଘ : ପରିବହନ ଅଚଳ, ତିରୋଟମୁହାଁ ତେଲ, ବାହାରୁ ଆସିପାରୁନି ଗ୍ରୋସରୀ ଓ ପନିପରିବା
  • ||

ମୌସୁମୀ ବର୍ଷା ପ୍ରଭାବ; ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ

Published By : Prameya | June 30, 2025 8:57 AM

ଭୁବନେଶ୍ୱର ୩୦/୦୬: ମୌସୁମୀ ବର୍ଷା ଯୋଗୁ ଆସନ୍ତା ୧ ଜୁଲାଇ ଠାରୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ ରହିବ । ଏହା କେବଳ ଦିନବେଳା ପର୍ଯ୍ୟଟକଙ୍କ ପାଇଁ ଜାତୀୟ ଉଦ୍ୟାନ ଶିମିଳିପାଳ ବନ୍ଦ ରହିଛି । କେବଳ ରାତ୍ରୀରହଣୀ ପାଇଁ ପୂର୍ବରୁ ବୁକିଙ୍ଗ କରିଥିବା ପର୍ଯ୍ୟଟକମାନେ ଶିମିଳିପାଳ ଅଭୟାରଣ୍ୟ ଭିତରକୁ ପ୍ରବେଶ କରି ପାରିବେ । ଏ ନେଇ ସୂଚନା ଦେଇଛନ୍ତି ଶିମିଳିପାଳ କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ୍ୟପ୍ରାଣୀ ସଂରକ୍ଷକ ଡ଼ଃ ପ୍ରକାଶ ଚାନ୍ଦ ଗୋଗିନେନୀ । ଏହା ଆଗାମୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବଳବତ୍ତର ରହିବ ।

ପ୍ରତ୍ୟେକ ବର୍ଷ ମୌସୁମୀ ବର୍ଷା ଲାଗି ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଦିନ ବେଳା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରୁହେ । ଚଳିତ ବର୍ଷ ମଧ୍ୟ ଏହି କଟକଣା ବଳବତ୍ତର ରହିବ। ତେଣୁ ଜୁଲାଇ ପହିଲାରୁ ଅନିର୍ଦ୍ଦିଷ୍ଟକାଳ ବନ୍ଦ ରହିବ । କେବଳ ରାତ୍ରୀ ରହଣୀ ପାଇଁ ପୂର୍ବରୁ ବୁକିଂ କରିଥିବା ପର୍ଯ୍ୟଟକ ମାନେ ଶିମିଳିପାଳ ଅଭୟାରଣ୍ୟ ଭିତରକୁ ପ୍ରବେଶ କରିପାରିବେ । 

ଚଳିତ ୨୦୨୪-୨୫ ଆର୍ଥିକ ବର୍ଷରେ ୨୬୦୮୩ ଜଣ ରାଜ୍ୟ ପର୍ଯ୍ୟଟକ, ୧୨୩୮୮ ଜଣ ରାଜ୍ୟ ବାହାରର ପର୍ଯ୍ୟଟକ, ୧୨ ଜଣ ବିଦେଶୀ ପର୍ଯ୍ୟଟକ ତଥା ମୋଟ ୩୮୪୮୩  ଶିମିଳିପାଳ ଅଭୟାରଣ୍ୟର ପ୍ରାକୃତିକ ସୌନ୍ଦର୍ଯ୍ୟକୁ ଉପଭୋଗ କରିବାକୁ ଆସିଥିଲେ । ବରେହିପାଣି, ଗୁଡୁଗୁଡିଆ, କୁମାରୀ, ଜାମୁଆଣୀ, ରାମତୀର୍ଥ ନେଚର  କ୍ୟାମ୍ପ ପରିଦର୍ଶନ ପାଇଁ ୨୭୫ ଲକ୍ଷ, ଜଙ୍ଗଲ ସଫାରୀ ରାଶି ୧୨୨.୧୫, ପ୍ରବେଶ ରାଶି ୨୯.୪୮ ଲକ୍ଷ ରାଶି ସଂଗୃହିତ ହୋଇଛି ବୋଲି ସେ ସୂଚନା ଦେଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.