PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆପଡା ସାଲେଭଟା ଛକରେ ରକ୍ତାକ୍ତ ଅବସ୍ଥାରେ ଯୁବକ-ଯୁବତୀ ଉଦ୍ଧାର
  • ||
  • ହାଇଦ୍ରାବାଦ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସୁରକ୍ଷାରେ ଗୁରୁତର ତ୍ରୁଟି, ହେଲିକପ୍ଟର ଉଡାଣ ଭରିବା କ୍ଷଣି ମଝି ଆକାଶରେ ଦେଖାଗଲା କଳା ବେଲୁନ୍, ୪ କଂଗ୍ରେସ କର୍ମୀ ଗିରଫ
  • ||
  • ବିଧାନସଭା ଭିତରକୁ ଧସେଇ ପଶିବାକୁ ଉଦ୍ୟମ ବେଳେ ପୋଲିସ-ଛାତ୍ର କଂଗ୍ରେସ ମଧ୍ୟରେ ଧସ୍ତାଧସ୍ତି
  • ||
  • ନୂଆପଡା ଉଦ୍ୟାନବନ୍ଧ କ୍ରିଷ୍ଣା ଛକରେ ଟ୍ରକ ଧକ୍କାରେ ୪ ଜଣଙ୍କ ମୃତ୍ୟୁ
  • ||
  • ବୌଦ୍ଧ : କଣ୍ଟାମାଳ ବ୍ଲକ୍ ମନମୁଣ୍ଡା ରେଞ୍ଜ୍ ଅନ୍ତର୍ଗତ ରତାଖଣ୍ଡି ସଂରକ୍ଷିତ ଜଙ୍ଗଲରେ ଫାଶରେ ପଡ଼ି ଏକ ଭାଲୁର ମୃତ୍ୟୁ
  • ||
  • କୋଲକାତା : ମାତ୍ର ୭୫ ଟଙ୍କା ପାଉଣା ଫେରସ୍ତ ଦାବିରେ ଦେଖାଦେଇଥିଲା ଅଶାନ୍ତି, ନମାଜ ପଢ଼ି ଫେରିବା ବାଟରେ ବୃଦ୍ଧଙ୍କୁ ପିଟିପିଟି ହତ୍ୟା
  • ||
  • ଭୁବନେଶ୍ବର : ୨୦୧୯ ରୁ ୨୦୨୨ ମଧ୍ୟରେ ରାଜ୍ୟରେ ପଞ୍ଜିକୃତ ହୋଇଛି ୧୦ ହଜାର ୧୨୯ ଦୁଷ୍କର୍ମ ମାମଲା : ଗୃହରାଷ୍ଟ୍ର ମନ୍ତ୍ରୀ
  • ||
  • ଭୁବନେଶ୍ବର : ଜୁଲାଇ ୬ରେ ମାଟ୍ରିକ ପରୀକ୍ଷା ଫଳ ଘୋଷଣା । ଦିନ ୧ଟାରେ ପ୍ରକାଶ ପାଇପ ରେଜଲ୍ଟ । ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସୂଚନା ।
  • ||
  • ଗୋଚ୍ଛାପଡ଼ା/ଫୁଲବାଣୀ : ବହୁଚର୍ଚ୍ଚିତ ଯୋଡ଼ାମୁଣ୍ଡ ଶିଶୁ ଜଗାର ଖପୁରି ୩ ବର୍ଷ ମଧ୍ୟରେ ପ୍ରତିରୋପଣ କରାଯିବ । ଦିଲ୍ଲୀ ଏମସ୍‌ ନ୍ୟୁରୋ ସର୍ଜରୀ ଡାକ୍ତର ଦୀପକ ଗୁପ୍ତାଙ୍କ ସୂଚନା ।
  • ||
  • ନୂଆଦିଲ୍ଲୀ : ଆନ୍ଧ୍ରପ୍ରଦେଶ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଅଲ୍ଲୁରୀ ସୀତାରାମ ରାଜୁଙ୍କ ପ୍ରତିମୂର୍ତ୍ତି କରିବେ ଉନ୍ମୋଚନ
  • ||
  • କୋଟପାଡ଼ : କୋଟପାଡ଼ ମୀନାବଜାରରେ ଦୋଳି ଖେଳୁଥିବା ବେଳେ ଜଣେ ନାବଳିକାଙ୍କ ହୃଦ୍‌ଘାତରେ ମୃତ୍ୟୁ
  • ||
  • ମୁମ୍ବାଇ: ମହାରାଷ୍ଟ୍ର ରାଜନୀତିରେ ପୁଣିଥରେ ଏକନାଥଙ୍କ ବାଜିମାତ୍। ଫ୍ଳୋର ଟେଷ୍ଟରେ ବହୁମତ ହାସଲ କରିଛନ୍ତି ସିନ୍ଦେ। ସିନ୍ଦେଙ୍କୁ ୧୬୪ ସଦସ୍ୟ ସମର୍ଥନ କରିଥିବା ସୂଚନା।
  • ||
  • ଧର୍ମଗଡ଼ : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ଚଞ୍ଚରମୁଣ୍ଡା ଛକ ବିଜୁ ଏକ୍ସପ୍ରେସ୍ ରାସ୍ତା କଡ଼ରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • ନୂଆଦିଲ୍ଲୀ : ହିମାଚଳ ପ୍ରଦେଶର କୁଲ୍ଲୁରେ ବସ୍ ଦୁର୍ଘଟଣା, ସ୍କୁଲ ପିଲାଙ୍କ ସମେତ ୧୬ଜଣଙ୍କର ମୃତ୍ୟୁ ଆଶଙ୍କା
  • ||
  • ନୂଆଦିଲ୍ଲୀ : ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ : ବିଜୟ ମୁକୁଟ ପିନ୍ଧିଲେ ସିନି ଶେଟ୍ଟୀ
  • ||
  • ନୂଆଦିଲ୍ଲୀ : ଭାଙ୍ଗିଗଲା ଆଲପାଇନ୍ ଗ୍ଲାସିୟରର ବିଶାଳ ଖଣ୍ଡ, ୫ ମୃତ
  • ||
  • ଭୁବନେଶ୍ବର : ମାଟ୍ରିକ୍ ରେଜଲ୍ଟ ପ୍ରକାଶ ନେଇ ବୋର୍ଡର ସମସ୍ତ ପ୍ରସ୍ତୁତି ଶେଷ, ସଚିବାଳୟରେ ଆଜି ନିଆଯିବ ଚୂଡ଼ାନ୍ତ ନିଷ୍ପତ୍ତି
  • ||
  • ବାଲିପାଟଣା : ବାଲିଘାଟକୁ କେନ୍ଦ୍ର କରି ଯୁବକଙ୍କୁ ଖଣ୍ଡାମାଡ଼, ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି
  • ||
  • ନୂଆଦିଲ୍ଲୀ : ଆଇସିୟୁରେ ଭର୍ତ୍ତି ହେଲେ ଲାଲୁ ଯାଦବ, ପଡ଼ିଯିବା କାରଣରୁ ହୋଇଥିଲେ ଆହତ
  • ||
  • ଡେନମାର୍କ : ଡେନମାର୍କର ସପିଂ ମଲରେ ଫୁଟିଲା ଗୁଳି, ୩ଜଣଙ୍କର ମୃତ୍ୟୁ
  • ||

ଉତ୍କଳ ବିଶ୍ୱବିଦ୍ୟାଳୟ ନୂଆ ମୁଖ୍ୟ ଫାଟକ ପ୍ରସଙ୍ଗ, ହସ୍ତକ୍ଷେପ କଲେ ଓଏଚ୍‌ଆର୍‌ସି

ଭୁବନେଶ୍ୱର,୨୫/୫ : ଉତ୍କଳ ବିଶ୍ୱବିଦ୍ୟାଳୟକୁ ମୁଖ୍ୟ ଫାଟକ ଦେଇ ଯିବା ଲାଗି ପ୍ରତିଦିନ ରଙ୍ଗରୁଟ୍‌ରେ ଯିବାକୁ ପଡୁଛି । କ୍ୟାମ୍ପସ ଭିତରକୁ ପଶିବା ପାଇଁ ଏହି ରଙ୍ଗରୁଟ୍‌ରେ ଯାଉଥିବାରୁ ପ୍ରତିଦିନ ୮ରୁ ଅଧିକ ଛୋଟ ବଡ଼ ଦୁର୍ଘଟଣା ହେଉଛି । ଫଳରେ ଛାତ୍ରଛାତ୍ରୀମାନେ ବହୁ ଅସୁବିଧାର ମଧ୍ୟ ସମ୍ମୁଖୀନ ହେଉଛନ୍ତି । ସେଥିପାଇଁ ଭାରତର ଜାତୀୟ ରାଜପଥ ପ୍ରାଧିକରଣ(ଏନ୍‌ଏଚ୍‌ଏଆଇ)ଙ୍କ ତତ୍ତ୍ୱାବଧାନରେ ଓଭରବ୍ରିଜ କରାଯିବା ଲାଗି ନିଷ୍ପତ୍ତି ନିଆଯାଇଥିଲା ।  ଉତ୍କଳ ବିଶ୍ୱବିଦ୍ୟାଳୟର ଅଧିକାରୀ ନିଷ୍ପତ୍ତି ନେଲେ ନୂତନ ମୁଖ୍ୟ ଫାଟକ ବିଶ୍ୱବିଦ୍ୟାଳୟ ଓ ଡିଡିସିଇ ମଝିରେ କରାଯିବ । ଯାହାଦ୍ୱାରା ଟ୍ରାଫିକ ସମସ୍ୟାର ଅନ୍ତ ଘଟିବ । ହେଲେ ଏହି ଘୋଷଣାର ୩ବର୍ଷ ପରେ ବି କାମ ଆରମ୍ଭ ହୋଇପାରିନି । ତେଣୁ ଏଥିରେ ହସ୍ତକ୍ଷେପ କରିଛନ୍ତି ଓଡ଼ିଶା ମାନବାଧିକାର କମିଶନ(ଓଏଚ୍‌ଆର୍‌ସି) ।

କମିଶନର ସଦସ୍ୟ ଅସୀମ ଅମିତାଭ ଦାସ ଏ ନେଇ ଉତ୍କଳ ବିଶ୍ୱବିଦ୍ୟାଳୟ କୁଳସଚିବ, ଭୁବନେଶ୍ୱର ମହାନଗର ନିଗମର କମିଶନର, ଟ୍ରାଫିକ୍‌ ଡିସିପି ଓ ଏନଏଚ୍‌ଏଆଇ ପ୍ରକଳ୍ପ ପ୍ରବନ୍ଧକଙ୍କୁ ଜୁଲାଇ ୫ ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି । ଓଡ଼ିଶା ଉଚ୍ଚ ନ୍ୟାୟାଳୟର ବରିଷ୍ଠ ଆଇନଜୀବୀ ତଥା ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ ଛାତ୍ର ପ୍ରବୀର କୁମାର ଦାସ ଏ ନେଇ ଓଏଚ୍‌ଆର୍‌ସିଙ୍କ ହସ୍ତକ୍ଷେପ ଲୋଡିଥିଲେ । ଛାତ୍ରଛାତ୍ରୀମାନେ ରଙ୍ଗ ରୁଟ୍‌ରେ ଯାଉଥିବାରୁ ପ୍ରତିଦିନ ଦୁର୍ଘଟଣାର ଶୀକାର ହେଉଛନ୍ତି । ସେମାନଙ୍କର ମାନବାଧିକାର ଉଲ୍ଲଂଘନ ହେଉଛି । ତେଣୁ ତୁରନ୍ତ ଏ ଦିଗରେ ହସ୍ତକ୍ଷେପ କରିବାକୁ ଅନୁରୋଧ କରିଛନ୍ତି । ଗତ ୧୯ ତାରିଖରେ କମିଶନ  ହସ୍ତକ୍ଷେପ କରିବା ସହିତ ଆସନ୍ତା ଜୁଲାଇ ୫ରେ ପୁଣି ଶୁଣାଣି କରିବାକୁ କହିଛନ୍ତି ।

ଉଲ୍ଲେଖଯୋଗ୍ୟ, ଉତ୍କଳ ବିଶ୍ୱବିଦ୍ୟାଳୟର ନୂଆ ମୁଖ୍ୟ ଫାଟକ ପାଇଁ ୨୦୨୧ ମସିହାରେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ, ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷ, ଉଚ୍ଚଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀ, ପୂର୍ତ୍ତ ବିଭାଗର ଅଧିକାରୀ, ପୋଲିସ୍‌ କମିଶନର ବହୁ ଅଧିକାରୀଙ୍କ ସହ ମିଳିତ ଭାବେ ଏକ ବୈଠକ କରିଥିଲେ । ନୂତନ ପ୍ରବେଶ ପଥର ଡିଜାଇନ୍‌ ବି ପ୍ରସ୍ତୁତ କରିଥିଲେ । ଉତ୍କଳ ବିଶ୍ୱବିଦ୍ୟାଳୟର ନୂଆ ମୁଖ୍ୟ ଫାଟକ ପାଇଁ ୫କୋଟି ବ୍ୟୟବରାଦ ବି କରାଯାଇଛି । ହେଲେ  ଏସବୁ କିନ୍ତୁ ଏହି ନିଷ୍ପତ୍ତି କେବଳ କଥାରେ ଅଟକି ଯାଇଛି । ପିଲାଙ୍କ ଜୀବନ ବାଜି ଲାଗିଛି । ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସଡ଼କ ସୁରକ୍ଷା ଲାଗି ନାନାଦି ଯୋଜନା କରୁଥିବା ବେଳେ ଉତ୍କଳ ବିଶ୍ୱବିଦ୍ୟାଳୟରେ କିନ୍ତୁ ରଙ୍ଗ ରୁଟ୍‌ରେ ଯିବା ପାଇଁ ବାଧ୍ୟ କରାଯାଉଛି । ତେଣୁ ତୁରନ୍ତ ନୂଆ ମୁଖ୍ୟ ଫାଟକ ନିର୍ମାଣ କରିବାକୁ ଉତ୍କଳ ବିଶ୍ୱବିଦ୍ୟାଳୟର ପୂର୍ବତନ ଛାତ୍ର ଆଇନଜୀବୀ ଶ୍ରୀ ଦାସଙ୍କ ସମେତ ଅନ୍ୟ ବହୁ ଛାତ୍ରଛାତ୍ରୀ, ପୂର୍ବତନ ଛାତ୍ର ଦୀର୍ଘ ଦିନ ହେବ ଦାବି କରି ଆସୁଛନ୍ତି । ଏବେ ଓଏଚ୍‌ଆର୍‌ସି କର୍ତ୍ତୃପକ୍ଷ ହସ୍ତକ୍ଷେପ କରିବା ପରେ ଶୀଘ୍ର କାମ ହେବ ବୋଲି ଆଶା ପ୍ରକଟ କରିଛନ୍ତି ।