ପ୍ରମୂଖ ଖବର
  • ଢେଙ୍କାନାଳ : ଧରାପଡ଼ିଲେ ଲାଞ୍ଚୁଆ ଭାରପ୍ରାପ୍ତ ଆରଆଇ; ପିଅନ ମାଧ୍ୟମରେ ନେଉଥିଲେ ଟଙ୍କା
  • ||
  • କେନ୍ଦୁଝର : ଛତୁ ଗୋଟାଇବା ବେଳେ ଆକ୍ରମଣ କଲା ଦନ୍ତା, ୨ମହିଳା ଆହତ
  • ||
  • ବହୁଚର୍ଚ୍ଚିତ ପାଟଣାଗଡ ପାର୍ସଲ ବୋମା ବିସ୍ଫୋରଣ ମାମଲା: ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ଦୋଷୀ ସାବ୍ୟସ୍ତ
  • ||
  • ଭଦ୍ରକ : ଲୁଟ୍‌ କରିବାକୁ ଆସିଥିଲେ, ସାଇରନ୍‌ ବାଜିବାରୁ ଚମ୍ପଟ ମାରିଲେ ଦୁର୍ବୃତ୍ତ
  • ||
  • ହରିୟାଣା ପରେ କେରଳ; ଅସହ୍ୟ ହେଲା ଋଣ ବୋଝ, ଜୀବନ ହାରିଲେ ଆଉ ଏକ ପରିବାର !
  • ||
  • କେନ୍ଦୁଝର : ବ୍ୟାଟେରୀ ଦୋକାନରେ ଅଗ୍ନିକାଣ୍ଡ, ୨୫ ଲକ୍ଷ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ
  • ||
  • ଶିକ୍ଷାର୍ଥୀଙ୍କ ପାଇଁ ଖୁସି ଖବର; ଚଳିତବର୍ଷ ଭାରତରେ ଖୋଲିବ ୧୫ ବିଦେଶୀ ବିଶ୍ୱବିଦ୍ୟାଳୟ ବ୍ରାଞ୍ଚ
  • ||
  • ମୟୂରଭଞ୍ଜ : ଟ୍ରକ୍‌ ଧକ୍କାରେ ଖଣ୍ଡ ଖଣ୍ଡ ହୋଇଗଲା ଟ୍ରାକ୍ଟର; ୨ମୃତ, ୩ଗୁରୁତର
  • ||
  • ଭୁବନେଶ୍ଵର : ୨ ଦିନରେ ଓଡ଼ିଶା ଛୁଇଁବ ମୌସୁମୀ, ଜୁନ୍‌ରେ ସ୍ୱାଭାବିକଠାରୁ ଅଧିକ ବର୍ଷା ସମ୍ଭାବନା
  • ||
  • କେନ୍ଦୁଝର : ୨ଟି ଘରୁ ଲକ୍ଷାଧିକ ଟଙ୍କାର ସୁନାଗହଣା ଲୁଟ୍, ତଦନ୍ତ କରୁଛି ପୋଲିସ
  • ||

ରାଇଘରରେ ଅତିରିକ୍ତ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି, ୪୪ ଆବେଦନକାରୀଙ୍କ ଶୁଣିଲେ ଅଭିଯୋଗ

Published By : Prameya | May 27, 2025 2:04 PM

ରାଇଘର ୨୭/୦୫: ମଙ୍ଗଳବାର ନବରଙ୍ଗପୁର ଜିଲ୍ଲା ରାଇଘର ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ଏବଂ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଛି । ଏହି ଜନ ଶୁଣାଣି ଶିବିରରେ ମୋଟ୍ ୪୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେମାନଙ୍କ ମଧ୍ୟରୁ ୩୦ଟି ବ୍ୟକ୍ତିଗତ ସମସ୍ୟା ଓ ୧୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟାର ଶୁଣାଣି ହୋଇଛି । ସମସ୍ତ ସମସ୍ୟାର ତୁରନ୍ତ ସମାଧାନ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଖୁଣ୍ଟିଆ ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡା ନିର୍ଦ୍ଦେଶ ଦେଇଛନ୍ତି। ଏଥି ସହିିତ ସାମାଜିକ ସୁରକ୍ଷା ବିଭାଗ ତରଫରୁ ଚିହ୍ନଟ ଦିବ୍ୟାଙ୍ଗ ମାନଙ୍କୁ ୧୮ଟି ହୁଇଲ୍ ଚେୟାର ଏବଂ ୩୦ଟି ଶ୍ରବଣ ଯନ୍ତ୍ର ପ୍ରଦାନ କରଯାଇଛି ।

ମଙ୍ଗଳବାର ରାଇଘର ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ତପନ କୁମାର ଖୁଣ୍ଟିଆ ଏବଂ ଆରକ୍ଷୀ ଅଧୀକ୍ଷକ ମିହିର କୁମାର ପଣ୍ଡାଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିରରେ ଉପ-ଜିଲ୍ଲାପାଳ ନବରଙ୍ଗପୁର ପ୍ରକାଶ କୁମାର ମିଶ୍ର, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ବିରଞ୍ଚି ନାରାୟଣ ଦରୱାନ, ବିଡିଓ ଲକ୍ଷ୍ମୀ ସାଗର ମାଝୀଙ୍କ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।  ଜନ ଶୁଣାଣି ଅଭିଯୋଗରେ ୪୪ ଆବେଦନକାରୀ ଅଭିଯୋଗ ଶୁଣାଣି ହୋଇଥିଲା।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.