ପ୍ରମୂଖ ଖବର
  • ଯାତ୍ରା କଳିରେ ପଡିଲା ଯବନିକା, ୫ ବର୍ଷ ରହିବି ବର୍ଷେ ପରେ ମଞ୍ଚରେ ଚଢିବି କହିଲେ ପୀୟୂଷ
  • ||
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ପ୍ରକାଶ ପାଇଲା ଓଜେଇଇ-୨୦୨୫ ପରୀକ୍ଷା ଫଳାଫଳ

Published By : Suraj Kumar | June 10, 2025 6:45 PM

ଭୁବନେଶ୍ବର,୧୦।୬ : ଓଜେଇଇ-୨୦୨୫ ଫରୀକ୍ଷା ଫଳ ପ୍ରକାଶ ପାଇଛି।   ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ମନ୍ତ୍ରୀ ତଥା ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ବାଇଁ ଏହି ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି।  ପରୀକ୍ଷା ଫଳାଫଳ ପୁସ୍ତିକା ଉନ୍ମୋଚନ ବେଳେ ମନ୍ତ୍ରୀଙ୍କ ସମେତ ବିଭାଗର ଶାସନ ସଚିବ, ବୈଷୟିକ ଶିକ୍ଷା ନିର୍ଦ୍ଦେଶକ, ଅତିରିକ୍ତ ଶାସନ ସଚିବ, OJEE ର ଅଧ୍ୟକ୍ଷ ଏବଂ ସଚିବ ଉପସ୍ଥିତ ଥିଲେ। ପରୀକ୍ଷାର୍ଥୀ ସେମାନଙ୍କ ରାଙ୍କ କାର୍ଡ www.ojee.nic.in  ରେ ପାଇପାରିବେ।

ବି. ଫାର୍ମାରେ ଯତୀନ ବେହେରା ଟପ୍ପର ହୋଇଛନ୍ତି। ସେହିପରି  ଏମବିଏରେ ଅନୁରାଗ ମିଶ୍ର, ଏମସିଏରେ  ଏସ. ସିଶ୍ରେନ୍ଦ୍ରୀ,  ଏମ. ଫାର୍ମାରେ ହିତେଶ କୁମାର ଧଳ ଟପ୍ପର ହୋଇଛନ୍ତି। Le- Tech (Dip) ପରୀକ୍ଷାରେ ଗୌରବ ସ୍ୱାଇଁ, Le-Tech (B.sc) ରେ ସାକ୍ଷୀ କୁମାରୀ , Le-Pharm ରେ ସାଗରିକା ଦାଶ ଶୀର୍ଷ ସ୍ଥାନ ଅଧିକାର କରିଛନ୍ତି। 

୨୦୨୫-୨୬ ଶିକ୍ଷାବର୍ଷ ନିମନ୍ତେ ରାଜ୍ୟର ବିଭିନ୍ନ ସରକାରୀ ଓ ବେସରକାରୀ ବିଶ୍ବବିଦ୍ୟାଳୟ ଓ ଶିକ୍ଷା ଅନୁଷ୍ଠାନ ମାନଙ୍କରେ ପ୍ରଚଳିତ ୧୭ ଟି ବୈଷୟିକ ଏବଂ ବୃତ୍ତିଗତ ପାଠ୍ୟକ୍ରମ ପାଇଁ ପ୍ରବେଶିକା ପରୀକ୍ଷା ହୋଇଥିଲା । ସମସ୍ତ ପାଠ୍ୟକ୍ରମ ପାଇଁ କମ୍ପ୍ୟୁଟର ଆଧାରିତ ପରୀକ୍ଷା ମାଧ୍ୟମରେ ପ୍ରବେଶିକା ପରୀକ୍ଷା କରଯାଇଥିଲା । ଚଳିତ ବର୍ଷ ରାଜ୍ୟର ସମସ୍ତ ୩୦ ଜିଲ୍ଲା ସହିତ ରାଜ୍ୟ ବାହାରେ ୩ଟି ସହର ଯଥା କଲିକତା, ପାଟଣା ଏବଂ ରାଞ୍ଚିରେ, ସର୍ବ ମୋଟ ୭୦ ଟି ପରୀକ୍ଷା କେନ୍ଦ୍ର କରାଯାଇଥିଲା । ଚଳିତବର୍ଷ ସମୁଦାୟ ୯୨.୪୮୮ପରୀକ୍ଷାର୍ଥୀ ପଞ୍ଜୀକୃତ ହୋଇଥିବା ବେଳେ ୮୦,୩୨୪  ପରୀକ୍ଷାର୍ଥୀ (୮୬.୮୪ ପ୍ରତିଶତ) ପରୀକ୍ଷାରେ ଅଂଶ ଗ୍ରହଣ କରିଥିଲେ । ନର୍ସିଙ୍ଗ ପାଠ୍ୟକ୍ରମ ବ୍ୟତୀତ, ଅନ୍ୟାନ୍ୟ ପାଠ୍ୟକ୍ରମ ମଧ୍ୟରୁ ୫୫,୩୬୨ ପରୀକ୍ଷାର୍ଥୀଙ୍କୁ ନିଜ ନିଜର ପ୍ରଦର୍ଶନ ଅନୁଯାୟୀ ସେମାନଙ୍କର ଅନୁରୂପ ପାଠ୍ୟକ୍ରମରେ ସ୍ଥାନ (Rank) ଦିଆଯାଇଛି । ନର୍ସିଙ୍ଗ ପାଠ୍ୟକ୍ରମ ର ଫଳାଫଳ ରାଜ୍ୟ DMET ତରଫରୁ ପ୍ରକାଶ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.