ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ, ୱେବସାଇଟ୍‌ରୁ ରାଙ୍କ୍ ଡାଉନଲୋଡ କରିପାରିବେ ପରୀକ୍ଷାର୍ଥୀ

ଭୁବନେଶ୍ଵର, ୦୩/୦୬ : ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ। ଓଡ଼ିଶା ମିଳିତ ପ୍ରବେଶିକା ପରୀକ୍ଷା ୨୦୨୪ର ଫଳାଫଳ ପ୍ରକାଶ ପାଇଛି। ପରୀକ୍ଷାର୍ଥୀମାନେ ଓଜେଇଇ ୱେବସାଇଟ୍ ojee.nic.inରୁ ସେମାନଙ୍କର ରେଜଲ୍ଟ ପାଇପାରିବେ। ସମସ୍ତ ଯୌଗ୍ୟ ବିବେଚିତ ହୋଇଥିବା ପ୍ରାର୍ଥୀ ରାଜ୍ୟର ବିଭିନ୍ନ ସରକାରୀ ଯାନ୍ତ୍ରିକ ତଥା ବେସରକାରୀ ବିଶ୍ଵବିଦ୍ୟାଳୟ ଓ ବୈଷୟିକ ଏବଂ ବୃତ୍ତିଗତ ଶିକ୍ଷା ଅନୁଷ୍ଠାନ ଗୁଡ଼ିକରେ ନାମ ଲେଖାଇବା ପାଇଁ ଓଜେଇଇ କାଉନସେଲିଂରେ ଅଂଶଗ୍ରହଣ କରିପାରିବେ। 

ସୂଚନାନୁଯାୟୀ, ଚଳିତ ବର୍ଷ ମୋଟ ୬୫ ହଜାର ୭୪୨ ଜଣ ପରୀକ୍ଷାର୍ଥୀ ପଞ୍ଜୀକୃତ ହୋଇଥିଲେ। ସେମାନଙ୍କ ମଧ୍ୟରୁ ୫୬ ହଜାର ୪୭ ଜଣ ପରୀକ୍ଷାର୍ଥୀ ଭାଗ ନେଇଥିଲେ। ଏଥିମଧ୍ୟରୁ ୫୬ ହଜାର ପରୀକ୍ଷାର୍ଥୀଙ୍କୁ ନିଜ ନିଜର ପ୍ରଦର୍ଶନ ଅନୁଯାୟୀ ସେମାନଙ୍କର ଅନୁରୂପ ପାଠ୍ୟକ୍ରମରେ ସ୍ଥାନ ଦିଆଯାଇଛି। ବିଭିନ୍ନ ପାଠ୍ୟକ୍ରମର ଶୀର୍ଷସ୍ଥାନରେ ଥିବା ପରୀକ୍ଷାର୍ଥୀ ଓଜେଇଇ କାଉନସେଲିଂରେ ଅଂଶଗ୍ରହଣ କରିପାରିବେ। 

୨୦୨୪-୨୫ ଶିକ୍ଷାବର୍ଷ ପାଇଁ ରାଜ୍ୟର ବିଭିନ୍ନ ସରକାରୀ ଯାନ୍ତ୍ରିକ ତଥା ବେସରକାରୀ ବିଶ୍ଵବିଦ୍ୟାଳୟ ଓ ଶିକ୍ଷା ଅନୁଷ୍ଠାନମାନଙ୍କରେ ପ୍ରଚଳିତ ବିଭିନ୍ନ ବୈଷୟିକ ଏବଂ ବୃତ୍ତିଗତ ପାଠ୍ୟକ୍ରମ ପାଇଁ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହୋଇଥିଲା। ସମସ୍ତ ପାଠ୍ୟକ୍ରମ ପାଇଁ କମ୍ପ୍ୟୁଟର ଆଧାରିତ ପରୀକ୍ଷା ହୋଇଥିଲା।  




  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.