ପ୍ରମୂଖ ଖବର
  • ବରମୁଣ୍ଡା ସମାବେଶରେ ରାହୁଲଙ୍କ ରଣହୁଙ୍କାର : 'ସମ୍ବିଧାନକୁ ଆକ୍ରମଣ କରୁଛି ଡବଲ ଇଞ୍ଜିନ, ଓଡ଼ିଶା ବଞ୍ଚାଇବା ଆମ ଦାୟିତ୍ଵ'
  • ||
  • ବାଲେଶ୍ୱର : ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ
  • ||
  • ଅନୁଗୁଳ : ଟ୍ରେଲରକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଷଣ୍ଢ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
  • ||
  • ପାକିସ୍ତାନର ବେଲୁଚିସ୍ତାନରେ ଆତଙ୍କୀ ହମଲା, ବସ୍‌କୁ ଅଟକାଇ ୯ ଜଣଙ୍କୁ ହତ୍ୟା କଲେ ଆତଙ୍କୀ
  • ||
  • ସୁବର୍ଣ୍ଣପୁର : ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ଋଷିକୁଲ୍ୟା ନଦୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ

Published By : Suraj Kumar | July 3, 2025 6:45 PM

ଧରାକୋଟ,୩।୭ ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ସରଧାପୁର ପଞ୍ଚାୟତ   ଲକ୍ଷ୍ମୀପୁର ବାଲିଘାଟ ଋଷିକୁଲ୍ୟା ନଦୀରେ ବୁଡି ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି ।  ମୃତକ ବୃଦ୍ଧ ଜଣଙ୍କ ହେଲେ  ଲକ୍ଷ୍ମୀପୁର ଗ୍ରାମର ୬୯ ବର୍ଷୀୟ ସୀତାରାମ ଗୌଡ l 

ବୃଦ୍ଧ ନଦୀକୁ ଗାଧୋଇବାକୁ ଯାଇଥିବା ସମୟରେ ଅଚାନକ ଗୋଡ ଖସିଯିବାରୁ ନଦୀ ପାଣିରେ ବୁଡ଼ି ଯାଇଥିଲେ। ଫଳରେ ତାଙ୍କର ମୃତ୍ୟୁ ହୋଇଛି l ଘଟଣା ବିଷୟରେ ସ୍ଥାନୀୟ ଲୋକେ ପୋଲିସ ଖବର ଦେବା ପରେ ଧରାକୋଟ ପୋଲିସ ପହଞ୍ଚି ଶବକୁ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ଆସିକା ମେଡିକାଲକୁ ପଠାଇଥିବା ବେଳେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି l

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.