ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ଶୌଚ ପାଇଁ ଯାଇଥିବା ବେଳେ ଆକ୍ରମଣ କଲା ଦନ୍ତା, ଚାଲିଗଲା ବୃଦ୍ଧଙ୍କ ଜୀବନ

Published By : Harapriya Sethi | January 10, 2025 10:48 AM

ବନ୍ତଳା,୧୦/୦୧: ଶୌଚ ପାଇଁ ଯାଇଥିବା ବେଳେ ହାତୀ ଆକ୍ରମଣର ଶିକାର ହୋଇଥିଲେ ବୃଦ୍ଧ । ଚାଲିଗଲା ବୃଦ୍ଧଙ୍କ ଜୀବନ । ମୃତ ବୃଦ୍ଧ ଜଣକ ହେଲେ ମଦନ ମୋହନ ପାଟଣା ଗାଁର ଶମ୍ଭୁ ପ୍ରଧାନ (୬୮) ।  ଅନୁଗୁଳ ଜିଲ୍ଲା ବନ୍ତଳା ଅଞ୍ଚଳରେ ଏଭଳି ଘଟଣା ଘଟିଥିବାର ଖବର ସାମ୍ନାକୁ ଆସିଛି । 

ସୂଚନା ମୁତାବକ, ଶୁକ୍ରବାର ଭୋର ସମୟରେ ଶମ୍ଭୁ ଶୌଚ ପାଇଁ ଗାଁ କଳାପଟ ପାହାଡ଼କୁ ଯାଇଥିବା ରାସ୍ତା ନିକଟରେ ଥିବା ନାଳକୁ ଯାଇଥିଲେ । ସେ ସେଠାରେ ହାତୀ ହାବୁଡ଼ରେ ପଡି ଯିବାରୁ, ହାତୀଟି ଶମ୍ଭୁକୁ ଦଳି ଦେଇଥିଲା । ଫଳରେ ତାଙ୍କର ଘଟଣା ସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା । ଖବର ପାଇ ପରିବାର ଲୋକେ ଓ ଗ୍ରାମବାସୀ ଘଟଣା ସ୍ଥଳରେ ପହଞ୍ଚି ଛନ୍ତି । ଖବର ପାଇ ବନ୍ତଳା ପୋଲିସ ଓ ବନ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.