ପ୍ରମୂଖ ଖବର
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

କେନାଲରେ ବୁଡି ବୃଦ୍ଧ ମୃତ, ପୋଲିସର ତଦନ୍ତ ଜାରି

Published By : Harapriya Sethi | October 14, 2024 8:44 AM

ସାଲେପୁର, ୧୪/୧୦: କେନାଲରେ ବୁଡି ପ୍ରାଣ ହରାଇଲେ ବୃଦ୍ଧ । ମୃତକ ପଶ୍ଚିମକଛ ଢିଅସାହିର ଗୋପିନାଥ ସାହୁ ବୋଲି ଜଣାପଡ଼ିଛି । କଟକ ଜିଲ୍ଲା ସାଲେପୁର ବ୍ଲକ୍‌ରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ଗୋପିନାଥ ସାହୁ କେନ୍ଦ୍ରାପଡ଼ା କେନାଲର ବାର ବୋଡିଆ ନିକଟ କେନାଲ ପାକ ଦେଇ ଯାଉଥିଲେ । ଏହି ସମୟରେ ଭାରସାମ୍ୟ ହରାଇ କେନାଲରେ ପଡ଼ି ଯାଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇ ବୃଦ୍ଧଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରିଥିଲେ । କିଛି ସମୟ ମଧ୍ୟରେ ବୃଦ୍ଧଙ୍କୁ ଉଦ୍ଧାର ମଧ୍ୟ କରିଥିଲେ । ପରେ ତାଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନା ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଚଳାଇଛି । ଏହା ସହ ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ମଧ୍ୟ ପଠାଇଛି ପୋଲିସ । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.