ପ୍ରମୂଖ ଖବର
  • କଟକ : ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ରରେ ରହିବ ୱାଟର ମାର୍କ
  • ||
  • ଇସ୍ରୋକୁ ମିଳିଲେ ନୂଆ ମୁଖ୍ୟ, ଦାୟିତ୍ବ ନେଲେ ଭି. ନାରାୟଣନ
  • ||
  • ତିନି ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବୈତରଣୀରେ ପକାଇବେ ମକର ବୁଡ଼
  • ||
  • ଶ୍ରୀଲିଙ୍ଗରାଜ ମନ୍ଦିରରେ ବଡ଼ୁ ସେବାୟତ ଓ ମହାସୁଆରଙ୍କ ବିବାଦ, ରାତି ୮ଟାରୁ ପ୍ରଭୁଙ୍କ ନୀତିକାନ୍ତି ବନ୍ଦ
  • ||
  • ଶ୍ରୀମନ୍ଦିରରେ ପବିତ୍ର ମକର ସଂକ୍ରାନ୍ତି, ଶ୍ରୀବିଗ୍ରହଙ୍କୁ ମକରଚୂଳ ଓ ମାଳ ଲାଗି କରାଯାଇ ହେବ ସ୍ୱତନ୍ତ୍ର ବେଶ
  • ||
  • ରାଜ୍ୟରେ ସାମାନ୍ୟ କମିଲା ଶୀତ, ୪ ଦିନ ଯାଏ ପାଗରେ କୌଣସି ପରିବର୍ତ୍ତନ ନାହିଁ
  • ||

ପିକଅପ୍ ଭ୍ୟାନ୍ ଧକ୍କାରେ ବୃଦ୍ଧ ମୃତ, ଗାଡ଼ି ଛାଡ଼ି ଡ୍ରାଇଭର ଫେରାର

Published By : Prameya | May 10, 2024 10:54 AM

ଖଜୁରୀପଡ଼ା, ୧୦।୫: ଖଜୁରୀପଡ଼ା ଥାନା ଅନ୍ତର୍ଗତ ଗୁଡ୍ରି ସାହିଠାରେ ଦୁର୍ଘଟଣା । ଏକ ପିକଅପ୍ ଭ୍ୟାନ୍ ଧକ୍କାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି । ମୃତକ ଜଣକ ଖଜୁରୀପଡ଼ା ନୂଆସାହିର ୬୫ ବର୍ଷୀୟ ଅଲେଖ ମଲ୍ଲିକ ବୋଲି ଜଣାପଡ଼ିଛି । ସୂଚନା ଅନୁଯାୟୀ, ଅଲେଖ ଗୁଡ୍ରି ସାହିରେ ଥିବା ସେୟାର ସ୍ୱେଚ୍ଛାସେବୀ ଅନୁଷ୍ଠାନ ଦ୍ୱାରା ପରିଚାଳିତ ଜରାଶ୍ରମରେ ରହୁଥିଲେ । 

ଶୁକ୍ରବାର ସେଠାରେ ବିଦ୍ୟୁତ୍ ସମସ୍ୟା ଯୋଗୁଁ ଟାଙ୍କିକୁ ପାଣି ଉଠିପାରି ନଥିଲା । ତେଣୁ ସେ ଗାଧୋଇବା ପାଇଁ ନିକଟସ୍ଥ ନାଳକୁ ଯାଇଥିଲେ । ରାସ୍ତା ପାର୍ ହେଉଥିବା ସମୟରେ ଖଜୁରୀପଡ଼ାରୁ ଫୁଲବାଣୀ ଆଡ଼କୁ ଆସୁଥିବା ଏକ ପିକଅପ୍ ଭ୍ୟାନ୍ ତାଙ୍କୁ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ଅଲେଖଙ୍କ ମୃତ୍ୟୁ ଘଟିଥିଲା । ଦୁର୍ଘଟଣା ପରେ ଡ୍ରାଇଭର ଗାଡ଼ି ଛାଡ଼ି ଫେରାର ହୋଇଯାଇଥିବା ଜଣାପଡ଼ିଛି । ଖଜୁରୀପଡ଼ା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.