PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ପୋଖରୀରେ ବୁଡ଼ି ବୃଦ୍ଧଙ୍କ ମୃତ୍ୟୁ

ଗୋଛାପଡ଼ା,୫|୧୦(ଆପ୍ର): କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ଥାନା ବନ୍ଧଗଡ଼ ପଞ୍ଚାୟତ ଅନ୍ତର୍ଗତ ତେଜାମାହା ପୋଖରୀରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି। ବାଲିଗୁଡା ବ୍ଲକ ସୁନାପଙ୍ଗା ଗ୍ରାମର ଗୁମାନ ସିଂ ସାହାଣୀ ମଙ୍ଗଳବାର ଫିରିଙ୍ଗିଆ ବ୍ଲକ ବନ୍ଧଗଡ଼ ଗ୍ରାମର ବେହେରା ସାହିରେ ଥିବା ଭଣଜା ରଞ୍ଜିତ ଦେହୁରୀଙ୍କ ଘରକୁ ବୁଲିବା ପାଇଁ ଆସିଥିଲେ । ବୁଧବାର ସେ ତେଜାମାହା ପୋଖରୀକୁ ଗାଧୋଇବା ପାଇଁ ଯାଇଥିବା ବେଳେ ଅସାବଧାନତା ବଶତଃ ପୋଖରୀରେ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ଏହା ଦେଖି ରଞ୍ଜିତଙ୍କ ଘରେ ଖବର ଦେଇଥିଲେ । ଖବର ପାଇ ସାରଂଗଡ଼ ଅଗ୍ନିଶମ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ଗୁମାନ ସିଂଙ୍କୁ ଉଦ୍ଧାର କରିଥିଲେ, କିନ୍ତୁ ସେତେବେଳକୁ ତାଙ୍କର ମୃତ୍ୟୁ ହୋଇ ଯାଇ ଥିଲା। ଫିରିଙ୍ଗିଆ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଫୁଲବାଣୀ ଡାକ୍ତରଖାନାକୁ ପଠାଇଛି।