ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଗାଧୋଇବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ଗାଁ ପୋଖରୀରୁ ମିଳିଲା ମୃତଦେହ

Published By : Harapriya Sethi | October 16, 2024 11:00 AM

ବୈପାରୀଗୁଡା,୧୬/୧୦: ନିଖୋଜ ବୃଦ୍ଧଙ୍କ ମର ଶରୀର ଗାଁ ପୋଖରୀରୁ ଉଦ୍ଧାର । ବୈପାରୀଗୁଡା ବ୍ଲକ ଅନ୍ତର୍ଗତ ବାଲିଗାଁ ଠାରେ ଏଭଳି ଦୁଃଖଦ ଘଟଣା ଘଟିଛି । ମୃତକ ବାଲିଗାଁର ୬୦ ବର୍ଷୀୟ ଧାନ ନାୟକ ବୋଲି ଜଣାପଡ଼ିଛି । କୋରାପୁଟ ଜିଲ୍ଲା ବୈପାରୀଗୁଡା ବ୍ଲକ ଅନ୍ତର୍ଗତ ବାଲିଗାଁରେ ଏଭଳି ଘଟଣା ଘଟିଛି ।

ସୂଚନା ମୁତାବକ, ମଙ୍ଗଳବାର ସନ୍ଧ୍ୟାରେ ଧନ ନାୟକ ପୋଖରୀରେ ଗାଧୋଇବା ପାଇଁ ବାହାରିଥିଲେ । ଗାଧୋଇବାକୁ ଯାଇ ବିଳମ୍ବିତ ରାତି ପର୍ଯ୍ୟନ୍ତ ସେ ଘରକୁ ଫେରି ନଥିଲେ । ତାଙ୍କ ପରିବାର ଲୋକେ ବିଭିନ୍ନ ସ୍ଥାନରେ ଖୋଜା ଖୋଜି କରିଥିଲେ କିନ୍ତୁ ଧାନ ନାୟକଙ୍କ କୌଣସି ପତ୍ତା ମିଳିନଥିଲା । ତେବେ ବୁଧବାର ସକାଳେ  ଗାଁ ପୋଖରୀ ହୁଡ଼ାରେ ତାଙ୍କ ଚପଲ, ଧୋତି ଗାମୁଛା ଦେଖି ପରିବାର ଲୋକେ ସନ୍ଦେହ କରିଥିଲେ । ଏହା ଦେଖି ସଙ୍ଗେସଙ୍ଗେ ସ୍ଥାନୀୟ ସରପଞ୍ଚ ଗବର୍ଦ୍ଧନ କାଣ୍ଡିକିଙ୍କୁ ସୂଚନା ଦେଇଥିଲେ । ଖବର ପାଇ ସରପଞ୍ଚ ଘଟଣା ସ୍ଥଳରେ ପହଞ୍ଚି ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଜଣାଇଥିଲେ । ବୈପାରୀଗୁଡା ଅଗ୍ନିଶମ ବାହିନୀ ବାଲିଗାଁରେ ପହଞ୍ଚି ପୋଖରୀରୁ ବୃଦ୍ଧଙ୍କ ମୃତଦେହ ଉଦ୍ଧାର କରି ପୋଲିସକୁ ହସ୍ତାନ୍ତର କରିଛି । ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ମର ଶରୀର ହସ୍ତାନ୍ତର କରାଯିବ ବୋଲି ରାମଗିରି ଫାଣ୍ଡି ଅଧିକାରୀ ସୂଚନା ଦେଇଛନ୍ତି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.