ଭୁବନେଶ୍ବର,୧୬/୦୯: ଲୋକପ୍ରିୟ ଓଲିଉଡ୍ ଅଭିନେତା ବୁଦ୍ଧାଦିତ୍ୟ ମହାନ୍ତି ଅସୁସ୍ଥ। କଟକ ସିଡିଏର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା । ଫୁସ୍ଫୁସ୍ ସଂକ୍ରମଣଜନୀତ ସମସ୍ୟା ପାଇଁ ସେ ଅସୁସ୍ଥ ହୋଇ ପଡ଼ିଥିବାରୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସୂଚନା ଅନୁଯାୟୀ, ସେ କିଛି ଦିନ ଧରି ଥଣ୍ଡା ଏବଂ ଜ୍ବରରେ ଆକ୍ରାନ୍ତ ହୋଇଥିଲେ । ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ପଲ୍ୟୁମନାରୀ ମେଡ଼ିସିନ୍ ବିଭାଗରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି। ଏବେ ତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା ମିଳିଛି ।