ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଆଜି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଓମାର ଅବଦୁଲ୍ଲା

Published By : Anindita Ratha | October 16, 2024 8:35 AM

ଭୁବନେଶ୍ବର,୧୬/୧୦:  ଧାରା ୩୭୦ ଉଚ୍ଛେଦ  ପରେ ଜାମ୍ମୁ କାଶ୍ମୀରରେ ଗଠନ ହେବ ନୂତନ ସରକାର । ଆଜି ରାଜ୍ୟର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ ଓମାର ଅବଦୁଲ୍ଲା । ଏନେଇ ଶ୍ରୀନଗର ସ୍ଥିତ ଶେର୍-ଏ-କାଶ୍ମୀର କନଭେନସନ ସେଣ୍ଟର ଠାରେ ଆଜି ୧୧ଟା ୩୦ରେ ଶପଥ ଗ୍ରହଣ ସମାରୋହ ଆରମ୍ଭ ହେବ । ଉପ ରାଜ୍ୟପାଳ ମନୋଜ ସିହ୍ନା ମନ୍ତ୍ରୀଙ୍କୁ ପଦ ଏବଂ ଗୋପନୀୟତାର ଶପଥ ଗ୍ରହଣ କରାଇବେ ବୋଲି ସୂଚନା ମିଳିଛି । ନ୍ୟାସନାଲ କନଫେରେନ୍ସର ଉପାଧ୍ୟକ୍ଷ ଓମାର ଅବଦୁଲ୍ଳା କେନ୍ଦ୍ର ଶାସିତ ପ୍ରଦେଶର ପ୍ରଥମ ଏବଂ ଜାମ୍ମୁ କାଶ୍ମୀରର ୨ୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବାକୁ ଯାଉଛନ୍ତି । 

ତେବେ ଜାମ୍ମୁ କାଶ୍ମୀର ସରକାରରେ କେବଳ ୧୦ ଜଣ ମନ୍ତ୍ରୀ ରହିପାରିବେ । ଓମାର ଅବଦୁଲ୍ଳା ନେତୃତ୍ୱାଧୀନ ନ୍ୟାସନାଲ କନଫେରେନ୍ସ- କଂଗ୍ରେସ ମେଣ୍ଟ ସରକାରରେ କଂଗ୍ରେସକୁ ଏକ କ୍ୟାବିନେଟ୍ ପଦ ମିଳିବାର ସମ୍ଭାବନା ରହିଛି । ପ୍ରକାଶ ଥାଉକି, ନ୍ୟାସନାଲ କନଫେରେନ୍ସ ନେତୃତ୍ୱାଧୀନ ମେଣ୍ଟ ସରକାରକୁ ୫୫ ବିଧାୟକଙ୍କ ସମର୍ଥନ ରହିଛି। ଓମାରଙ୍କ କ୍ୟାବିନେଟରେ ସମ୍ଭାବିତ ମନ୍ତ୍ରୀମାନେ ହେଲେ ସକୀନା ଇଟୁ, ସୈଫୁଲ୍ଲାହ ମୀର, ଅବଦୁଲ ରହିମ ରାଥର, ଅଲି ମୋହମ୍ମଦ ସାଗର, ସୁରିନ୍ଦର ଚୌଧୁରୀ, ଫାରୁକ୍ ଶାହ, ନଜୀର ଅହମଦ ଏବଂ ଅହମଦ ମୀର । ତେବେ ଏହି ଶପଥ ଗ୍ରହଣ ସମାରୋହରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ, ବିପକ୍ଷ ନେତା ରାହୁଲ ଗାନ୍ଧୀ, କଂଗ୍ରେସ ମହାସଚିବ କେସି ବେଣୁଗୋପାଲ, ସପା ଅଧ୍ୟକ୍ଷ ଅଖିଲେଶ ଯାଦବ, ଶରଦ ଦଳ ଏନସିପି ନେତା ସୁପ୍ରିଆ ସୁଲେ, ସିପିଆଇ ନେତା ଡି ରାଜା, ଡିଏମକେ ସାଂସଦ କନିମୋଝୀ କରୁଣାନିଧି, ଏସଏଡି ଅଧ୍ୟକ୍ଷ ସୁଖବୀର ସିଂହ ଏବଂ ଅନ୍ୟ ପ୍ରମୁଖ ଯୋଗ ଦେବେ ବୋଲି ସୂଚନା ରହିଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.