ପ୍ରମୂଖ ଖବର
  • ବଲାଙ୍ଗୀର : ରାଜେନ୍ଦ୍ର ବିଶ୍ଵବିଦ୍ୟାଳୟରେ ଆଶାନ୍ତି, ହଷ୍ଟେଲ ଫି ବୃଦ୍ଧି ନେଇ ଧାରଣା ଦେଲେ ଛାତ୍ରଛାତ୍ରୀ
  • ||
  • ବାରିପାଦ: ବିଚ୍‌ ରାସ୍ତାରେ ଯୁବକଙ୍କୁ ଭୁଜାଲି ମାଡ଼, ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି
  • ||
  • ବୁଧବାର ମେୟରଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ, ଯୋଗଦେବେ ସବୁ ଷ୍ଟାଣ୍ଡିଂ କମିଟିର ଅଧ୍ୟକ୍ଷ ଏବଂ କର୍ପୋରେଟର
  • ||
  • ସୁନ୍ଦରଗଡ଼ : ପୋଖରୀରୁ ଅଜଣା ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
  • ||
  • କେନ୍ଦ୍ରାପଡ଼ା : ଆଳିରେ ସିରିଜ୍‌ ଚୋରି, ଲକ୍ଷାଧିକ ଟଙ୍କାର ଅଳଙ୍କାର ନେଇଗଲେ ଦୁର୍ବୃତ୍ତ
  • ||
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜ୍ଞାମାଳ ବିଜେ ପରେ ଶରଧାବାଲିରେ ଦକ୍ଷିଣ ମୋଡ଼ ନେବ ତିନ ରଥ
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ଶ୍ରୀମନ୍ଦିରରେ ବ୍ୟବହାର ହେବ ଓମଫେଡ୍ ଘିଅ

Published By : Suraj Kumar | October 15, 2024 11:17 PM

ପୁରୀ,୧୫।୧୦ : ଶ୍ରୀମନ୍ଦିରରେ କେବଳ ଓମଫେଡ୍ ଘିଅ ବ୍ୟବହାର  ହେବ। ଏନେଇ ସହଯୋଗ ପ୍ରଦାନ କରିବାକୁ ଓମଫେଡ୍ ପରିଚାଳନା ନିର୍ଦ୍ଦେଶକଙ୍କୁ  ଅନୁରୋଧ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ। ଶ୍ରୀମନ୍ଦିରର ଆବଶ୍ୟକତାକୁ ନଜରରେ ରଖି ଶ୍ରୀମନ୍ଦିର ପାଇଁ ଏକ ସ୍ବତନ୍ତ୍ର ଡିପୋ ଖୋଲାଯିବା ନେଇ ଓମଫେଡ ପରିଚାଳନା ନିର୍ଦ୍ଦେଶକଙ୍କୁ ମୁଖ୍ୟ ପ୍ରଶାସକ ପତ୍ର ଲେଖିଛନ୍ତି। ମହାପ୍ରସାଦ ପ୍ରସ୍ତୁତି ଏବଂ ଦୀପରେ କେବଳ ଓମଫେଡ୍ ଘିଅ ବ୍ୟବହାର ପାଇଁ ସ୍ଥିର ହୋଇଛି। 

ଏନେଇ ସମ୍ପୃକ୍ତ ନିଯୋଗ ଗୁଡ଼ିକ ସହ ମଧ୍ୟ ଆଲୋଚନା ହେବା ସହ ସହମତି ପ୍ରକାଶ ପାଇଛି। ତେଣୁ ଶ୍ରୀମନ୍ଦିରରେ ଓମଫେଡ଼ ଘିଅର ଆବଶ୍ୟକତାକୁ ନଜରରେ ରଖି ଯଥେଷ୍ଟ ଘିଅ ମହଜୁଦ୍ ରଖିବାକୁ ପଦକ୍ଷେପ ଗ୍ରହଣ କରିବାକୁ ଓମଫେଡ଼କୁ ଅନୁରୋଧ କରିଛନ୍ତି ମୁଖ୍ୟ ପ୍ରଶାସକ। ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ଡିପୋ କରାଗଲେ ଆବଶ୍ୟକତା ପୁରଣ ହେବା ସହ ଅପମଶ୍ରିତ ଘିଅକୁ ମଧ୍ୟ ରୋକାଯାଇ ପାରିବ ବୋଲି ମୁଖ୍ୟ ପ୍ରଶାସକ ଗୁରୁତ୍ବାରୋପ କରିଛନ୍ତି। ଏଥିସହିତ ଘିଅ ଦର ମଧ୍ୟ ହ୍ରାସ କରାଯିବାକୁ ବିଭିନ୍ନ ନିଯୋଗ ପକ୍ଷରୁ ହୋଇଥିବା ଅନୁରୋଧକୁ ଗ୍ରହଣ କରିବାକୁ ପତ୍ରରେ ମୁଖ୍ୟ ପ୍ରଶାସକ ଅନୁରୋଧ କରିଛନ୍ତି । 

ଅନ୍ୟପକ୍ଷରେ ଶ୍ରୀମନ୍ଦିର ମଧ୍ୟକୁ ଓମଫେଡ ବ୍ୟତୀତ ଯେପରି ଅନ୍ୟ କୌଣସି ଘିଅ ପ୍ରବେଶ ନ କରେ ସେଥିପ୍ରତି ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ପ୍ରଶାସକ। ତଦନୁସାରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୁଆର ମହାସୁଆର ନିଯୋଗକୁ ଜଣାଇ ଦିଆଯାଇଛି। ବରିଷ୍ଠ ସୁପରଭାଇଜର ଏବଂ କମାଣ୍ଡର ଏଥିପ୍ରତି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ଏଥିରେ କୌଣସି ପ୍ରକାର ବ୍ୟତିକ୍ରମକୁ ବରଦାସ୍ତ କରାଯିବ ନାହିଁ। ଏଣିକି ଅନ୍ୟ ଛାପ ଘିଅ ଶ୍ରୀମନ୍ଦିରକୁ ନେବାକୁ ଚେଷ୍ଟା କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟ ପ୍ରଶାସକ ସତର୍କ କରି ଦେଇଛନ୍ତି। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଏନେଇ ସାମାଜିକ ଗଣମାଧ୍ୟମରେ ସୂଚନା ଦିଆଯାଇଛି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.