ଭୁବନେଶ୍ୱର,୨୧/୬: ବଢିଲା ଓମ୍‌ଫେଡ୍‌ କ୍ଷୀରର ଦାମ୍।  ଓମଫେଡ୍ କ୍ଷୀର ଲିଟର ପିଛା ୨ ଟଙ୍କା  ବୃଦ୍ଧି ପାଇଛି ।ଖାଉଟିମାନେ ଲିଟର ପିଛା ୫୨ ଟଙ୍କା ଦେଉଥିଲା ବେଳେ ଏବେ ୫୪ ଟଙ୍କା ଦେବେ।  ଓମଫେଡ ପ୍ରିମିୟମ୍ ଓ ଟୋନ୍ଡ  କ୍ଷୀର ଲିଟର ୨ ଟଙ୍କା ବୃଦ୍ଧି ପାଇଥିବାବେଳେ ଗୋଲ୍ଡ  କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ପାଇଛି । ଗତ ବିଶ୍ବ ଦୁଗ୍ଧ ଦିବସ ପାଳନ ଅବସରରେ କ୍ଷୀର ମୂଲ୍ୟ ବଢିବା ନେଇ  ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।