PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଟକ: ଜୁଲାଇ ୫ରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ !
  • ||
  • ପୁରୀ: ଶ୍ରୀମନ୍ଦିରରେ ପହଞ୍ଚିଲା ଏଏସ୍‌ଆଇ ଟିମ୍‌, ଗର୍ଭଗୃହ ଓ ନାଟମଣ୍ଡପ ଫାଟର ସ୍ଥିତି ଓ ଏହାର ସୁରକ୍ଷା ସମ୍ପର୍କରେ ଯାଞ୍ଚ କରିବ ଟିମ୍‌
  • ||
  • ଖୋର୍ଦ୍ଧା: ବାଘମାରୀ ନିକଟରେ ରାସ୍ତାକଡକୁ ଖସିଲା ଲିଙ୍ଗରାଜ ବସ୍, ୨୦ ଯାତ୍ରୀ ଆହତ
  • ||
  • ପୁରୀ: ଆଜି ମିଳିବ ଆଡ଼ପ ଅବଢ଼ା
  • ||
  • ମହିଳା ହକି ବିଶ୍ୱକପ୍‌: ଆଜି ଇଂଲଣ୍ଡକୁ ଭେଟିବ ଭାରତ
  • ||
  • ଭଦ୍ରକ: ଭଦ୍ରକରେ ଦୁଇ କିନ୍ନର ଗୋଷ୍ଠୀ ମୁହାଁମୁହିଁ: ୫ ଜଣ ଗୁରୁତର, ୪ ଅଟକ
  • ||
  • ଭୁବନେଶ୍ୱର : ପଥରଗାଡ଼ିଆରେ ଅଦ୍ଭୂତ ବାଛୁରୀ ଜନ୍ମ, ଦେଖିବାକୁ ଲୋକଙ୍କ ଲାଗିଲା ଭିଡ଼
  • ||
  • ଭୁବନେଶ୍ୱର : ରାଜ୍ୟରେ ବଢ଼ିଲା ଦୈନିକ ସଂକ୍ରମଣ, ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୪୬ ଜଣ କରୋନା ପଜିଟିଭ
  • ||

୪୯ ବର୍ଷରେ ପାଦ ଥାପିଲେ ରାହୁଲ ଗାନ୍ଧୀ, ନରେନ୍ଦ୍ର ମୋଦି ଟ୍ବିଟରେ ଲେଖିଲେ ଏମିତି…

ନୂଆଦିଲ୍ଲୀ ୧୯।୬: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ବୁଧବାର ୪୯ ବର୍ଷରେ ପାଦ ଥାପିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କୁ ଟ୍ବିଟ୍‌ କରି ଶୁଭେଚ୍ଛା ଜଣାଇଛନ୍ତି। ମୋଦୀ ଟ୍ବିଟ୍‌ରେ ଉଲ୍ଲେଖ କରିଛନ୍ତି, ‘ଶ୍ରୀ ରାହୁଲ ଗାନ୍ଧୀଙ୍କୁ ତାଙ୍କ ଜନ୍ମଦିନ ପାଇଁ ଶୁଭକାମନା। ଈଶ୍ଵର ତାଙ୍କୁ ଭଲ ସ୍ବାସ୍ଥ୍ୟ ଦିଅନ୍ତୁ ଏବଂ ଦୀର୍ଘାୟୁ କରାନ୍ତୁ।’

ମୋଦୀଙ୍କ ବ୍ୟତୀତ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବି ରାହୁଲଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ। ରାହୁଲଙ୍କ ଜନ୍ମଦିନରେ ବୁଧବାର ସକାଳୁ ଟ୍ବିଟରରେ ‘ହାପି ବର୍ଥ ଡେ ରାହୁଲ ଗାନ୍ଧୀ’ ଟ୍ରେଣ୍ଡ କରୁଛି। କଂଗ୍ରେସ ମଧ୍ୟ ନିଜ ଅଫିସିଆଲ ଟ୍ବିଟର ହ୍ୟାଣ୍ଡେଲରେ ରାହୁଲଙ୍କୁ ଶୁଭେଚ୍ଛା ଜଣାଇ ଏକ ଭିଡିଓ ଶେୟାର କରିଛି। ଭିଡିଓରେ ରାହୁଲଙ୍କ ଭାଷଣ ଏବଂ ସାକ୍ଷାତକାରର କିଛି ଅଂଶ ରହିଛି।

ସୂଚନାଯୋଗ୍ୟ, ୧୯୭୦ ଜୁନ ୧୯ରେ ରାହୁଲ ଜନ୍ମଗ୍ରହଣ କରିଥିଲେ। ୨୦୦୩ରେ ସେ ଜାତୀୟ ରାଜନୀତିକୁ ଆସିଥିଲେ। ୨୦୦୪ରେ ନିର୍ବାଚନ ଲଢ଼ିବାକୁ ଘୋଷଣା କରିବା ସହିତ ସେ ଭାରତୀୟ ରାଜନୀତିରେ ପ୍ରବେଶ କରିଥିଲେ। ସେ ନିଜର ପିତାଙ୍କ ରାଜନୀତି କ୍ଷେତ୍ର ଆମେଠିରୁ ଲୋକସଭା ନିର୍ବାଚନ ଲଢ଼ିଥିଲେ। ଆମେଠିବାସୀ ବି ତାଙ୍କୁ ଉତ୍ସାହର ସହିତ ସ୍ବାଗତ କରିଥିଲେ। ମାତ୍ର ୨୦୧୯ ନିର୍ବାଚନରେ ତାଙ୍କୁ ଆମେଠିରେ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଥିଲା।

 

ସମ୍ବନ୍ଧିତ ଖବର