ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

କାର୍ତ୍ତିକ ମାସର ତୃତୀୟ ସୋମବାରରେ ବାବା ଧବଳେଶ୍ୱରଙ୍କ ପୀଠରେ ପ୍ରବଳ ଭିଡ଼, ମହାଦେବଙ୍କୁ ଜଳ ଲାଗି କଲେ ଶ୍ରଦ୍ଧାଳୁ

Published By : Harapriya Sethi | November 4, 2024 7:25 AM

ଆଠଗଡ଼, ୦୪/୧୧: କାର୍ତ୍ତିକ ମାସର ତୃତୀୟ ସୋମବାରରେ ଚଳଚଞ୍ଚଳ‌ ହୋଇ ଉଠିଛି ଆଠଗଡ଼ର ପ୍ରସିଦ୍ଧ ବାବା ଧବଳେଶ୍ବରଙ୍କ ପୀଠ । ଧାର୍ମିକ ବିଶ୍ବାସ ରହିଛି ଏହି ଦିନରେ ଦେବ ଦେବ ମହାଦେବଙ୍କୁ ଦର୍ଶନ କଲେ କୋଟି ଜନ୍ମର ପୁଣ୍ୟ ମିଳିବା ସହ ମାନସିକ ଶାନ୍ତି ମିଳିଥାଏ ।

ଆଜି କାର୍ତ୍ତିକ ମାସର ତୃତୀୟ ସୋମବାରରେ ଭକ୍ତଙ୍କୁ ବଡ଼ସିଂହାର ବେଶରେ ଦର୍ଶନ ଦେଉଛନ୍ତି ବାବା ଧବଳେଶ୍ବର । କାର୍ତ୍ତିକ ସୋମବାରରେ ବାବା ଧବଳେଶ୍ଵରଙ୍କୁ ଦର୍ଶନ କରିବା ସହିତ ପୀଠରେ କାର୍ତ୍ତିକ ବ୍ରତ ପାଳନ କରୁଛନ୍ତି ବ୍ରତଧାରି ଓ ଶ୍ରଦ୍ଧାଳୁ । ପୂଜକ ସମିତି ପକ୍ଷରୁ ଭୋର ୪ଟାରୁ ମନ୍ଦିରର ପହଡ ଖୋଲାଯାଇ ୧୦୮ ସୁବାସିତ ଜଳରେ ବାବାଙ୍କୁ ସ୍ନାନ ପରେ  ମଙ୍ଗଳ ଆଳତୀ, ମାଇଲମ୍, ବାଳଭୋଗ ଆଦି ସମସ୍ତ ନୀତିକାନ୍ତି ସମ୍ପନ୍ନ କରାଯାଇଛି । କଂକ୍ରିଟ ସେତୁ ଦେଇ ଶ୍ରଦ୍ଧାଳୁମାନେ ପୀଠକୁ ଯାଉଥିବା ବେଳେ ସୁରକ୍ଷା ଦୃଷ୍ଟିରୁ ବ୍ୟାପକ ପୋଲିସ୍ ଫୋର୍ସ ମୁତୟନ କରାଯାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.