ପ୍ରମୂଖ ଖବର
  • ବର୍ମିଂହାମ୍‌ରେ ଇଣ୍ଡିଆ-ଇଂଲଣ୍ଡ ଦ୍ୱିତୀୟ ଟେଷ୍ଟ: ପ୍ରତ୍ୟାବର୍ତ୍ତନ ପାଇଁ ପ୍ରସ୍ତୁତ ଗିଲ୍‌ ବାହିନୀ, ବୁମ୍‌ରା ଖେଳିବେ କି ନାହିଁ ହୋଇନି ସ୍ପଷ୍ଟ
  • ||
  • ବାହୁଡ଼ା ଯାତ୍ରା ପ୍ରସ୍ତୁତି: ଆଜି ଶରଧାବାଲିରେ ରଥ ଦକ୍ଷିଣ ମୋଡ଼, ତାଳଧ୍ୱଜରେ ପ୍ଲେଟ୍‌ ଓ ନନ୍ଦିଘୋଷରେ କ୍ଲାମ୍ପ ଲାଗିଲା
  • ||
  • ବଡ଼ବିଲ: ଖଣିରେ ଧସିଲା ମାଟି ଅତଡ଼ା, ଚାଲିଗଲା ୩ ଜୀବନ
  • ||
  • ନନ୍ଦିଘୋଷ ଭାଙ୍ଗିଲେ ରାଗରୋଷରେ ଜର୍ଜରିତ ମା’ଲକ୍ଷ୍ମୀ ଠାକୁରାଣୀ, ମହାପ୍ରଭୁଙ୍କ ଆଜ୍ଞାମାଳ ପାଇ ଫେରିଲେ
  • ||
  • ଉତ୍ତର-ପଶ୍ଚିମରେ ପ୍ରବଳ ବର୍ଷା ଆଶଙ୍କା: ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ୫ରୁ ବର୍ଷା ବଢ଼ିପାରେ
  • ||

ନିଜ ଗାଁକୁ ଯିବା ରାସ୍ତାରେ ଅଘଟଣ, ବାର୍‌ହା ଫାଶରେ ପଡି ଯୁବକଙ୍କ ମୃତ୍ୟୁ

Published By : Harapriya Sethi | November 4, 2024 10:21 AM

କାମାକ୍ଷାନଗର, ୦୪/୧୧: ବାର୍‌ହା ଫାଶରେ ପଡି ପ୍ରାଣ ହରାଇଲେ ଯୁବକ । ଅଳ୍ପକେ ବର୍ତ୍ତିଗଲେ ପରିବାରର ଅନ୍ୟ ୩ ଜଣ ସଦସ୍ୟ । ମୃତକ ପରଜଙ୍ଗ ଥାନା କଙ୍କିଳି ଗାଁର ସନ୍ତୋଷ ପଧାନ ବୋଲି ଜଣାପଡ଼ିଛି । ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ବ୍ଲକ୍‌ରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଗୁଣ୍ଡିଚାନାଳି ଗାଁରୁ ଚାଲି ଚାଲି ନିଜ ଗାଁ କଙ୍କିଳି ଗାଁକୁ ଯାଉଥିଲେ ସନ୍ତୋଷ ପଧାନ ଏବଂ ତାଙ୍କ ପରିବାର ଲୋକେ । ହେଲେ କିଛି ବାଟ ଗଲାପରେ ଘଟିଗଲା ଅଘଟଣ । ଗାଁକୁ ଯିବା ରାସ୍ତାରେ ବାର୍‌ହା ଶିକାର ପାଇଁ ବିଦ୍ୟୁତ ତାର ବିଛା ଯାଇଥିଲା । ଉକ୍ତ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ସନ୍ତୋଷ ପଧାନ ପ୍ରାଣ ହରାଇଥିଲେ । ଏହି ଦୁର୍ଘଟଣାରେ ଯୁବକଙ୍କ ପରିବାର ଲୋକେ ଅଳ୍ପକେ ବର୍ତ୍ତି ଯାଇଥିଲେ । ଏହା ଦେଖି ପରିବାର ଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ କାମାକ୍ଷାନଗର ପୋଲିସ ପହଞ୍ଚି ଗୁଣ୍ଡିଚାନାଳୀ ଗାଁରୁ ଯୁବକଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି । ଏହା ସହ ଘଟଣାର ତଦନ୍ତ ଚଳାଇଛି ପୋଲିସ । 

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.