ପ୍ରମୂଖ ଖବର
  • ରାଜ୍ୟ ବଜେଟ୍ ଉପସ୍ଥାପିତ, ଧାନ କ୍ବିଣ୍ଟାଲ ୩୧ ଶହ ଟଙ୍କା
  • ||
  • ୨୬ରେ ଅଲିମ୍ପିକ୍ସ ଉଦ୍‌ଘାଟନୀ ଉତ୍ସବ: ଅଷ୍ଟ୍ରେର୍ଲିଜ ପୋଲରୁ ଆରମ୍ଭ, ଆଇଫିଲ୍‌ ଟାୱାରରେ ଶେଷ
  • ||
  • ମୋହନ ସରକାରଙ୍କ ପ୍ରଥମ ବଜେଟ୍, ୨୦୨୪-୨୫ ପାଇଁ ଆସିବ ପୂର୍ଣ୍ଣାଙ୍ଗ ବଜେଟ୍ ଅପରାହ୍ନ ୫ଟା ଉପସ୍ଥାପନ
  • ||
  • ଆସନ୍ତା ୨୭ରେ ଲଘୁଚାପ, ୨୯ ଯାଏ ବର୍ଷା ସମ୍ଭାବନା: ଆଜି ତିନି ଜିଲ୍ଲାକୁ ଆଲର୍ଟ ଜାରି
  • ||

ଦୁର୍ଘଟଣାରେ ବାଇକ୍ ଚାଳକ ମୃତ

ବ୍ରହ୍ମବରଦା,୧୬/୦୯:  ଯାଜପୁର ଜିଲା ବରୁହାଁ-ବାଲିଚନ୍ଦ୍ରପୁର ମୁଖ୍ୟ ରାସ୍ତାରେ  ଗାଡି ଧକ୍କାରେ ଜଣେ ବାଇକ୍ ଚାଳକଙ୍କର ମୃତ୍ୟୁ ଘଟିଛି । ମୃତକ ଜଣକ ହେଲେ ରସୁଲପୁର ବ୍ଲକ ବ୍ରହ୍ମବରଦା ଥାନା ଅନ୍ତର୍ଗତ ମହେଶ୍ୱରପୁର ପଂଚାୟତ ଚାନ୍ଦପୁର ଗ୍ରାମର ସେଖ୍ ପଂଚୁଙ୍କ ପୁଅ ସେଖ୍ ନୁରୁଦ୍ଦିନ । 

ନୁରୁଦ୍ଦିନ ଏକ ବାଇକ୍ ଯୋଗେ ବରୁହାଁ ଅଭିମୁଖେ ଯିବା ସମୟରେ ବ୍ରହ୍ମବରଦା ଥାନା ଅନ୍ତର୍ଗତ ବରୁହାଁ-ବାଲିଚନ୍ଦ୍ରପୁର ମୁଖ୍ୟ ରାସ୍ତା ଝାଲପଡା ଛକ ନିକଟରେ ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲା । ସ୍ଥାନୀୟ ଲୋକେ ଏହାକୁ ଦେଖି ତାଙ୍କୁ ତୁରନ୍ତ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନେଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଖବର ପାଇ ବ୍ରହ୍ମବରଦା ପୋଲିସ ମେଡିକାଲରେ ପଂହଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମୁଖ୍ୟ ଚିକିତ୍ସାଳୟ ୱାର୍ଡକୁ ପଠାଇ ତଦନ୍ତ ଚଳାଇଛି । 

ଆହୁରି ପଢନ୍ତୁ : ପୂଜା ଚାନ୍ଦାକୁ ନେଇ ଗୋଷ୍ଠୀ ସଂଘର୍ଷ : ଜଣେ ମୃତ , ୩ ଗୁରୁତର

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.