ପ୍ରମୂଖ ଖବର
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||
  • ୨୧ ଯାଏ ଅଧିକ ବର୍ଷା ସମ୍ଭାବନା, ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ
  • ||

ଯୁବତୀଙ୍କୁ ଅପହରଣ ପରେ ଗଣଦୁଷ୍କର୍ମ ଅଭିଯୋଗ, ଜଣେ ଗିରଫ

Published By : Suraj Kumar | June 25, 2025 11:27 PM

କରଞ୍ଜିଆ,୨୫।୬ ; ଗୋପାଳପୁର ବେଳାଭୂମିରେ ଯୁବତୀଙ୍କୁ ଗଣଦୁଷ୍କର୍ମ ଘଟଣା ପରେ  କରଞ୍ଜିଆରୁ ଆସିଛି ପୁଣି ଏଭଳି ଏକ ଲଜ୍ଜାଜନକ ଘଟଣା। କରଞ୍ଜିଆ ଥାନା ଅଧୀନ ଏକ ଗାଁରେ  ଜଣେ  ଯୁବତୀଙ୍କୁ ଅପହରଣ ପରେ  ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୁଲିସ ଜଣଙ୍କୁ ଗିରଫ କରିଛି। ୨ ଜଣ ଫେରାର ହୋଇଯାଇଛନ୍ତି। ଗିରଫ ଅଭିଯୁକ୍ତ ଜଣକ ହେଲେ ବିକାଶ ପାତ୍ର ।

ଯୁବତୀ ଜଣକ ତାଙ୍କ ମାମୁଁ ଘର ଗାଁରେ  ରହି ଆସୁଥିଲେ । ମଙ୍ଗଳବାର  ଅପରାହ୍ନ ୪ ଟା ସମୟରେ ମନ୍ଦିରରୁ  ଯୁବତୀ ଜଣକ ଚାଲି ଚାଲି ମାମୁଁ ଘରକୁ ଯାଉଥିଲେ। ଏହି ସମୟରେ ଏକ ବାଇକରେ ଆସି ଯୁବତୀଙ୍କୁ ଅପହରଣ କରିବା ସହ  ଦୁଷ୍କର୍ମ କରିଥିଲେ ୩ ଯୁବକ। ଥାନାରେ ଅଭିଯୋଗ ପରେ ପୁଲିସ ତଦନ୍ତ କରି ବିକାଶ ପାତ୍ରକୁ ଗିରଫ କରି କୋର୍ଟ ଚାଲାଣ କରିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.