ପ୍ରମୂଖ ଖବର
  • ଲାଞ୍ଚ ନେଉଥିବା ବେଳେ ମହିଳା କନିଷ୍ଠ କିରାଣୀଙ୍କୁ ଧରିଲା ଭିଜିଲାନ୍ସ,୧୦ ହଜାର ଟଙ୍କା ଜବତ
  • ||
  • କୋରାପୁଟ : ADEOଙ୍କୁ ଗିରଫ କଲା ଭିଜିଲାନ୍ସ, ଜବତ ହେଲା ନଗଦ ୨ ଲକ୍ଷ ୪୫ ହଜାର ଟଙ୍କା ସହ ୨୮୫ ଗ୍ରାମ୍ ସୁନା
  • ||
  • କଟକ : ବେଲେଶ୍ୱର ଡବଲ ମର୍ଡର ଘଟଣା: ୫ ବର୍ଷ ପରେ ଅଭିଯୁକ୍ତ ଗିରଫ
  • ||
  • ଆଠଗଡ଼ : ଟ୍ରେନ୍‌ରୁ ପାଲ ଚୋରି କରୁଥିଲେ, ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଚାଲିଗଲା ଯୁବକଙ୍କ ଜୀବନ
  • ||
  • ରାଜସ୍ଥାନ: ଟ୍ରେଲରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ଦୁର୍ଘଟଣାରେ ଚାଲିଗଲା ୩ ଜୀବନ, ଏକାଧିକ ଆହତ
  • ||
  • ବେଆଇନ ଭାବେ ଅନ୍ୟ ଦେଶରେ ରହିବା ଆଇନଗତ ଅଧିକାର ନୁହେଁ । ବେଆଇନ ଭାବେ ରହୁଥିବା ଲୋକଙ୍କୁ ଭାରତ ନେବାକୁ ପ୍ରସ୍ତୁତ: ମୋଦି
  • ||
  • ବିଧାନସଭା ବଜେଟ୍ ଅଧିବେଶନର ଦ୍ବିତୀୟ ଦିନ, ପ୍ରଶ୍ନକାଳକୁ ଅଚଳ କରିଦେଲେ ବିରୋଧି, ଦିନ ୧୨ଟା ଯାଏ ଗୃହ ମୁଲତବୀ ଘୋଷଣା
  • ||
  • କଳାହାଣ୍ଡି : କାର୍‌ ଧକ୍କାରେ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଡ୍ରାଇଭର ଅଟକ
  • ||
  • ଆଜି ବିଜେପିର କୋର କମିଟି ବୈଠକ: ଅଧ୍ୟକ୍ଷତା କରିବେ ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ସଭାପତି ଚୟନ ନେଇ ଆଲୋଚନା
  • ||
  • ଗରମରୁ ସାମାନ୍ୟ ଆଶ୍ୱସ୍ତି: ଆଜିଠୁ କମିବ ରାତି ତାପମାତ୍ରା,୧୬ରୁ ପୁଣି ବଢ଼ିବ ତାତି
  • ||

୭ରେ ଭୁବନେଶ୍ୱରରେ ପହଞ୍ଚିବେ ଭାରତ-ଇଂଲଣ୍ଡ କ୍ରିକେଟ ଟିମ୍, ବାରବାଟୀ ମ୍ୟାଚର ସୁରକ୍ଷା ସମୀକ୍ଷା କଲେ ସିପି

Published By : Prameya | February 5, 2025 4:57 PM

ଭୁବନେଶ୍ବର,୫।୨ ; ବାରବାଟୀ ଦିନିକିଆ ମ୍ୟାଚ ଭାରତ-ଇଂଲଣ୍ଡ ମଧ୍ୟରେ ଆସନ୍ତା ୯ ତାରିଖରେ ଅନୁଷ୍ଠିତ ହେବ।୭ ତାରିଖରେ  ଭୁବନେଶ୍ୱରରେ ପହଂଚିବେ ଭାରତ ଓ ଇଂଲଣ୍ଡ କ୍ରିକେଟ ଟିମ।୮ ତାରିଖରେ ଉଭୟ ଟିମ ଅଭ୍ୟାସ ପାଇ ବାରବାଟୀ ଯିବେ ବୋଲି ପୋଲିସ କମିଶନର ଏସ ଦେବ ଦତ୍ତ ସିଂ କହିଛନ୍ତି।

କଟକ ବାରବାଟୀ ମ୍ୟାଚ ପାଇଁ କମିଶନରେଟ ପୋଲିସର ପ୍ରସ୍ତୁତିର ସମୀକ୍ଷା କରିଛନ୍ତି କମିଶନର ଏସ ଦେବ ଦତ୍ତ ସିଂ । ଓସିଏ, ପୋଲିସ, ହୋଟେଲ, ଏୟାରପୋର୍ଟ, ସିଆଇଏସଏଫଙ୍କ ସହ ଆଲୋଚନା ହୋଇଛି । ବିମାନବନ୍ଦର ଠାରୁ ହୋଟେଲ ଓ ବାରବାଟୀ ପର୍ଯ୍ୟନ୍ତ ସବୁ ବିଷୟରେ ଆଲୋଚନା ହୋଇଛି । ସୁରକ୍ଷା, ଟ୍ରାଫିକ ବ୍ୟବସ୍ଥା ଉପରେ ଆଲୋଚନା ହୋଇଛି। 

ଦିନିକଆ ମ୍ୟାଚ ପାଇଁ  ଖେଳାଳି ଭୁବନେଶ୍ବରରେ ରହୁଥିବାରୁ ସୁରକ୍ଷା ଦୃଷ୍ଟିରୁ  ଭୁବନେଶ୍ୱରରେ ମୁତୟନ ହେବେ ୫୦ ପ୍ଲାଟୁନ ପୋଲିସ ଫୋର୍ସ।ସେହିପରି ଷ୍ଟାଡିୟମକୁ ପାଣି ବୋତଲ ନେଇ ଯିବାକୁ ବାରଣ କରାଯାଇଛି ବୋଲି କମିଶନର କହିଛନ୍ତି। 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.