ପ୍ରମୁଖ ଖବର
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ଟ୍ରାକ୍ଟର- ବାଇକ୍ ଦୁର୍ଘଟଣାରେ ଜଣେ ମୃତ, ୧ ଗୁରୁତର

ଖୁଣ୍ଟା,୧୮/୪ : ଉଦଳା -ଖୁଣ୍ଟା -ବାରିପଦା ମୁଖ୍ୟ ରାସ୍ତାରେ ଆଜି ସନ୍ଧ୍ୟା ୭ଟାବେଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ହୋଇଛନ୍ତି । ସୂଚନାଯୋଗ୍ୟା ଯେ, ଖୁଣ୍ଟା ଥାନା ଅନ୍ତର୍ଗତ ତେରମାଇଲ ଛକ ନିକଟରେ ଏକ ଚିପ୍ସ ବୋଝେଇ ଟ୍ରାକ୍ଟର ଖୁଣ୍ଟା ପଟୁ ଆସୁଥିବାବେଳେ ବିପରୀତ ଦିଗରୁ ଯାଉଥିବା ବାଇକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା । 

ଫଳରେ ବାଇକରେ ଥିବା ଦୁଇଜଣଙ୍କ ମଧ୍ୟରୁ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବାବେଳେ ଜଣେ ଗୁରୁତର ଆହତ ହୋଇଥିବା ଜଣାପଡିଛି । ତେବେ ଦୁର୍ଘଟଣାଗ୍ରସ୍ତ ଚିପ୍ସ ବୋଝେଇ ଟ୍ରାକ୍ଟର ନମ୍ବର ବିହୀନ ହୋଇଥିବାବେଳେ ଘଟଣାସ୍ଥଳରୁ ଟ୍ରାକ୍ଟର ଚାଳକ ଫେରାର ହୋଇଯାଇଥିବା ଜଣାପଡ଼ିଛି । ଓଡି଼୧୧ଓ୍ବାଇ ୮୦୦୧ ବିଶିଷ୍ଟ ବାଇକରେ ଥିବା ଦୁଇ ଜଣଙ୍କ ମଧ୍ୟରୁ ବାରିପଦାସ୍ଥିତ ଝିଲିପି ଛକର ସାଉନା ମୁର୍ମୁର ଘଟଣାସ୍ଥଳରେ ମୃତ ଘଟିଥିବା କୁହାଯାଉଥିବା ବେଳେ ଅନ୍ଯ ଜଣେ ଗୁରୁତର ଆହାତ ଯୁବକର ପରିଚୟ ମିଳିନଥିବାରୁ ତାକୁ ଚିକିତ୍ସା ପାଇଁ ୧୦୮ଆମ୍ବୁଲାନ୍ସ ଯୋଗେ ବାରିପଦା ପିଆରଏମ୍ ମେଡ଼ିକାଲ କଲେଜରେ ଭର୍ତ୍ତି କରାଯାଇଛି । ଖବରପାଇ ଖୁଣ୍ଟା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ଖୁଣ୍ଟା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରଖିବା ସହ ଦୁର୍ଘଟଣାଗ୍ରସ୍ତ ଟ୍ରାକ୍ଟର ଓ ବାଇକକୁ ଜବତ କରି ତଦନ୍ତ ଜାରି ରଖିଛି ଖୁଣ୍ଟା ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.