ପ୍ରମୂଖ ଖବର
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

ବସ୍‌ ଓଲଟି ଜଣେ ମୃତ, ୫ ରୁ ଉର୍ଦ୍ଧ୍ୱ ଗୁରୁତର

Published By : Harapriya Sethi | April 28, 2025 7:30 AM

ଭୁବନେଶ୍ୱର, ୨୮/୦୪: କୋଇଲା ଖଣିକୁ ଶ୍ରମିକ ନେଇ ଯାଉଥିବା ବେଳେ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟି ପଡ଼ିଲା ବସ୍‌ । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୫ ରୁ ଅଧିକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଝାରସୁଗୁଡା ମେଡ଼ିକାଲକୁ ସ୍ଥାନାନ୍ତର କରାଯାଇଛି । ସୁନ୍ଦରଗଡ଼ ଜିଲ୍ଲା ହେମଗିରି ଥାନା ଅନ୍ତର୍ଗତ ଡୁଲିଙ୍ଗା ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଏକ ବସ୍‌ରେ କିଛି ଶ୍ରମିକ କୋଇଲା ଖଣିକୁ ଯାଉଥିଲେ । ରାସ୍ତାରେ ଯିବା ବେଳେ ହେମଗିରି ଥାନା ଅନ୍ତର୍ଗତ ଡୁଲିଙ୍ଗା ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା । ଏହି ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ୫ ରୁ ଅଧିକ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୋଲିସକୁ ଖବର ଦେଇଥିଲେ। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଗୁରୁତରଙ୍କୁ ଉଦ୍ଧାର କରି ଝାରସୁଗୁଡା ମେଡ଼ିକାଲକୁ ସ୍ଥନାନ୍ତର କରିଛି । ଏହା ସହ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣାର ତଦନ୍ତ ଜାରି ରଖିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.