ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

କାର୍ ଦୁର୍ଘଟଣା ଗ୍ରସ୍ତ ; ଜଣେ ମୃତ, ୪ ଗୁରୁତର

Published By : Suraj Kumar | February 6, 2025 10:34 PM

ଖଜୁରୀପଡ଼ା: (ଆପ୍ର) : କନ୍ଧମାଳ-ବୌଦ୍ଧ ଜିଲ୍ଲା ସୀମାନ୍ତ ଝାଡରାସିଂ ଠାରେ ଏକ କାର ଦୁର୍ଘଟଣା ଗ୍ରସ୍ତ ହୋଇଛି।  ଫଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଚାରି ଜଣ ଗୁରୁତର ହୋଇଛନ୍ତି। ମୃତକ ଜଣକ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ସୁଡୁକୁମ୍ପା ପଞ୍ଚାୟତ ରାଣୀପଥର ଗ୍ରାମର   ଗଙ୍ଗାଧର ମଲିକ (୨୦) ।  ଗୁରୁତର ମାନେ ସେହି ଗ୍ରାମର ରାଜେଶ୍ ବେହେରା,ଚନ୍ଦନ ସାହୁ,ବିରୁପକ୍ଷ ବେହେରା, ସାଇଲ୍ ଖାନ୍। 

ସୂଚନା ଅନୁଯାୟୀ, ଏହି ଯୁବକ ମାନେ ଏକ କାର (ଓଡ଼ି ୦୨ ଇ ୪୧୭୪)ରେ ଚାରିଛକରୁ ନିଜ ଗ୍ରାମ ଆଡ଼କୁ ଆସୁଥିଲେ।  ବୌଦ୍ଧ ଜିଲ୍ଲା ପୁରୁଣାକଟକ ଥାନା ଝାଡରାସିଂ ଠାରେ କାର୍ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ଫଳରେ ଘଟଣା ସ୍ଥଳରେ ଗଙ୍ଗାଧରଙ୍କ ମୃତ୍ୟୁ ହୋଇଥିଲା। ଆହତ ମାନଙ୍କୁ ଚାରିଛକ ଅଗ୍ନିଶମ ବାହିନୀ ଓ ଆମ୍ବୁଲାନ୍ସ  ଉଦ୍ଧାର କରି ପୁରୁଣାକଟକ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେମାନଙ୍କ  ଅବସ୍ଥା ଗୁରୁତର ହେବାରୁ ଦୁଇ ଜଣଙ୍କୁ ଫୁଲବାଣୀ ଜିଲ୍ଲା ମୂଖ୍ୟ ଚିକିତ୍ସାଳୟ ଓ ଅନ୍ୟ ଦୁଇ ଜଣଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତରିତ କରାଯାଇଛି। ଘଟଣା ସ୍ଥଳରେ ପୁରୁଣାକଟକ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.