ପ୍ରମୂଖ ଖବର
  • ମେକ୍ସିକୋ ଏବଂ ଇୟୁ ଉପରେ ଟାରିଫ୍‌ ବୋମା ପକାଇଲେ ଟ୍ରମ୍ପ, ଲାଗିବ ୩୦ ପ୍ରତିଶତ ଶୁଳ୍କ
  • ||
  • ପ୍ରଥମ ଥର ଟି-୨୦ ବିଶ୍ୱକପ୍ ପାଇଁ ଯୋଗ୍ୟତା ଅର୍ଜନ କଲା ଇଟାଲୀ, ନେଦରଲ୍ୟାଣ୍ଡସକୁ ବି ମିଳିଲା ସୁଯୋଗ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା ; କଲେଜ ଅଧ୍ୟକ୍ଷ ନିଲମ୍ବିତ, ଏଚଓଡି ଗିରଫ
  • ||
  • ବ୍ରହ୍ମପୁର ରେଳ ଷ୍ଟେସନରୁ ୨ ଜଣଙ୍କ ମୃତଦେହ ଉଦ୍ଧାର, ବିଷ ପିଇ ଜୀବନ ହାରିଥିବା ସନ୍ଦେହ
  • ||
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ବାହାଘର ଭୋଜି ଆୟୋଜନ ବେଳେ ଅଘଟଣ : ବିଦ୍ୟୁତ ଆଘାତରେ ଜଣେ ମୃତ, ଜଣେ ଗୁରୁତର

Published By : Suraj Kumar | April 26, 2025 9:12 PM

ଟିକାବାଲି,୨୬/୪ : ଟିକାବାଲି ଥାନା ଅନ୍ତର୍ଗତ କଇଁଝର ପଞ୍ଚାୟତ କୁଟିଗଡ଼ ଗ୍ରାମରେ ଭୋଜି ଆୟୋଜନ ବେଳେ ଅଘଟଣ। ବିଦ୍ୟୁତ ଆଘାତରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ମୃତକଙ୍କ ନାମ କଷ୍ଟ ମାଝୀ(୪୫)। ଗୁରୁତର ଜଣକ ହେଲେ ରବି ଖମାରୀ(୫୦)। 

ଶନିବାର କୁଟିଗଡ ଗ୍ରାମର ବାଳକୃଷ୍ଣ ଦେହୁରୀଙ୍କ ଘରେ ବାହାଘର ଭୋଜି ଆୟୋଜନ ଚାଲିଥିଲା। କଷ୍ଟ ଓ ରବି ମସଲା ଗ୍ରାଇଣ୍ଡିଙ୍ଗ କରୁଥିବା ବେଳେ   ପ୍ରଥମେ କଷ୍ଟଙ୍କୁ ବିଦ୍ୟୁତ ଆଘାତ ଲାଗିଥିଲା। ତାଙ୍କୁ ଉଦ୍ଧାର କରିବାକୁ ଯାଇ ରବି ମଧ୍ୟ ଆହତ ହୋଇଥିଲେ। ସଙ୍ଗେ ସଙ୍ଗେ ଗ୍ରାମବାସୀ   ଉଭୟଙ୍କୁ ଟିକାବାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ନେଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ କଷ୍ଟଙ୍କ ମୃତ୍ୟୁ ହୋଇଥିଲା। ରବିଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି I ମୃତକଙ୍କ ସାନ ଭାଇ ସଞ୍ଜୟଙ୍କ ଏତଲା ଆଧାରରେ ଟିକାବାଲି ପୁଲିସ ଡାକ୍ତରଖାନାରେ ପହଁଚି ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏ ନେଇ ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରି ତଦନ୍ତ ଆରମ୍ଭ କରାଯାଇଥିବା ଏଏସଆଇ ବାସନ୍ତୀ ବେହେରା ସୂଚନା ଦେଇଛନ୍ତି I 

ଟିକାବାଲିରେ ଦୀର୍ଘ ଦିନ ହେବ ଶବ ବ୍ୟବଛେଦ କେନ୍ଦ୍ର ନିର୍ମାଣ ହୋଇଥିଲେ ସୁଦ୍ଧା ତାହା କାର୍ଯ୍ୟକାରୀ ହୋଇ ପାରୁନାହଁ I ଫଳରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି। ଟିକାବାଲି ସ୍ୱାସ୍ଥ୍ୟ କେନ୍ଦ୍ରରେ ମହାପ୍ରୟାଣ ଯାନର ବ୍ୟବସ୍ଥା ନଥିବାରୁ ଗରୀବ ଶ୍ରେଣୀର ଜନସାଧାରଣ ଅସୁବିଧା ଭୋଗୁଛନ୍ତି I ଏ ଦିଗରେ ଜିଲ୍ଲା ପ୍ରଶାସନ ଦୃଷ୍ଟି ଦେବା ନିମନ୍ତେ ଅଞ୍ଚଳବାସୀ ନିବେଦନ କରିଛନ୍ତି I

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.