ପ୍ରମୂଖ ଖବର
  • ଗୁଗୁଲ୍-ମେଟାକୁ ଇଡ଼ି ନୋଟିସ୍‌, ଅନ୍‌ଲାଇନ୍ ବେଟିଂ ଆପ୍‌ ମାମଲାରେ ସମନ୍‌
  • ||
  • ପୁରୀ: ବଳଙ୍ଗା ଥାନା ଅଞ୍ଚଳରେ ଅଭାବନୀୟ ଘଟଣା, ନାବାଳିକାଙ୍କୁ ନିଆଁ ଲଗାଇ ପୋଡ଼ି ଦେଲେ ୩ ଦୃର୍ବୃତ୍ତ
  • ||
  • ଢେଙ୍କାନାଳ ଗଉଡ଼କାଟେଣିରେ ଟ୍ରକ୍-‌ହାୱାଇ ମୁହାଁମୁହିଁ ଧକ୍କା, ହାୱାଇ ଡ୍ରାଇଭର ଗୁରୁତର
  • ||
  • ଶିକ୍ଷକ ଅଭାବରୁ ସ୍କୁଲରେ ତାଲା ପକାଇଲେ ଗ୍ରାମବାସୀ, ଧାରଣାରେ ଛାତ୍ରଛାତ୍ରୀ
  • ||
  • ମାଲକାନଗିରି: ଏନ୍‌କାଉଣ୍ଟରରେ ୬ ମାଓବାଦୀ ନିହତ, AK-47, SRL ରାଇଫଲ୍ ସମେତ ବିପୁଳ ବିସ୍ଫୋରକ ଜବତ
  • ||
  • କେନ୍ଦ୍ରକୁ ସୁପ୍ରିମକୋର୍ଟଙ୍କ ଚେତାବନୀ, ଏନ୍‌ଆଇଏ ମାମଲା ପାଇଁ ସ୍ୱତନ୍ତ୍ର କୋର୍ଟ ବନାଅ...
  • ||
  • ଜଳେଶ୍ବର: ଟ୍ରକ୍‌କୁ ଧକ୍କା ଦେଲା ବସ୍‌; ୩୦ ଜଣ ଯାତ୍ରୀ ଆହତ
  • ||
  • ଶନିବାରଠୁ ଚାଷୀ ପଞ୍ଜୀକରଣ, ଅଗଷ୍ଟ ୨୦ ଯାଏ ଚାଲିବ ପ୍ରକ୍ରିୟା: ନଭେମ୍ବର ପ୍ରଥମ ସପ୍ତାହରୁ ଧାନକିଣା
  • ||
  • ୨୩ରେ ଲଘୁଚାପ, ୨୫ରେ ନେଇପାରେ ଅବପାତ ରୂପ: ଆଜିଠୁ ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ଆଶଙ୍କା
  • ||

କ୍ଷୀର ବୋଝେଇ ପିକଅପ୍‌ ଭ୍ୟାନ୍ ସହ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ

Published By : Harapriya Sethi | May 3, 2025 8:13 AM

ଭୁବନେଶ୍ୱର,୦୩/୦୫: ବିଳମ୍ୱିତ ରାତିରେ କ୍ଷୀର ବୋଝେଇ ପିକଅପ୍‌ ଭ୍ୟାନ୍ ସହ ବାଇକ୍‌ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଯୁବକଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇଛି । ମୃତ ଯୁବକ ଜଣକ ହେଲେ କାଠାହାର ଗାଁ ରାଜକିଶୋର ଦାସ। କଟକ ଜିଲ୍ଲା ଜଗତପୁର ଥାନା ପାଗାଫାଣ୍ଡି କେନ୍ଦ୍ରାପଡା କେନାଲର ଆତୋଡା କନକେଶ୍ୱର ମନ୍ଦିର ନିକଟରେ ଏଭଳି ଘଟଣା ଘଟିଛି । 

ସୂଚନା ମୁତାବକ, ଶୁକ୍ରବାର ବିଳମ୍ୱିତ ରାତିରେ ଏକ କ୍ଷୀର ବୋଝେଇ ପିକଅପ୍‌ ଭ୍ୟାନ୍ କନକେଶ୍ୱର ମନ୍ଦିର ଦେଇ ଯାଉଥିଲା । ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ଯାହା ଫଳରେ ଉଭୟ ଗୁରୁତର ଅବସ୍ଥାରେ ଘଟଣା ସ୍ଥଳରେ ପଡ଼ି ରହିଥିଲେ । ଏହା ଦେଖି ସ୍ଥାନୀୟ ଲୋକେ ତୁରନ୍ତ ଉଭୟଙ୍କୁ ଉଦ୍ଧାର କରି କଟକ ବଡ଼ ମେଡିକାଲକୁ ପଠାଇଛନ୍ତି । ହେଲେ ସେଠାରେ ଡାକ୍ତର ଜଣଙ୍କୁ ମୃତ ଘୋଷଣା କରିଥିବା ବେଳେ ଅନ୍ୟ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ସେପଟେ ଘଟଣା ସମ୍ପର୍କରେ ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ବାଇକ୍‌ ଓ ପିକଅପ୍‌ ଭ୍ୟାଙ୍କୁ ଜବତ କରି ତଦନ୍ତ ଚଳାଇଥିବା ନେଇ ସୂଚନା ମିଳିଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.