ରାୟଗଡା,୧୪।୭ : ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ବେଲକଣା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ଯାତ୍ରୀବାହୀ ବସ୍ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍ ଆରୋହୀଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ମୃତକ କଳନରା ବ୍ଲକ ଗାଡ଼ିଶେଷଖାଲ ଗାଁର ଇଲେଜୁ ପେଦୁରୁ ବୋଲି ଜଣାପଡ଼ିଛି।

ଦୁର୍ଘଟଣା ପରେ କ୍ଷତିପୂରଣ ଓ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବିରେ ସ୍ଥାନୀୟ ଲୋକେ ରାୟଗଡ଼ା–କଲ୍ୟାଣସିଂହପୁର ମୁଖ୍ୟ ସଡ଼କ ଅବରୋଧ କରିଥିଲେ। ଫଳରେ ୪୫ ନମ୍ବର ରାଜ୍ୟ ରାଜପଥରେ ଉଭୟ ପାର୍ଶ୍ୱରେ ଶହ ଶହ ଗାଡ଼ି ଅଟକି ରହି ଯାତାୟାତ ସମ୍ପୂର୍ଣ୍ଣ ବ୍ୟାହତ ହୋଇଥିଲା। ଖବର ପାଇ କଲ୍ୟାଣସିଂହପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ସ୍ୱାଭାବିକ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି।