ପ୍ରମୂଖ ଖବର
  • ରାଜ୍ୟରେ ଆଉ ୮ ଶିଳ୍ପକୁ ମଞ୍ଜୁରୀ, ନିବେଶ ହେବ ୧ ଲକ୍ଷ ୫୧ ହଜାର ୨୩୯ କୋଟି ଟଙ୍କା, ଢେଙ୍କାନାଳରେ ବେଦାନ୍ତ କରିବ ପ୍ଲାଣ୍ଟ
  • ||
  • ଜୁନାଗଡ଼ରେ ଟ୍ରକ ଧକ୍କାରେ ବାଇକ ଆରୋହୀ ମୃତ, ଅଟୋ ଡ୍ରାଇଭର ଗୁରୁତର
  • ||
  • ଗୁଣପୁର : ବଜ୍ରପାତରେ ୨ ମହିଳା ମୃତ
  • ||
  • କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ସ୍ଥିତ ହୋଟେଲ ଓରିଅନ ନିକଟରେ ଦୁର୍ଘଟଣା, ଟ୍ରକ୍ ଧକ୍କାରେ ବୃଦ୍ଧଙ୍କ ମୃତ୍ୟୁ, ଅଟୋ ଚାଳକ ଗୁରୁତର
  • ||
  • ସ୍କୁଲ ଖୋଲିବାକୁ ନେଇ ହଟିଲା ଦ୍ୱନ୍ଦ୍ୱ: ଜୁନ୍ ୨୦ରେ ଖୋଲିବ ସ୍କୁଲ, ପ୍ରକାଶ ପାଇଲା ବିଜ୍ଞପ୍ତି
  • ||
  • ୨୦୨୭ ମାର୍ଚ୍ଚ ୧ରୁ ଦେଶରେ ଜନଗଣନା; ୨ଟି ପର୍ଯ୍ୟାୟରେ ହେବ, ଗେଜେଟ୍ ବିଜ୍ଞପ୍ତି ପ୍ରକାଶ
  • ||
  • ବାଲେଶ୍ୱର : ସ୍ତ୍ରୀ ଓ ପୁଅକୁ ହାଣି ବାପା ଫେରାର, ତଦନ୍ତ କରୁଛି ପୁଲିସ
  • ||
  • ଗଜପତି ମହାରାଜାଙ୍କ ଭାତୃ ବିୟୋଗ, ଚିକିତ୍ସାଧୀନ ଅବସ୍ଥାରେ ଶେଷ ନିଃଶ୍ଵାସ ତ୍ୟାଗ କଲେ ରଣାର୍ଣ୍ଣବ ଦେବ
  • ||
  • 'ଟ୍ରମ୍ପଙ୍କୁ ହତ୍ୟା କରିବାକୁ ଚାହୁଁଛି ଇରାନ୍',ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ବଡ଼ ବୟାନ
  • ||
  • କେନ୍ଦୁଝର : ଶୈଲଙ୍ଗ ଗାଁରେ ଅଭାବନୀୟ ଘଟଣା, ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ୱର : ଏନଏଚରେ ପଛକୁ ପଛ ପିଟି ହେଲା ୪ ଟ୍ରକ୍‌, ୩ ଡ୍ରାଇଭର ଆହତ
  • ||
  • ନରସିଂହପୁରରେ ଝାଡ଼ାବାନ୍ତି ନେଲା ମହିଳାଙ୍କ ଜୀବନ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା, ୨୪ ଘଣ୍ଟାରେ ସକ୍ରିୟ ହେବ ମୌସୁମୀ
  • ||

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ମୃତ

Published By : Suraj Kumar | June 16, 2025 8:44 PM

ଭୋଗରାଇ,୧୬।୬(ଆ.ପ୍ର): ନିଜ ଘରେ ଖରାପ୍ ହୋଇଯାଇଥିବା ବିଦ୍ୟୁତ୍ ଲାଇନ୍ ଓ ସୁଇଚ୍ ବୋର୍ଡକୁ ସଜାଡ଼ିବା ବେଳେ ହଠାତ୍ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ଏଭଳି ଘଟଣା ଘଟିଛି ବାଲେଶ୍ଵର ଜିଲ୍ଲା ଭୋଗରାଇ ବ୍ଲକ ଅନ୍ତର୍ଗତ କୁଶୁଡା ଗ୍ରାମରେ । ମୃତକ ଜଣକ ହେଉଛନ୍ତି ସେହି ଗ୍ରାମର ସ୍ବର୍ଗତ କିଣାରାମ ଜେନାଙ୍କ ବଡ଼ପୁଅ ଶଙ୍କର ଜେନା (୫୫) ।

ଶଙ୍କର ଜଣେ ଦାଦନ ଶ୍ରମିକ ଭାବରେ ଦୀର୍ଘ ଦିନ ବାହାର ରାଜ୍ୟରେ କାମ କରି ପରିବାର ପ୍ରତିପୋଷଣ କରୁଥିଲେ । କିଛିଦିନ ପୂର୍ବରୁ ଘରକୁ ଫେରି ଚାଷ କାମରେ ମଧ୍ୟ ମନୋନିବେଶ କରିଥିଲେ । ସୋମବାର ସନ୍ଧ୍ୟାରେ ଘରର ବିଦ୍ୟୁତ୍ ତାର ଓ ସୁଇଚ୍ ବୋର୍ଡରେ ସମସ୍ୟା ଉପୁଜିଥିବା ଦେଖି ଶଙ୍କର ଏହାକୁ ସଜାଡ଼ିବା ପାଇଁ ଯାଇଥିଲେ । ତେବେ ସୁଇଚ୍ ବୋର୍ଡରେ ହାତମାରିବା କ୍ଷଣି ତାଙ୍କୁ ବିଦ୍ୟୁତ୍ ଆଘାତ ଲାଗିବା ସହିତ ସେ ତଳେ ପଡିଯାଇଥିଲେ । ସଙ୍ଗେ ସଙ୍ଗେ ପରିବାର ଲୋକେ ତାଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ଜଳେଶ୍ଵରପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଯାଇଥିଲେ।   ଡ଼ାକ୍ତର ସେଠାରେ ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ । ଏ ବାବଦରେ ମୃତ ଶଙ୍କରଙ୍କ ସାନଭାଇ ପଦ୍ମଲୋଚନ ଜେନା ପୁଲିସକୁ ଜଣାଇବା ପରେ ଖବରପାଇ କମର୍ଦ୍ଦା ଥାନା ପୁଲିସ୍ ଡାକ୍ତରଖାନାରେ ପହଞ୍ଚି ଏକ ଅପମୃତ୍ୟୁ ମାମଲା ରୁଜ୍ଜୁ କରିବା ସହିତ ଶବକୁ ବ୍ୟବଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଥିବା ଜଣାପଡିଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.