ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଶୌଚ ହେବାକୁ ଯାଇଥିଲେ, ହାତୀ ଆକ୍ରମଣରେ ଚାଲିଗଲା ଜୀବନ

ହିନ୍ଦୋଳ, ୧୨/୦୪ : ହାତୀ ଆକ୍ରମଣରେ ଜଣେ ମୃତ। ଢେଙ୍କାନାଳ ଜିଲ୍ଲା ହିନ୍ଦୋଳ ବନାଞ୍ଚଳ ଆମ୍ବିଠୀ ଗ୍ରାମରେ ହାତୀ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ହିନ୍ଦୋଳ ଥାନା କସଂରା ପଞ୍ଚାୟତ ଆମ୍ବିଠୀ ଗ୍ରାମର ପ୍ରସନ୍ନ ବେହେରା (୫୨ ବର୍ଷ)।

ସୂଚନାନୁଯାୟୀ, ଆମ୍ବିଠୀ ଗ୍ରାମର ପ୍ରସନ୍ନ ବେହେରା ଗୁରୁବାର ସନ୍ଧ୍ୟା ସମୟରେ ଶୌଚ ହେବାକୁ ଯାଇଥିବା ବେଳେ ତାଙ୍କୁ ଏକ ହାତୀ ଆକ୍ରମଣ କରିଥିଲା। ବହୁ ସମୟ ପର୍ଯ୍ୟନ୍ତ ଘରକୁ ନଫେରିବାରୁ ଘର ଲୋକ ଖୋଜାଖୋଜି କରିଥିଲା। ଦୀର୍ଘ ସମୟରେ ତାଙ୍କୁ ଠାବ କରାଯାଇଥିଲା। ପରିବାର ଲୋକେ ତାଙ୍କୁ ଉଦ୍ଦାର କରି ହିନ୍ଦୋଳ ମେଡିକାଲକୁ ଆଣିଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ସୃଷ୍ଟି ହୋଇଛି। କୌଣସି ସ୍ଥାୟୀ ପ୍ରତିକାର ହେଉ ନଥିବାରୁ ଏଭଳି ଘଟଣାର ପୁନରାବୃତ୍ତି ଘଟୁଛି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.