ପ୍ରମୂଖ ଖବର
  • ଘଟଗାଁ : ଶାଳଗଛରୁ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • କଣ୍ଟାବାଞ୍ଜି : ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡି ଛାତ୍ରଙ୍କ ମୃତ୍ୟୁ, ଅପମୃତ୍ୟୁ ମାମଲା ରୁଜୁ କଲା ପୋଲିସ
  • ||
  • କରଞ୍ଜିଆ : ଦନ୍ତା ହାତୀ ଶିକାର ଘଟଣା: ଗିରଫ ହେଲେ ଆଉ ୫ ଶିକାରୀ
  • ||
  • ଚାନ୍ଦବାଲି : କାର ଧକ୍କାରେ ସାଇକେଲ ଆରୋହୀ ମୃତ, କାର୍‌ ଡ୍ରାଇଭର ଅଟକ
  • ||
  • ଓଡ଼ିଶାକୁ ଚତୁର୍ଥ ବନ୍ଦେ ଭାରତ ଭେଟି:୧୫ରେ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ,
  • ||
  • ମଧ୍ୟପ୍ରଦେଶରେ ଟ୍ରାକରୁ ଖସିଲା ‘ସୋମନାଥ ଏକ୍ସପ୍ରେସ’, ୨ଟି ବଗି ଲାଇନଚ୍ୟୁତ
  • ||
  • ଆଜି ସୁଭଦ୍ରା ସଚେତନତା ରଥ ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ଆହୁରି ଘନୀଭୂତ ହେବ ଲଘୁଚାପ, ସୋମବାର ଅବପାତ: ଆଜିଠୁ ତିନି ଦିନ ଗର୍ଜିବ ମେଘ, ୧୮ଜିଲ୍ଲାକୁ ଆଲର୍ଟ
  • ||

ତଳି ରୋଇବା ବେଳେ ପଡ଼ିଲା ଚଡ଼କ, ବଜ୍ରାଘାତରେ ଜଣେ ମୃତ ୭ ଗୁରୁତର

ପୁରୀ, ୧୨/୦୮ : ବଜ୍ରପାତ ଘଟି ଜଣେ ମୃତ ୭ ଗୁରୁତର। ସୋମବାର ସକାଳେ ପୁରୀ ଜିଲ୍ଲା ବାଲିଘାଇ ସ୍ଥିତ ଛଇତନା ଗହୀରରେ ଏଭଳି ଅଭାବନୀୟ ଘଟଣା ଘଟିଛି। ସମସ୍ତ ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ସମସ୍ତ ମୃତାହତ ରାମଚଣ୍ଡୀ ଥାନା ଅଧୀନ ଭୁଆଁ ଗ୍ରାମର ବୋଲି ଜଣାପଡ଼ିଛି। 

ସୂଚନାନୁଯାୟୀ, ସୋମବାର ସକାଳେ ରାମଚଣ୍ଡୀ ଥାନା ଅଧୀନ ଭୁଆଁ ଗ୍ରାମର ୧୫ ଜଣ ଶ୍ରମିକ ଧାନ ତଳି ରୋଇବା ପାଇଁ ବାଲିଘାଇ ସ୍ଥିତ ଛଇତନା ଗହୀରକୁ ଯାଇଥିଲେ। ତଳି ରୋଇବା ସମୟରେ ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ହୋଇଥିଲା। ବଜ୍ରପାତରେ ୮ଜଣ ନିସ୍ତେଜ ହୋଇପଡ଼ି ଥିଲେ। ଅନ୍ୟମାନେ ସେମାନଙ୍କୁ ଉଦ୍ଧାର କରି ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ହେଲେ ସେମାନଙ୍କ ମଧ୍ୟରୁ ଜଣେ ମହିଳାଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ମୃତକ ଜଣଙ୍କ ହେଉଛନ୍ତି କୁନ୍ତି ଭୋଇ (୪୫ ବର୍ଷ)। ଅନ୍ୟମାନେ ସର୍ଜରୀ ୱାର୍ଡରେ ଚିକିତ୍ସାଧୀନ ଅଛନ୍ତି।


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.