ପ୍ରମୂଖ ଖବର
  • ଘୋର ଆର୍ଥିକ ସଂକଟରେ ପାକ୍‌ ଅର୍ଥନୀତି: ଆଜି ପାକ୍‌କୁ ଋଣ ପ୍ରଦାନ ନେଇ ସମୀକ୍ଷା କରିବ ଆଇଏମ୍‌ଏଫ, ଭାରତର ବିରୋଧ
  • ||
  • ଅମୃତସର ବାସିନ୍ଦାଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ, ଝରକା ଠାରୁ ଦୂରରେ ଏବଂ ଲାଇଟ୍ ବନ୍ଦ ରଖିବାକୁ ନିର୍ଦ୍ଦେଶାବଳୀ ଜାରି
  • ||
  • ଭାରତୀୟ ସେନାକୁ ସଫଳତା , ଧରାପଡିଲା ପାକିସ୍ତାନୀ ପାଇଲଟ୍
  • ||
  • ସମୀକ୍ଷା କରିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, CDS ଏବଂ ୩ ସେନା ମୁଖ୍ୟଙ୍କ ସହ ଯୁଦ୍ଧ ସ୍ଥିତି ନେଇ କରିବେ ଆଲୋଚନା
  • ||
  • ଭାରତ-ପାକ୍ ଯୁଦ୍ଧ ନେଇ ସସପେନ୍ସ: ଆଇପିଏଲ୍‌ ଆୟୋଜନ ଉପରେ ହୋଇପାରେ ବଡ଼ ନିଷ୍ପତ୍ତି
  • ||
  • ବାଲେଶ୍ବର ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିରେ ବଢ଼ିଲା ସୁରକ୍ଷା, ଅପରାହ୍ନ ୨ଟାରେ ବସିବ ଗୁରୁତ୍ୱପୂର୍ଣ୍ଣ ବୈଠକ
  • ||
  • ପାକିସ୍ତାନ ଉପରେ ଆକ୍ରମଣକୁ ନେଇ ବିସ୍ତୃତ ତଥ୍ୟ ଦେବ ବୈଦେଶିକ ମନ୍ତ୍ରଣାଳୟ,ସକାଳ ୯ଟାରେ ପ୍ରେସ ମିଟ୍
  • ||
  • ରାଜ୍ୟରେ ଆହୁରି ବଢ଼ିବ ଗରମ ପ୍ରକୋପ, ୧୦ରୁ ୧୪ ପ୍ରଚଣ୍ଡ ତାତି,ପଶ୍ଚିମରେ ହିଟ୍‌ୱେଭ୍‌, ଉପକୂଳରେ ଗୁଳୁଗୁଳି ଆଶଙ୍କା
  • ||

ବାହାଘର ପ୍ରସେସନରେ ବାଣ ଫୁଟାଉଥିବା ବେଳେ ଅଘଟଣ : ବାଣ ଫୁଟାଳି ମୃତ

Published By : Prameya | January 22, 2025 5:38 PM

ଅନୁଗୁଳ,୨୨।୧ :  ବାହାଘର ପ୍ରସେସନରେ  ବାଣ ଫୁଟାଉଥିବା ବେଳେ ଅଘଟଣ । ବିସ୍ଫୋରଣ ଘଟି ଜଣେ ମୃତ ।  ଅନୁଗୁଳ ଜିଲ୍ଲା ରେଙ୍ଗାଳି ଥାନା ଅନ୍ତର୍ଗତ ଗେଙ୍ଗୁଟିଆ ଗାଁରେ ଏହି ଘଟଣା ଘଟିଛି । ମୃତକ ହେଉଛନ୍ତି  ଜଣେ ବାଣ ଫୁଟାଳି । ତାଳଚେର ସନ୍ଥପଡା ଅଞ୍ଚଳରେ ତାଙ୍କ ଘର। 

ଗେଙ୍ଗୁଟିଆ ଗାଁରେ ଜଣେ ବ୍ୟକ୍ତିଙ୍କ ବାହାଘର ପ୍ରସେସନ ଚାଲିଥିଲା। ବରଯାତ୍ରୀ ହସ ଖୁସିରେ ବାଜା ବଜାଇ ନାଚି ନାଚି କନ୍ୟା ଘରକୁ ଯାଉଥିଲେ। ପ୍ରସେସନରେ ବାଣ ଫୁଟାଳୀ ବାଣ ଫୁଟାଉଥିଲେ । ହଠାତ ଅସାବଧାନତା ଯୋଗୁଁ ବାଣ ଫୁଟାଳିଙ୍କ ହାତରେ ବାଣ  ଫୁଟି ଯାଇଥିଲା। ଫଳରେ ସେଠାରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା । ଖବର ପାଇ ରେଙ୍ଗାଳି ପୋଲିସ ଘଟଣା ସ୍ଥଳରେ ପହଞ୍ଚି  ମୃତଦେହ ଜବତ କରି ବ୍ୟବଛେଦ ପାଇଁ ପଠାଇ ଘଟଣାର ତଦନ୍ତ କରୁଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.