ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର

Published By : Rasmita Pradhan | July 12, 2025 7:41 AM

ପାଟଣା, ୧୨/୦୭ : ଥମୁନି ହାତୀ ମଣିଷ ଲଢେଇ। ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ ଜଣେ ଗୁରୁତର। କେନ୍ଦୁଝର ଜିଲ୍ଲା ପାଟଣା ରେଞ୍ଜ ପିଚ୍ଛୁଳାବେଡା ଗାଁରେ ଶନିବାର ଭୋରରୁ ଏଭଳି ଅଭାବନୀୟ ଘଟଣା ଘଟିଛି। ବନ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିଛି।

ସୂଚନାନୁଯାୟୀ, ପିଛୁଳାବେଡା ଗାଁର ଏକ ନାଳ ଉପରେ ନୂତନ ବ୍ରିଜ୍ ନିର୍ମାଣ ପାଇଁ ମାଟିର ପରୀକ୍ଷା କାର୍ଯ୍ୟରେ ନିୟୋଜିତ ଥିବା ୪ ଜଣ ଶ୍ରମିକ ନାଳ ନିକଟରେ ତମ୍ବୁ ଟାଣି ଶୋଇଥିଲେ। ଶନିବାର ଭୋର୍ ସମୟରେ ଏକ ଗୋଠଛଡ଼ା ଦନ୍ତା ତମ୍ବୁ ଭିତରୁ ସେମାନଙ୍କୁ ଘୋଷାଡ଼ି ଆଣି କଚାଡ଼ି ଦେଇଥିଲା। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ପ୍ରଥମେ ପାଟଣା ଓ ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଘଟଣା ସ୍ଥଳରେ ବନ ବିଭାଗ ପହଞ୍ଚି ମୃତଦେହକୁ ଉଦ୍ଧାର କରି ପାଟଣା ମେଡିକାଲକୁ ଆଣିଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.