ପ୍ରମୂଖ ଖବର
  • ଜୟଦେବ ବିହାର-ନନ୍ଦନକାନନ ଏଲିଭେଟେଡ୍‌ ରୋଡ୍‌ କରିଡର, ଦୁଇଥାକିଆ ରାସ୍ତା ପାଇଁ ହେବ ସାନି ଟେଣ୍ଡର
  • ||
  • ବ୍ରହ୍ମପୁର : ସଦର ଥାନା ଅନ୍ତର୍ଗତ ବୁଢ଼ୀଘରା ନିକଟରେ ଭାରସାମ୍ୟ ହରାଇ ଓଲଟିଲା ଅଟୋ, ଜଣେ ମୃତ ୪ ଆହତ
  • ||
  • ଚିନ୍ତା ବଢ଼ାଇଛି କରୋନାର ନୂଆ ଭାରିଆଣ୍ଟ: ସିଙ୍ଗାପୁର, ହଂକଂରେ ବଢ଼ିଲା ସଂକ୍ରମଣ, ଚୀନ୍‌ ଓ ଥାଇଲାଣ୍ଡକୁ ଆଲର୍ଟ ଜାରି
  • ||
  • IPL 2025 : ଆଜି ସୁପରକିଙ୍ଗ୍‌ସ-ରାଜସ୍ଥାନ ରୟାଲ୍ସ ମୁକାବିଲା
  • ||
  • ଯୁଦ୍ଧବିରତି ପାଇଁ ରାଜି ହେଲା ଋଷ; ପୁଟିନ ଓ ଟ୍ରମ୍ପଙ୍କ ମଧ୍ୟରେ ହେଲା ଫୋନରେ ବାର୍ତ୍ତାଳାପ
  • ||
  • ଆସନ୍ତା ୨୧ରୁ ୨୩ ଯାଏ ବଢ଼ିବ କାଳବୈଶାଖୀ, ଆଜି ୧୮ ଜିଲ୍ଲାକୁ ଆଲର୍ଟ ଜାରି: ଉପକୂଳ ଗରମ ଓ ଗୁଳୁଗୁଳି ଜାରି
  • ||

ବଜ୍ରପାତରେ ଜଣେ ମୃତ, ଜଣେ ଗୁରୁତର

Published By : Bijay Swain | May 17, 2025 12:29 AM

ଉମରକୋଟ ୧୬/୦୫ (ଆପ୍ର): ବଜ୍ରପାତ ଘଟି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବା ବେଳେ  ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲ୍ଲା ଉମରକୋଟ ଥାନା ଅଧୀନରେ। ମୃତକ ଜଣକ ହେଲେ ବେନୋରା ପଞ୍ଚାୟତ ଶଙ୍କରଡା ଗ୍ରାମର ଲଳିତ ମାଝୀ (୧୫)ଓ ଗୁରୁତର ଜଣକ ହେଲେ ଚୈତରାମ ମାଝୀ (୩୫)। ସମ୍ପର୍କର ଏହି ଦୁହେଁ ଦାଦା ଓ ପୁତୁରା। 

ମିଳିଥିବା ସୂଚନା ଅନୁସାରେ ଏହି ଦୁହେଁ ଆଜି ଜମିରେ କାମ କରୁଥିଲେ। ଏହି ସମୟରେ ହଠାତ୍ ବିଜୁଳି ସହ ଘଡ଼ଘଡ଼ି ମାରି ବଜ୍ରପାତ ହୋଇଥିଲା। ବଜ୍ରପାତ ଆଘାତ ରେ ଦୁହେଁ ଗୁରୁତର ହୋଇପଡିଥିଲେ। ପାଖ ଜମିରେ କାମ କରୁଥିବା ଅନ୍ୟ ଲୋକେ ଏହା ଦେଖି ଦୈାଡି ଆସି ଗୁରୁତର ଅବସ୍ଥାରେ ଦୁହିଁଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ଉମରକୋଟ ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଥିଲେ। ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ଲଳିତ ଚୈତରାମଙ୍କ ମୃତ୍ୟୁ ଘଟିଥିଲା। ବର୍ତ୍ତମାନ ଚୈତରାମ ଉମରକୋଟ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.