ପ୍ରମୂଖ ଖବର
  • ତାମିଲ ଅଭିନେତା-କମେଡ଼ିଆନ ଏସ୍‌. କୃଷ୍ଣମୂର୍ତ୍ତି ଦେହାନ୍ତ, ୭୧ ବର୍ଷ ବୟସରେ ପରଲୋକ
  • ||
  • ଢେଙ୍କାନାଳ : ଅଜଣା ଯୁବକଙ୍କ ଗଳିତ ମୃତଦେହ ଠାବ, ତଦନ୍ତ କରୁଛି ପୁଲିସ
  • ||
  • ଶ୍ରୀମନ୍ଦିରର ଅନନ୍ୟ ପରମ୍ପରା, ଆଜି ବାଡ଼ି ନୃସିଂହଙ୍କ ଚାରି ଆଶ୍ରମ ବିଜେ ସହ ଶ୍ରୀକ୍ଷେତ୍ର ପରିକ୍ରମା କରିବେ
  • ||
  • ବୌଦ୍ଧ: ଭିଜିଲାନ୍ସ ପଞ୍ଝାରେ ବୌଦ୍ଧ ଏମ୍‌ଭିଆଇ ଗୋଳାପ ଚନ୍ଦ୍ର ହାଁସଦା ,ଏକାକାଳୀନ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ
  • ||
  • ଦୁଇଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ମା’ ତାରିଣୀଙ୍କ ନଡ଼ିଆ ସଂଗ୍ରହ ଗାଡ଼ିର କରିବେ ଶୁଭ ଉଦ୍‌ଘାଟନ
  • ||
  • ରାୟଗଡ଼ା : ଦୋକାନ ଘର ଉପରେ ଚଢିଗଲା ଟ୍ୟାଙ୍କର; ଜଣେ ମୃତ ୨ ଗୁରୁତର
  • ||
  • ଅଧ ରାତିରେ ଭୂକମ୍ପରେ ଥରିଲା ପାକିସ୍ତାନ, ରିକ୍ଟର ସ୍କେଲରେ ତୀବ୍ରତା ୪.୮ ରେକର୍ଡ
  • ||
  • ବଳଙ୍ଗା ପୀଡ଼ିତା ମୃତ୍ୟୁ ଘଟଣା, ଆଜି ଦିଲ୍ଲୀ ଏମ୍‌ସରେ ମୃତଦେହ ବ୍ୟବଚ୍ଛେଦ ପରେ ମରଶରୀର ଓଡ଼ିଶା ଅଣାଯିବ
  • ||
  • ଜୀବନ ଯୁଦ୍ଧରେ ହାରିଗଲେ ବଳଙ୍ଗା ପୀଡ଼ିତା,ଘଟଣାରେ କାହାର ସମ୍ପୃକ୍ତି ନାହିଁ କହିଲା ପୁଲିସ, ରାଜନୀତି କରନି କହିଲେ ବାପା
  • ||
  • ବାଲେଶ୍ୱର : ଦହିସଡା ପାଟଣା ସାହିରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା ୨ ବଖରା ଘର
  • ||
  • ଦିନରେ ଗୁଳୁଗୁଳି, ରାତିରେ ବର୍ଷା; ଆଜି ଉତ୍ତର ଓଡ଼ିଶାରେ ଅଳ୍ପ, ଦକ୍ଷିଣରେ କାଁଭାଁ ବର୍ଷା ସମ୍ଭାବନା
  • ||

ସଂଘବଦ୍ଧ ଆକ୍ରମଣରେ ଜଣେ ଗୁରୁତର

Published By : Suraj Kumar | August 2, 2025 11:09 PM

ଖଲ୍ଲିକୋଟ , ୨/୮  : ରମ୍ଭା ରେଳ ଫାଟକ ନିକଟରେ  ସଂଘବଦ୍ଧ ଆକ୍ରମଣରେ ଜଣେ ଗୁରୁତର ହୋଇଛି। ଗୁରୁତର ଜଣକ ହେଲେ ଖଲ୍ଲିକୋଟ ବ୍ଲକ ତଥା ରମ୍ଭା ଥାନା ଅନ୍ତର୍ଗତ ଆର. ବାହାଡାପଲ୍ଲୀ ଗ୍ରାମର ବି. ମନୁ ପ୍ରଧାନ (୫୫) ।

ସେ ସାବୁଳିଆରୁ ନିଜ ଗ୍ରାମକୁ ବାଇକ ଯୋଗେ  ରାତିରେ ଫେରୁଥିବା ବେଳେ ରମ୍ଭା ରେଳ ଫାଟକ ନିକଟରେ ତାଙ୍କୁ କେତେକ ଯୁବକ ଘେରି ଯାଇ ଅତର୍କିତ ଭାବେ ଆକ୍ରମଣ କରିଥିଲେ। ସେ ତଳେ ପଡିଯିବା ପରେ ମାରଣାସ୍ତ୍ର ରେ ତାଙ୍କୁ ନିର୍ମମ ଭାବେ ହାଣି ପକାଇଥିଲେ। ତାଙ୍କୁ ମୁର୍ମୁଷୁ ଅବସ୍ଥା ରେ ଚିକିତ୍ସା ପାଇଁ ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇଥିଲା। କିନ୍ତୁ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଏଠାରେ ପ୍ରାଥମିକ ଚିକିତ୍ସା ପରେ ତୁରନ୍ତ ବ୍ରହ୍ମପୁର ବଡ଼ ମେଡିକାଲ କୁ ସ୍ଥାନାନ୍ତର କରାଯାଇଥିଲା। ଖବର ପାଇ ଘଟଣା ସ୍ଥଳ ରେ ରମ୍ଭା ପୁଲିସ ପହଂଚି ତଦନ୍ତ ଆରମ୍ଭ କରିଛି। ଆକ୍ରମଣ ର ଶିକାର ହୋଇଥିବା ମନୁ ପ୍ରଧାନ ଆର. ବାହାଡାପଲ୍ଲୀ ଗ୍ରାମ ରେ ଏକ ରାସନ ସାମଗ୍ରୀ ଦୋକାନ କରିଥିଲେ। ତେବେ ତାଙ୍କ ଉପରେ କାହିଁକି ଏଭଳି ମରଣାନ୍ତକ ଆକ୍ରମଣ ହେଲା ସେ ସମ୍ପର୍କ ରେ କୌଣସି ସ୍ପଷ୍ଟ ସୂଚନା ମିଳି ପାରିନାହିଁ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.