ପ୍ରମୂଖ ଖବର
  • ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ, ଦିନ ସାଢ଼େ ୧୧ଟା ଯାଏଁ ଗୃହ ମୁଲତବି
  • ||
  • ମାହାଙ୍ଗା: ଭାରସାମ୍ୟ ହରାଇ କେନାଲକୁ ଖସିଲା କାର୍, ଯୁବକଙ୍କ ମୃତ୍ୟୁ
  • ||
  • ମୋହନ ସରକାରଙ୍କ ପ୍ରଥମ ଅଧିବେଶନ, ୨୪ରେ ଉପବାଚସ୍ପତି ନିର୍ବାଚନ, ୨୫ରେ ପୂର୍ଣ୍ଣାଙ୍ଗ ବଜେଟ୍
  • ||
  • ପ୍ୟାରିସ୍‌ ଅଲିମ୍ପିକ ୨୦୨୪: ୨୫ରୁ ତୀରନ୍ଦାଜୀ ଇଭେଣ୍ଟ, ରିକର୍ଭ ଇଭେଣ୍ଟରେ ଭାଗ ନେବେ ୬ ଭାରତୀୟ
  • ||
  • ଆସନ୍ତା ୨୬ ସୁଦ୍ଧା ଆଉ ଏକ ଲଘୁଚାପ, ତିନିଦିନ ପ୍ରବଳ ବର୍ଷା ସମ୍ଭାବନା: ଏବେ ବି ନିଅଣ୍ଟିଆ ସ୍ଥିତିରୁ ବାହାରିନି ୧୬ ଜିଲ୍ଲା
  • ||
  • ମୋଦି ୩.୦ ସରକାରର ପ୍ରଥମ ବଜେଟ୍‌, ୭ମ ଥର ପାଇଁ ବଜେଟ୍‌ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||

ଅଟୋ-ବାଇକ ମୁହାଁମୁହିଁ ଧକ୍କା, ଜଣେ ଗୁରୁତର

ଫିରିଙ୍ଗିଆ,୨୩।୬ :  କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ବନ୍ଧଗଡ଼ ପଞ୍ଚାୟତ ମଣିପଦର ଗାଁ ନିକଟରେ ଶନିବାର ବିଳମ୍ବିତ ରାତିରେ ଏକ ବାଇକ ଓ ଅଟୋ ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକ ଆରୋହୀ ଜଣକ ଗୁରୁତର ଆହତ ହୋଇଥିବା ଜଣାପଡିଛି I ଗୁରୁତର ଆହତ ହୋଇଥିବା ବାଇକ ଆରୋହୀ ଜଣକ କନ୍ଧମାଳ ଜିଲ୍ଲା ଫୁଲବାଣୀ ସଦର ଥାନା କେରେଡ଼ି ମଣ୍ଡପ ସାହିର ସର୍ବେଶ୍ୱର ବେହେରା I 

 ତେବେ ଆହତ ବ୍ୟକ୍ତି ଜଣକ ଏକ ବାଇକ ରେ ନିଜ ଗାଁ କେରେଡ଼ିରୁ ବନ୍ଧଗଡ଼ ରେ ଚାଲିଥିବା ମା‘ ବରାଳ ଦେବୀଙ୍କ ବାର୍ଷିକ ଯାତ୍ରା ଦେଖିବା ପାଇଁ ଆସି ଜନୈକ ଯୁବତୀଙ୍କୁ ବାଇକରେ ବସାଇ ସାରଙ୍ଗଗଡ଼ ପଟୁ ବନ୍ଧଗଡ଼ ପଟକୁ ଫେରୁଥିବା ସମୟରେ ମଣିପଦର ଗାଁ ନିକଟରେ ଫୁଲବାଣୀ ବାଲିଗୁଡା ରାସ୍ତାର ମଣିପଦର ଗାଁ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଅଟୋ ସହ ମୁହାଁମୁହିଁ ଧକ୍କା ହୋଇଥିଲା I ଦୁର୍ଘଟଣା ଘଟାଇ ଥିବା ଅଟୋଟି ରାତାରାତି ହିଁ ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ରବିବାର ସକାଳୁ ବାଇକ ର ମାଲିକ ମଧ୍ୟ୍ୟ    

 ନେଇଥିବା ଜଣାପଡିଛି I ସେପଟେ ଗୁରୁତର ଆହତ ହୋଇଥିବା ବ୍ୟକ୍ତି ଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ଏକ ଆମ୍ବୁଲାନ୍ସ ସହାୟତାରେ ଫୁଲବାଣୀ ଜିଲ୍ଲା ମୁଖ୍ୟ ଚିକିତ୍ସାଲୟକୁ ପଠେଇ ଦେଇଥିବା ବେଳେ ତାଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଥିବା ବେଳେ ତାଙ୍କୁ ଫୁଲବାଣୀ ରୁ ବ୍ରହ୍ମପୁର ବଡ଼ ମେଡିକାଲ କୁ ସ୍ଥାନାନ୍ତର କରାଯାଇଥିବା   ସୂଚନା ମିଳିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Rath Yatra

Copyright © 2024 - Summa Real Media Private Limited. All Rights Reserved.