PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜସ୍ଥାନରେ ବଡ଼ ରାଜନୈତିକ ହଲଚଲ । ଇସ୍ତଫା ଦେଲେ ୯୨ ବିଧାୟକ । ରଦ୍ଦ ହେଲା କଂଗ୍ରେସ ବିଧାୟକ ଦଳ ବୈଠକ ।
  • ||
  • ଲମତାପୁଟ : ୮ଲକ୍ଷ ଟଙ୍କାର ଗଞ୍ଜେଇ ଵୋଝେଇ କାର ଜବତ, ମାଫିଆ ଫେରାର
  • ||
  • ଧର୍ମଗଡ଼ : ୩ କୁଇଣ୍ଟାଲ ୨୦ କେ.ଜିର ଜବତ, ଜଣେ ଗିରଫ
  • ||
  • ବାଲିଗୁଡ଼ା : ଆବାସିକ ବିଦ୍ୟାଳୟରେ ସପ୍ତମ ଶ୍ରେଣୀ ଛାତ୍ରୀ ଗର୍ଭବତୀ, ସନ୍ଦିଗ୍ଧ ଛାତ୍ର ଅଟକ
  • ||
  • କଣ୍ଟାବାଞ୍ଜି : ତ୍ରିନାଥ ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଓ ରୂପାର ଝୁମର ଚୋରି କରିନେଲେ ଦୁର୍ବୃତ୍ତ
  • ||
  • ଢେଙ୍କାନାଳ : ଢେଙ୍କାନାଳ ସଦର ଥାନା କାଙ୍କଡ଼ପାଳ ଗ୍ରାମରେ ବଚସାକୁ ନେଇ ଫାଙ୍କା ଗୁଳିଚାଳନା, ଭୟରେ ଖସିପଡ଼ି ଜଣେ ଆହତ, ଘଟଣା ସ୍ଥଳରୁ ୩ ଖୋକା ଜବତ
  • ||

ରାଜ୍ୟରେ ଆଉ ଜଣଙ୍କ ଜୀବନ ନେଲା କରୋନା, ୪ର୍ଥ ଲହରୀରେ ମୃତ୍ୟୁ ସଂଖ୍ୟା ୨୮କୁ ବୃଦ୍ଧି

ଭୁବନେଶ୍ୱର,୧୨/୦୮: ରାଜ୍ୟରେ ପୁଣି ଜଣେ କରୋନା ସଂକ୍ରମିତଙ୍କ ଜୀବନ ଯାଇଛି । ୭୫ ବର୍ଷୀୟ ମୃତକ ଜଣକ କେନ୍ଦ୍ରାପଡା ଜିଲ୍ଲାର । ସେ କରୋନା ସହିତ ମଧୁମେହ ଓ କିଡିନି ରୋଗରେ ପୀଡ଼ିତ ଥିଲୋ । ଆଜିର ମୃତ୍ୟୁକୁ ମିଶାଇ ରାଜ୍ୟରେ ୪ର୍ଥ ଲହରୀରେ ମୃତ୍ୟୁ ସଂଖ୍ୟା ୨୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । 

କରୋନା ସଂକ୍ରମଣର ଲୁଚକାଳି ଖେଳୁଥିଲାବେଳେ କୋଭିଡ କଟକଣା ବଳବତ୍ତର ରହିଛି । ମାତ୍ର ଲୋକେ ମାସ୍କ ପିନ୍ଧିବା କଥା ଲୋକେ ଭୁଲି ଗଲେଣି । ରାଜ୍ୟ ସରକାର ଯେତେ ପରାମର୍ଶ ଦେଲେ ବି ଲୋକେ ତାକୁ ମାନିବାକୁ ନାରାଜ । ବର୍ତ୍ତମାନ ରାଜ୍ୟରେ କରୋନା ସଂକ୍ରମଣ କମୁଛି । ହେଲେ କରୋନା କଟକଣାକୁ ନମାନିଲେ ପୁଣି ବଢ଼ିବାର ସମ୍ଭାବନାକୁ ଏଡ଼ାଇ ଦିଆ ଯାଇନପାରେ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩୨୧୭୮୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୪୦୭ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩୦୮୧୬୬ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୮୭୪୫୯୦ ସାମ୍ପୁଲ ଟେଷ୍ଟ୍ ହୋଇଛି ।

ସମ୍ବନ୍ଧିତ ଖବର