ପ୍ରମୂଖ ଖବର
  • ଜନ୍ମବେଦିରୁ ବାହୁଡ଼ିଲେ ଦାରୁବ୍ରହ୍ମ,ବୁଧବାର ସୁନାବେଶ, ଗୁରୁବାର ଅଧରପଣା, ଶୁକ୍ରବାର ନୀଳାଦ୍ରି ବିଜେ
  • ||
  • ଝାରସୁଗୁଡ଼ା: ଧାର ଟଙ୍କା ଫେରସ୍ତକୁ ନେଇ ଗୁଳିକାଣ୍ଡ, ଜଣେ ଆହତ
  • ||
  • ବିଶ୍ୱ ସର୍ପ ଦିବସ: ବର୍ଷା ଦିନେ ସତର୍କତା ଜରୁରି, ୫ ବର୍ଷରେ ଗଲାଣି ୫୨୧୯ ଜୀବନ
  • ||
  • ବାରିପଦା : ସ୍କୁଟିକୁ ଧକ୍କା ଦେଲା ଟ୍ରକ୍, ୨ ମୃତ
  • ||
  • ମୁମ୍ବାଇ ଏକ୍ସପ୍ରେସ ହାଇୱେରେ ବସ୍-ଟ୍ରାକ୍ଟର ମୁହାଁମୁହିଁ ଧକ୍କା, ୫ମୃତ, ୪୨ ଆହାତ
  • ||
  • ସଇଁନ୍ତଳା ରାଇସମିଲ ନିକଟରେ ହାଇୱା ଟ୍ରକକୁ ପିଟିଲା ଯାତ୍ରୀବାହୀ ବସ୍‌, ଏକାଧିକ ଯାତ୍ରୀ ଆହତ
  • ||
  • ରାଜ୍ୟରେ ଲଘୁଚାପ ସକ୍ରିୟ: ୧୭ରୁ ବଢ଼ିବ ବର୍ଷା, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷିବ
  • ||

ମଟରସାଇକେଲ ସହ ପୋଲରୁ ଖସି ପଡ଼ିବାରୁ ଜଣେ ମୃତ, ଜଣେ ଗୁରୁତର

ସାଲେପୁର, ୨୩।୬: ପୋଲରୁ ଖସି ଜଣେ ମୃତ । ନେମାଳ ଯାତ୍ରା ସାରି ମଟରସାଇକେଲ ଯୋଗେ ଘରକୁ ଫେରୁଥିବା ସମୟରେ ମିର୍ଜାପୁର ଗ୍ରାମ ନିକଟରେ ମଟରସାଇକେଲଟି ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିଲା । ବୃଦ୍ଧ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ମଟରସାଇକେଲ ଚାଳକ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । 

ରବିବାର ଭୋର ସମୟରେ ମାହାଙ୍ଗା ଅଞ୍ଚଳର ନୃତାଙ୍ଗ ଗ୍ରାମର ଅବସରପ୍ରାପ୍ତ ଶିକ୍ଷକ ୭୨ ବର୍ଷୀୟ ଦାମୋଦର ଦାସ ଓ ଉକ୍ତ ଗ୍ରାମର ୩୯ ପ୍ରଦୀପ୍ତ କୁମାର ସାମଲ ଏକ ମଟରସାଇକେଲ ଯୋଗେ ଘରକୁ ଫୋରୁଥିବା ବେଳେ ମିର୍ଜାପୁର ଗ୍ରାମ ନିକଟରେ ପାଟନାଳି ଉପରେ ଥିବା ପୋଲ ଉପରୁ ମଟରସାଇକେଲଟି ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡ଼ିବାରୁ ବୃଦ୍ଧ ଦାମୋଦରଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଥିଲା । ଏଥିସହ ମଟରସାଇକେଲ ଚାଳକ ଗୁରୁତର ଆହତ ହୋଇଥିବା ଜଣାପଡ଼ିଛି । ସ୍ଥାନୀୟ ଲୋକମାନେ ଗୁରୁତର ଆହତ ମଟରସାଇକେଲ ଚାଳକକୁ ଉଦ୍ଧାର କରି ଚିକିତ୍ସା ନିମନ୍ତେ ସାଲେପୁର ଡାକ୍ତରଖାନାକୁ ପଠାଇ ଥିବାବେଳେ ସେଠାରେ ତାଙ୍କର ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ପଠାଇ ଦିଆଯାଇଥିବା ସୂଚନା । ଖବର ପାଇ ସାଲେପୁର ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଲାଇଛି ।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Rath Yatra

    Copyright © 2024 - Summa Real Media Private Limited. All Rights Reserved.